ପ୍ରମୁଖ ଖବର

ଓଡ଼ିଶାରେ ମତଦାତା ଯାଞ୍ଚ ଅଭିଯାନ ଶେଷ ପର୍ଯ୍ୟାୟରେ
ଫ୍ରାନ୍ସରେ ‘ଭାରତ ଇନୋଭେଟ୍ସ ୨୦୨୬’, ବିଶ୍ୱ ମଞ୍ଚରେ ଭାରତୀୟ ଷ୍ଟାର୍ଟଅପ୍
ଡ୍ରୋନ୍‌ରେ ଚିଠି ଓ ପାର୍ସଲ୍ ପରିବହନ: ୨ ଘଣ୍ଟାର କାମ ୭ ମିନିଟ୍‌ରେ
ଝାଡ଼ଖଣ୍ଡର ବନ୍ଦ କୋଇଲା ଖଣିରେ ବିଷାକ୍ତ ଗ୍ୟାସ ଲିକ୍; ୪ ଜଣଙ୍କ ମୃତ୍ୟୁ
ବୁର୍ଲାରେ ଏମସିଏଲ୍ ମହିଳା କର୍ମଚାରୀଙ୍କ ମୃତଦେହ ଉଦ୍ଧାର; ଆତ୍ମହତ୍ୟା ସନ୍ଦେହ
୨୦ରେ ରାଇରଙ୍ଗପୁର ଆସିବେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ
ଧୀରଜ ସେଠ୍‌ ହେବେ ପରବର୍ତ୍ତୀ ସ୍ଥଳସେନା ମୁଖ୍ୟ
ଆସାମର ଜୋରହାଟରେ IAF AN-32 ବିମାନ ଦୁର୍ଘଟଣା; ୫ ବାୟୁସେନା କର୍ମଚାରୀଙ୍କ ମୃତ୍ୟୁ
ଜାମିନ୍ ଖାରଜ ପରେ ଜେଲ୍ ଗଲେ ତିଖିରି ସରପଞ୍ଚ ଚାମେଲି ଓଝା
ଓଡ଼ିଆ ଉଚ୍ଚାରଣ ଅନୁଯାୟୀ ବଦଳିବ ୬୪ ସ୍ଥାନର ଇଂରାଜୀ ନାମ; ରାଜ୍ୟ କ୍ୟାବିନେଟ୍‌ର ମଞ୍ଜୁରି

କଟକ ବିକାଶ ସମୀକ୍ଷା କଲେ ପାଣ୍ଡିଆନ୍

0

ତାଳଦଣ୍ଡା କେନାଲ, ନେତାଜୀ ବସ ଟର୍ମିନାଲ, ଏସ୍‌ସିବି ରୂପାନ୍ତରୀକରଣ କାର୍ଯ୍ୟ ଅନୁଧ୍ୟାନ କଲେ

ଭୁବନେଶ୍ବର: ଆଜି ସକାଳେ ସଚିବ (୫ଟି) ଭି କେ ପାଣ୍ଡିଆନ୍ କଟକସ୍ଥିତ ତାଳଦଣ୍ଡା କେନାଲ ଏବଂ ନେତାଜୀ ବସ୍ ଟର୍ମିନାଲର ପ୍ରକଳ୍ପ ସ୍ଥାନ ପରିଦର୍ଶନ କରି ଏହାର ଅଗ୍ରଗତି ସମୀକ୍ଷା କରିଛନ୍ତି। ୧.୫୫ କିଲୋମିଟର ଦୀର୍ଘ ତାଳଦଣ୍ଡା କେନାଲ ନବୀକରଣ ପ୍ରକଳ୍ପ ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ଶେଷ ହେବାକୁ ଯାଉଛି। ତେବେ କେନାଲ କାମକୁ ଜାତୀୟ ରାଜପଥ ପାର୍ଶ୍ୱକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। ଫଳରେ ଜାତୀୟ ରାଜପଥ ପର୍ଯ୍ୟନ୍ତ ଉଭୟ ପାର୍ଶ୍ୱରେ ସଡ଼କ ସହିତ ନବୀକରଣର ମୋଟ ଲମ୍ବ ୩.୫୫ କିଲୋମିଟର ହେବ। ଏହି ଅବସରରେ ଶ୍ରୀ ପାଣ୍ଡିଆନ୍ ୟୁଟିଲିଟିଗୁଡିକର ସ୍ଥାନାନ୍ତର ନିଶ୍ଚିତ କରିବାକୁ ଏବଂ ପ୍ରକଳ୍ପ କାର୍ଯ୍ୟକୁ ତ୍ୱରାନ୍ୱିତ କରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ।

ଖାନନଗରରେ ୧୭.୯୧ ଏକର ଜମିରେ କଟକ ନେତାଜୀ ବସ୍ ଟର୍ମିନାଲ୍ ନିର୍ମାଣ କରାଯାଉଛି।ଏହା ଟର୍ମିନାଲ୍ କଟକ ବସ୍ର ଟ୍ରାଫିକ୍ ପ୍ରବାହକୁ ସହଜ କରିବାରେ ସାହାଯ୍ୟ କରିବ ଏବଂ ଟର୍ମିନାଲ୍ ରେ ଯାତ୍ରୀମାନଙ୍କ ପାଇଁ ଆରାମଦାୟକ ସୁବିଧା ଯୋଗାଇ ଦେବ। ପ୍ରକଳ୍ପର ଅଗ୍ରଗତି ବିଷୟରେ ଶ୍ରୀ ପାଣ୍ଡିଆନ୍ ବିସ୍ତୃତ ଭାବରେ ସମୀକ୍ଷା କରିଥିଲେ। ପ୍ରୋଜେକ୍ଟ ସ୍ଥଳରୁ ଲାଇବ୍ରେରିି ସ୍ଥାନାନ୍ତର ବିଷୟରେ ଲୋକଙ୍କ ସହ ଆଲୋଚନା କରିବାକୁ ଏବଂ ୧୦ ଦିନ ମଧ୍ୟରେ ଏକ ଉପଯୁକ୍ତ ନୂତନ ସ୍ଥଳକୁ ସ୍ଥାନାନ୍ତର ସମ୍ପର୍କରେ ଏକ ପ୍ରସ୍ତାବ ଦାଖଲ କରିବାକୁ ସେ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଅଗଷ୍ଟ ୨୦୨୨ ସୁଦ୍ଧା ଏହି ପ୍ରକଳ୍ପ ଶେଷ ହେବାର ଯୋଜନା ରହିଛି।

ଏସସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ରୂପାନ୍ତର ନିଷ୍ପତ୍ତି ରାଜ୍ୟ ସରକାର ନେଇଛନ୍ତି। ଏହି ଅବସରରେ ପୂର୍ତ୍ତ ସଚିବ ଡାକ୍ତର କିଷନ କୁମାର, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭିନିଲ କ୍ରିଷ୍ଣା, ଆରଡିସି ଅନୀଲ କୁମାର ସାମଲ, ଜିଲ୍ଲାପାଳ ସିଏମସି କମିସନର ପ୍ରମୁଖ ଉପସ୍ଥିତ ଥିଲେ।

Leave A Reply

Your email address will not be published.