ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ସିଂହଦ୍ବାରରେ ତିନି ରଥ, ଆସନ୍ତାକାଲି ସୁନାବେଶ

0

ଭଲରେ ଭଲରେ ସରିଲା ମହାପ୍ରଭୁଙ୍କ ନବଦିନ ଯାତ୍ରା ,ସମସ୍ତଙ୍କୁ ଧନ୍ୟବାଦ ଜଣାଇଲେ ନବୀନ

ଭୁବନେଶ୍ୱର: କୋ‍ଭିଡ କଟକଣା ମଧ୍ୟରେ ସମସ୍ତଙ୍କ ସହଯୋଗରେ ମହାପ୍ରଭୁଙ୍କ ନବଦିନ ଯାତ୍ରା ସୁରୁଖୁରୁରେ ଶେଷ ହୋଇଛି। ନିର୍ଧାରିତ ସମୟ ଆଗକୁ ତିନି ରଥ ସିଂହଦ୍ବାର ଚକଡାରେ ପହଞ୍ଚିଥିଲେ। ଆସନ୍ତାକାଲି ମହାପ୍ରଭୁଙ୍କ ସୁନାବେଶ ବା ବଡତଡାଉ ବେଶ ଅନୁଷ୍ଠିତ ହେବ। ଏପଟେ ରଥଯାତ୍ରା ଶାନ୍ତିଶୃଙ୍ଖଳାର ସହିତ ଶେଷ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆନନ୍ଦ ପ୍ରକାଶ କରିଛନ୍ତି। ଏହି କଠିନ ପରିସ୍ଥିତିରେ ମହାପ୍ରଭୁଙ୍କ କରୁଣା ଯୋଗୁ ଏହା ସମ୍ଭବ ହୋଇପାରିଲା ବୋଲି ବର୍ଣ୍ଣନାକରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ମହାପ୍ରଭୁଙ୍କ ନିକଟରେ ତାଙ୍କର ଭକ୍ତି ନିବେଦନ କରିଛନ୍ତି ।

ସେବାୟତମାନେ ଯେଭଳି ଭକ୍ତି ଓ ସମର୍ପଣର ଭାବ ନେଇ ମହାପ୍ରଭୁଙ୍କ ନୀତିକାନ୍ତି ଠିକ୍‌ ସମୟରେ ସମ୍ପନ୍ନ କଲେ ମୁଖ୍ୟମନ୍ତ୍ରୀ ତାର ଉଚ୍ଚପ୍ରଂଶସା କରିଛନ୍ତି।ଶ୍ରୀମନ୍ଦିର ପ୍ରଶାସନ, ପୁଲିସ ପ୍ରଶାସନ, ଜିଲ୍ଲା ପ୍ରଶାସନ, ଅଗ୍ନିଶମ ସେବା, ପୁରୀ ମ୍ୟୁନିସପାଲଟି ଆଦି ବିଭିନ୍ନ ସରକାରୀ ସଂସ୍ଥା ପରିସ୍ପର ମଧ୍ୟରେ ଉପଯୁକ୍ତ ସମନ୍ୱୟ ରକ୍ଷା କରି ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଉତ୍ତମ ଭାବରେ ପରିଚାଳନା କରିଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି।

କୋଭିଡ କଟକଣା ଯୋଗୁ, ଭକ୍ତମାନେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ଯାତ୍ରା ରେ ଭାଗ ନେଇ ପାରିନଥିଲେ । ଲୋକମାନେ ଘରେ ରହି ଯେପରି ମହାପ୍ରଭୁଙ୍କ ଦିବ୍ୟ ଯାତ୍ରା ର ଆନନ୍ଦ ନେଇପାରିବେ ସେଥିପାଇଁ ସୂଚନା ଓ ଲୋକସମ୍ପର୍କ ଵିଭାଗ ସୁନ୍ଦର ବ୍ୟବସ୍ଥା କରିଥିବାରୁ ମୁଖ୍ୟମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଛନ୍ତି।। ସର୍ବୋପରି ପୁରୀର ଜନସାଧାରଣ ନବଦିନ ଯାତ୍ରା ସମୟରେ କୋଭିଡ଼୍ କଟକଣା ମାନି ଯେଭଳି ସଂଯମତା ପ୍ରଦର୍ଶନ କରିଛନ୍ତି ତାହା ଅତୁଳନୀୟ ବୋଲି ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରି ସହରବାସୀଙ୍କ ସହଯୋଗ ପାଇଁ ଧନ୍ୟବାଦ ଜଣାଇଛନ୍ତି।

Leave A Reply

Your email address will not be published.