ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଦିଲ୍ଲୀରେ ଉଠିବ ଓଡିଶା ଦାବି

0

ବିଧାନ ପରିଷଦ ବିଲ୍, ମହିଳା ସଂରକ୍ଷଣ ଓ ଅନୂସୂଚିତ ଜନଜାତି ତାଲିକା ଦାବି କରିବ ଓଡ଼ିଶା

ନୂଆଦିଲ୍ଲୀ: ଆସନ୍ତାକାଲିଠାରୁ ଆରମ୍ଭ ହେବ ସଂସଦର ମୌସୁମୀ ଅଧିବେଶନ। ଏହା ପୂର୍ବରୁ ସର୍ବଦଳୀୟ ବୈଠକରେ ବିରୋଧୀଙ୍କ ବିଶ୍ୱାସ ଜିତିବାକୁ ପ୍ରୟାସ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ସର୍ବଦଳୀୟ ବୈଠକରେ ୩୩ ଦଳ ଅଂଶଗ୍ରହଣ କରିଥିଲେ। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ ସଂସଦରେ ବିଭିନ୍ନ ପ୍ରସଙ୍ଗରେ ସରକାର ଏକ ସୁସ୍ଥ ଏବଂ ଫଳପ୍ରଦ ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି।

ସର୍ବଦଳୀୟ ବୈଠକରେ ଓଡିଶାର ସ୍ୱାର୍ଥ ସଂପର୍କିତ ପ୍ରସଙ୍ଗ ଉଠାଇଛି ବିଜୁ ଜନତା ଦଳ। ବିଜେଡି ୩ଟି ମୁଖ୍ୟ ପ୍ରସଙ୍ଗ ଦୋହରାଇଛି । ବିଧାନପରିଷଦ ବିଲ ଆଣିବାକୁ ଦାବି କରିଛି ଦଳ। ଏଥିସହ ମହିଳା ସଂରକ୍ଷଣ ବିଲ, ଅନୁସୂଚିତ ଜନଜାତି ତାଲିକା ପ୍ରସ୍ତୁତ କରିବାକୁ ବିଜେଡି ଦାବି କରିଛି। ସର୍ବଦଳୀୟ ବୈଠକ ପରେ ବିଜେଡି ସଂସଦୀୟ ଦଳ ନେତା ପିନାକୀ ମିଶ୍ର କହିଛନ୍ତି ଯେ, ବଳକା ଚାଉଳ କେନ୍ଦ୍ର ନେଉ, ସବସିଡି ଟଙ୍କା ଓଡିଶାକୁ ମିଳୁ। ତୈଳ ଓ ରନ୍ଧନ ଗ୍ୟାସ ସେସ୍ରୁ ରାଜ୍ୟକୁ କିଛି ଭାଗ କୋଭିଡ ପାଇଁ ମିଳୁ ବୋଳି ବିଜେଡି ଦାବି କରିଛି।

ସେହିପରି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ କହିଛନ୍ତି, ଭୁବନେଶ୍ୱର ସଂସଦୀୟ କ୍ଷେତ୍ର ଉପରେ ସମସ୍ତ ପ୍ରସଙ୍ଗ ଏବଂ ଓଡ଼ିଶାର ବିଭିନ୍ନ ସମସ୍ୟା ସଂସଦରେ ଉପସ୍ଥାପନ କରିବି। ବିପକ୍ଷ ଦଳର ସମସ୍ତ ପ୍ରସଙ୍ଗକୁ ଜବାବ ଦେବାକୁ ବିଜେପି ପ୍ରସ୍ତୁତ ରହିଛି ବୋଲି କହିଛନ୍ତି ଅପରାଜିତା ଷଡଙ୍ଗୀ।

ଆଗାମୀ ଅଧିବେଶନ ବେଶ ସରଗରମ୍ ହେବା ସମ୍ଭାବନା ରହିଛି । ଦେଶର ପେଟ୍ରୋଲ ଦର ଓ ଅତ୍ୟାବଶ୍ୟକ ସାମଗ୍ରୀର ଦର ବୃଦ୍ଧିକୁ ନେଇ ଅସନ୍ତୋଷ ଦାନା ବାନ୍ଧୁଛି । କୋଭିଡ଼ ଦ୍ୱିତୀୟ ଲହରର ମୁକାବିଲାରେ ମୋଦୀ ସରକାର ଫେଲ ମାରିଥିବା ବିରୋଧୀ ଅଭିଯୋଗ କରୁଛନ୍ତି । ଦେଶରେ ଟିକାକରଣ କଇଁଛ ଗତିରେ ଚାଲିଛି। ଏସବୁ ପ୍ରସଙ୍ଗରେ ମୋଦୀ ସରକାରଙ୍କୁ ଘେରିବା ପାଇଁ ବିରୋଧୀ ପ୍ରସ୍ତୁତ ହୋଇ ରହିଛନ୍ତି । ଜୁଲାଇ ୧୯ ତାରିଖରୁ ଅଗଷ୍ଟ ୧୫ ପର୍ୟ୍ୟନ୍ତ ଚାଲିବ ଏହି ଅଧିବେଶନ । ଏଥିରେ ୧୯ଟି କାର୍ଯ୍ୟଦିବସ ରହିଛି ।

Leave A Reply

Your email address will not be published.