ପ୍ରମୁଖ ଖବର

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ, ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ
ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

କଟକ ବିକାଶ ସମୀକ୍ଷା କଲେ ପାଣ୍ଡିଆନ୍

0

ତାଳଦଣ୍ଡା କେନାଲ, ନେତାଜୀ ବସ ଟର୍ମିନାଲ, ଏସ୍‌ସିବି ରୂପାନ୍ତରୀକରଣ କାର୍ଯ୍ୟ ଅନୁଧ୍ୟାନ କଲେ

ଭୁବନେଶ୍ବର: ଆଜି ସକାଳେ ସଚିବ (୫ଟି) ଭି କେ ପାଣ୍ଡିଆନ୍ କଟକସ୍ଥିତ ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲର ପ୍ରକଳ୍ପ ସ୍ଥାନ ପରିଦର୍ଶନ କରି ଏହାର ଅଗ୍ରଗତି ସମୀକ୍ଷା କରିଛନ୍ତି। ୧.୫୫ କିଲୋମିଟର ଦୀର୍ଘ ତାଳଦଣ୍ଡା କେନାଲ ନବୀକରଣ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଶେଷ ହେବାକୁ ଯାଉଛି। ତେବେ କେନାଲ କାମକୁ ଜାତୀୟ ରାଜପଥ ପାର୍ଶ୍ୱକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଫଳରେ ଜାତୀୟ ରାଜପଥ ପର୍ଯ୍ୟନ୍ତ ଉଭୟ ପାର୍ଶ୍ୱରେ ସଡ଼କ ସହିତ ନବୀକରଣର ମୋଟ ଲମ୍ବ ୩.୫୫ କିଲୋମିଟର ହେବ। ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ୟୁଟିଲିଟିଗୁଡିକର ସ୍ଥାନାନ୍ତର ନିଶ୍ଚିତ କରିବାକୁ ଏବଂ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଖାନନଗରରେ ୧୭.୯୧ ଏକର ଜମିରେ କଟକ ନେତାଜୀ ବସ୍ ଟର୍ମିନାଲ୍ ନିର୍ମାଣ କରାଯାଉଛି।ଏହା ଟର୍ମିନାଲ୍ କଟକ ବସ୍ର ଟ୍ରାଫିକ୍ ପ୍ରବାହକୁ ସହଜ କରିବାରେ ସାହାଯ୍ୟ କରିବ ଏବଂ ଟର୍ମିନାଲ୍ ରେ ଯାତ୍ରୀମାନଙ୍କ ପାଇଁ ଆରାମଦାୟକ ସୁବିଧା ଯୋଗାଇ ଦେବ। ପ୍ରକଳ୍ପର ଅଗ୍ରଗତି ବିଷୟରେ ଶ୍ରୀ ପାଣ୍ଡିଆନ୍ ବିସ୍ତୃତ ଭାବରେ ସମୀକ୍ଷା କରିଥିଲେ। ପ୍ରୋଜେକ୍ଟ ସ୍ଥଳରୁ ଲାଇବ୍ରେରିି ସ୍ଥାନାନ୍ତର ବିଷୟରେ ଲୋକଙ୍କ ସହ ଆଲୋଚନା କରିବାକୁ ଏବଂ ୧୦ ଦିନ ମଧ୍ୟରେ ଏକ ଉପଯୁକ୍ତ ନୂତନ ସ୍ଥଳକୁ ସ୍ଥାନାନ୍ତର ସମ୍ପର୍କରେ ଏକ ପ୍ରସ୍ତାବ ଦାଖଲ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୨୦୨୨ ସୁଦ୍ଧା ଏହି ପ୍ରକଳ୍ପ ଶେଷ ହେବାର ଯୋଜନା ରହିଛି।

ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ରୂପାନ୍ତର ନିଷ୍ପତ୍ତି ରାଜ୍ୟ ସରକାର ନେଇଛନ୍ତି। ଏହି ଅବସରରେ ପୂର୍ତ୍ତ ସଚିବ ଡାକ୍ତର କିଷନ କୁମାର, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ଆରଡିସି ଅନୀଲ କୁମାର ସାମଲ, ଜିଲ୍ଲାପାଳ ସିଏମସି କମିସନର ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.