ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଜୁଲାଇ ୨୬ରୁ ଖୋଲିବ ଦଶମ, ଦ୍ୱାଦଶ

0

ଭୁବନେଶ୍ବର: ଶିକ୍ଷାନୁଷ୍ଠାନ ଖୋଲିବା ନେଇ ସରକାରଙ୍କ ବଡ଼ ନିଷ୍ପତି ଆସିଲା। ଜୁଲାଇ ୨୬ରୁ ଖୋଲିବ ଦଶମ ଓ ଦ୍ୱାଦଶ ଶ୍ରେଣୀ ସ୍କୁଲ । ସକାଳ ୧୦ଟାରୁ ଅପରାହ୍ନ ଗୋଟାଏ ୩୦ ପର୍ଯ୍ୟନ୍ତ ସ୍କୁଲ ଖୋଲିବ। ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢା ଆରମ୍ଭ ହେବ। ଏନେଇ ଗଣଶିକ୍ଷା ସଚିବ ସତ୍ୟବ୍ରତ ସାହୁ ସୂଚନା ଦେଇଛନ୍ତି।

ସମସ୍ତ ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ପ୍ରାଥମିକତା ଭିତ୍ତିରେ ଟିକାକରଣ କରାଯିବ। ଯେଉଁ ସ୍କୁଲରେ ମାଟ୍ରିକ ପରୀକ୍ଷା କେନ୍ଦ୍ର ହେବ , ତାହା ପରେ ଖୋଲିବା ନେଇ ସୂଚନା ଦିଆଯାଇଛି । ଅଭିଭାବକଙ୍କ ସହ ଆଲୋଚନା କରି ପିଲାମାନେ ସ୍କୁଲ ଯାଇପାରିବେ। ତେବେ କୋଭିଡ ଗାଇଡଲାଇନ ଅନୁସାରେ ସ୍କୁଲ ଖୋଲାଯିବ। ଥର୍ମାଲ ସ୍କାନିଂ, ସାନିଟାଇଜର ,ମାସ୍କ ବାଧ୍ୟତାମୂଳକ କରାଯାଇଛି। ସ୍କୁଲ ଖୋଲିବା ନେଇ ସ୍ଥଳବିଶେଷରେ ଜିଲ୍ଲାପାଳ ନିଷ୍ପତି ନେବେ।

ସେହିପରି କରୋନା ସଂକ୍ରମଣ ସ୍ଥିତି ସ୍ୱାଭାବିକ ହେଲେ ନବମ ଶ୍ରେଣୀର ପାଠପଢା ଅଗଷ୍ଟ ୧୬ରୁ ଆରମ୍ଭ କରିବା ଲାଗି ଯୋଜନା କରାଯାଉଥିବା ଗଣଶିକ୍ଷା ସଚିବ କହିଛନ୍ତି। ଏବଂ ସେପ୍ଟେ‌ମ୍ବର ୧୫ ପରେ ଏକାଦଶ ଶ୍ରେଣୀ ପାଠପଢା ଆରମ୍ଭ ହୋଇପାରେ ।

ନବମ ଓ ଦଶମ ଶ୍ରେଣୀ ପିଲାଙ୍କ ଆସେସମେଂଟ ହେବ । ତେଣୁ ସମସ୍ତ ପରୀକ୍ଷାକୁ ଗୁରୁତ୍ୱ ଦେବାକୁ ଛାତ୍ରଛାତ୍ରୀ ଓ ଅଭିଭାବକ ମାନଙ୍କୁ କୁହାଯାଇଛି । ଏହି ପରୀକ୍ଷା ଶ୍ରେଣୀ ଶିକ୍ଷକ ଓ ବିଷୟ ଶିକ୍ଷକଙ୍କ ଦ୍ୱାରା ହେବ। ସେହିପରି ଯୁକ୍ତ ଦୁଇ ସ୍ତରରେ କଣ୍ଟିନିୟସ ଆସେସମେଂଟ ପାଇଁ ଯୋଜନା ହେଉଥିବା ଗଣଶିକ୍ଷା ସଚିବ କହିଛନ୍ତି।

Leave A Reply

Your email address will not be published.