ପ୍ରମୁଖ ଖବର

୫ ବର୍ଷରେ ଓଡ଼ିଶାରେ ୨୦ ଲକ୍ଷ ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଧାନ କିଣାକୁ ନେଇ ଚାଷୀଙ୍କ ଦ୍ୱନ୍ଦ୍ୱ ଦୂର, ଚଳିତ ବର୍ଷ ବି ରହିବ ପି-ପାସ୍ ପଞ୍ଜୀକରଣ
ଜୁଜୁମୁରାରେ ମର୍ମନ୍ତୁଦ ଦୁର୍ଘଟଣା: ସରକାରୀ ବସ୍‌-ଟ୍ରକ୍‌ ଧକ୍କାରେ ୨ ମୃତ, ୧୧ ଆହତ
ପତାକା ଉତ୍ତୋଳନ ବେଳେ ବିଦ୍ୟୁତ୍ ସଂସ୍ପର୍ଶରେ କ୍ରୀଡ଼ା ଶିକ୍ଷକଙ୍କ ମୃତ୍ୟୁ
ଅଲୱାରର ତେଲ ପ୍ୟାକିଂ କାରଖାନାରେ ଭୟାବହ ଅଗ୍ନିକାଣ୍ଡ
ଶ୍ରୀମନ୍ଦିରରେ ପ୍ରବଳ ଭିଡ଼ ଭିତରେ ଅଘଟଣ, ବୟସ୍କ ଶ୍ରଦ୍ଧାଳୁଙ୍କ ମୃତ୍ୟୁ
୨୦୪୭ ସୁଦ୍ଧା ଭାରତ ବିକଶିତ ରାଷ୍ଟ୍ର ହେବ: ପ୍ରଧାନମନ୍ତ୍ରୀ

ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଓଡ଼ିଆ ପୁଅ ବିନୟ

0

ଭୁବନେଶ୍ବର: ଓଡ଼ିଶାର ଦେବଗଡ଼ ସହରରେ ଜନ୍ମ ଗ୍ରହଣ କରିଥିବା ଭାରତୀୟ ବିଦେଶ ସେବା(ଆଇଏଫଏସ୍) ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ପୂର୍ବ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ଭାରତ ସରକାର ନିଯୁକ୍ତ କରିଛନ୍ତି ବୋଲି ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରି କରାଯାଇଛି। ଶ୍ରୀ ପ୍ରଧାନ ଦେବଗଡ଼ର ଆରବିଡ଼ି ବିଦ୍ୟାଳୟରୁ ପାଠ ପଢ଼ି ଜିଏମ ମହାବିଦ୍ୟାଳୟରେ ଅଧ୍ୟୟନ କରିବା ସହିତ ଜେଏନୟୁରୁ ଉଚ୍ଚ ଶିକ୍ଷା ଲାଭ କରିଥିଲେ।

ସୂଚାନଯୋଗ୍ୟ, ଶ୍ରୀ ପ୍ରଧାନ ୨୦୧୯ରୁ ଋଷର ମସ୍କୋ ସ୍ଥିତ ଭାରତୀୟ ଦୂତାବାସରେ ଡେପୁଟି ଚିଫ୍ ଅଫ୍ ମିସନ୍ ଭାବେ ଅବସ୍ଥାପିତ ଅଛନ୍ତି । ସେ ଖୁବ ଶୀଘ୍ର ନୂଆ ପଦ ଗ୍ରହଣ କରିବେ । ଜଣେ ଦକ୍ଷ ଏବଂ ବିଶିଷ୍ଟ କୁଟନୀତିଜ୍ଞ ଭାବରେ ସେ ୨୦୦୪ ରୁ ୨୦୧୨ ପର୍ଯ୍ୟନ୍ତ ମୋସ୍କୋ, ତୁର୍କମେନିସ୍ତାନ ଏବଂ ପାକିସ୍ତାନର ଭାରତୀୟ ଦୂତାବାସରେ ବରିଷ୍ଠ ପଦବୀରେ କାର୍ଯ୍ୟ ସମ୍ପାଦନ କରିଛନ୍ତି । ୨୦୧୨ରୁ ୨୦୧୪ ପର୍ଯ୍ୟନ୍ତ ବିଦେଶ ମନ୍ତ୍ରଣାଳୟରେ ଆଫଗାନିସ୍ତାନ ଓ ଇରାନ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ନେଇ କାର୍ଯ୍ୟ କରିଥିଲେ । ପରବର୍ତ୍ତୀ ପର୍ଯ୍ୟାୟରେ ସେ ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ମଧ୍ୟ କାର୍ଯ୍ୟ କରିଥିଲେ । ଏହି ଖବର ପାଇବା ପରେ ତାଙ୍କ ବନ୍ଧୁ, ପରିବାର ଏବଂ ଅଞ୍ଚଳବାସୀଙ୍କ ମନରେ ଖୁସିର ବାତାବରଣ ସୃଷ୍ଟି ହେବା ସହ ଶୁଭେଚ୍ଛାର ସୁଅ ଛୁଟିଛି ।

Leave A Reply

Your email address will not be published.