ପ୍ରମୁଖ ଖବର

କଟକ ମଙ୍ଗୁଳି ନିକଟରୁ ବିପୁଳ ପରିମାଣକର ବ୍ରାଉନସୁଗାର ଜବତ
ବାତ୍ୟା ମୋନ୍ଥା ପାଇଁ ଆସନ୍ତାକାଲି ନନ୍ଦନକାନନ ବନ୍ଦ
ଅମ୍ବାଲା ବାୟୁସେନା ଘାଟିରୁ ରାଫେଲ ଉଡ଼ାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ମଙ୍ଗଳବାର ରାତିରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିବ ବାତ୍ୟା ମୋନ୍ଥା
୮ମ ବେତନ କମିଶନକୁ ମିଳିଲା କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
ବାତ୍ୟା ‘ମୋନ୍ଥା’ର ପ୍ରଭାବ: ୫ ଜିଲ୍ଲା ରେଡ୍ ଓ ୬ ଜିଲ୍ଲା ଅରେଞ୍ଜ ଆଲର୍ଟ ଜାରି
ପୁରୀରେ ଲାଇଫଗାର୍ଡଙ୍କୁ ଚପଲରେ ପିଟିଲେ ମହିଳା
ବାତ୍ୟା ଡ୍ୟୁଟି ବେଳେ ଯୋଗାଣ ସହାୟକଙ୍କ ମୃତ୍ୟୁ
ଜଷ୍ଟିସ ସୂର୍ଯ୍ୟକାନ୍ତ ହେବେ ପରବର୍ତ୍ତି ମୁଖ୍ୟ ବିଚାରପତି

ବିପଦ ଟଳିନି, ସଜାଗ ରୁହ

0

ଭୁବନେଶ୍ବର: ଏବେ ବି କୋଭିଡ ବିପଦ ଦୂର ହୋଇନି। ରାଜ୍ୟର କୋଭିଡ ସ୍ଥିତି ,ତୃତୀୟ ଲହର ମୁକାବିଲା ପାଇଁ ପ୍ରସ୍ତୁତି ଓ କୋଭିଡ ସହାୟତା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଗତ କିଛି ସପ୍ତାହ ହେଲା ରାଜ୍ୟରେ ପଜିଟିଭ ହାର କମିଥିଲେ ମଧ୍ୟ, କେତେକ ଜିଲ୍ଲାରେ ସଂକ୍ରମଣ ସ୍ଥିତିରେ ସୁଧାର ଆସିବାକୁ ବାକି ଅଛି । ଯଦିଓ ପରିସ୍ଥିତି ନିୟନ୍ତ୍ରଣାଧୀନ, ତଥାପି ଆତ୍ମସନ୍ତୋଷ ନୁହେଁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କୋଭିଡ ସ୍ଥିତି ସଂପୂର୍ଣ୍ଣ ନିୟନ୍ତ୍ରଣରେ ଆସିନଥିବାରୁ ଲୋକମାନେ ଯେପରି ଗହଳି ନକରିବେ, ତାକୁ ଦୃଷ୍ଟିରେ ରଖି କୋଭିଡ଼ ନିୟମାବଳୀକୁ କଡାକଡି ପାଳନ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷଜ୍ଞ ମାନଙ୍କ ଆକଳନକୁ ନେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଯଦି ଅଗଷ୍ଟ ଶେଷ ବେଳକୁ ତୃତୀୟ ଲହର ଆସେ , ସେଥିପାଇଁ ଆମକୁ ପ୍ରସ୍ତୁତିର ସହ ମୁକାବିଲା କରିବାକୁ ହେବ। ସ୍ୱାସ୍ଥ୍ୟସେବା ଭିତ୍ତିଭୂମିର ସୁଦୃଢୀକରଣ ସହିତ ମାନବସମ୍ବଳ ବିନିଯୋଗ ଉପରେ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି । ଲୋକମାନେ ଯେପରି ବିନା କୌଣସି ଅସୁବିଧାରେ ସ୍ୱାସ୍ଥ୍ୟ ସେବା ପାଇପାରିବେ ସେ ଦିଗରେ ଜିଲ୍ଲା ପ୍ରଶାସନର ଗୁରୁ ଦାୟିତ୍ୱ ରହିଛି । ପ୍ରତି ଜୀବନ ମୂଲ୍ୟବାନ । ଏହା ହେଉଛି ରାଜ୍ୟ ସରକାରଙ୍କ ସ୍ୱାସ୍ଥ୍ୟ ନୀତିର ଆଧାର ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଜିଲ୍ଲା ହସ୍ପିଟାଲଠାରୁ ଆରମ୍ଭ କରି ସିଏଚସି ଲେଭେଲ ପର୍ଯ୍ୟନ୍ତ ଯେଭଳି ସ୍ୱାସ୍ଥ୍ୟସେବାରେ କୌଣସି ଅସୁବିଧା ନହୁଏ, ସେଥିପାଇଁ ଥାନା ଆଇଆଇସିଙ୍କଠାରୁ ଆରମ୍ଭ କରି ବିଡିଓ, ଏସଡିପିଓ, ଉପଜିଲ୍ଲାପାଳ, ଏସପି,ଜିଲ୍ଲାପାଳ ସମେସ୍ତ ଏହାକୁ ସେମାନଙ୍କର ମୂଳ ଦାୟିତ୍ୱର ଅଂଶଭାବରେ ଜ୍ଞାନକରି ଯତ୍ନବାନ ହେବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।

Leave A Reply

Your email address will not be published.