ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

୧୭ କର୍ମଜୀବୀ ସାମ୍ବାଦିକଙ୍କ ପାଇଁ ଦିଆଗଲା ୨.୫୫ କୋଟି

0


ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ କ୍ରମେ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ କୋଭିଡ୍‌-୧୯ ମହାମାରୀ ଯୋଗୁଁ ମୃତ୍ୟୁବରଣ କରିଥିବା ୧୭ ଜଣ କର୍ମଜୀବୀ ସାମ୍ବାଦିକଙ୍କ ପରିବାରକୁ ୧୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ମଂଜୁର କରିଛି। ଭୁବନେଶ୍ୱରର ୪ ଜଣ, ବଲାଙ୍ଗୀର ଜିଲ୍ଲାର ୩ ଜଣ, ଗଞ୍ଜାମ ଜିଲ୍ଲାର ୭ ଜଣ, କଳାହାଣ୍ଡି ଜିଲ୍ଲାର ଜଣେ ଓ ଯାଜପୁର ଜିଲ୍ଲାର ୨ ଜଣ କର୍ମଜୀବୀ ସାମ୍ବାଦିକ ଏଥିରେ ଅନ୍ତର୍ଭୁକ୍ତ।

‘ଜି-ଓଡ଼ିଶା’ର ଭୁବନେଶ୍ୱରରେ କାର୍ଯ୍ୟକରୁଥିବା ସ୍ୱର୍ଗତ ମାନସ ଜୟପୁରିଆ, ବରିଷ୍ଠ ସାମ୍ବାଦିକ ବସନ୍ତ ଦାସ, ‘ଆଜିକାଲି’ର ସାମ୍ବାଦିକ ବିଜୟଲକ୍ଷ୍ମୀ
ମହାନ୍ତି, ‘ଟାଇମସ୍‌ ଅଫ୍‌ ଇଣ୍ଡିଆ’ର ସ୍ୱର୍ଗତ ପ୍ରୀତିମାନ୍‌ ମହାପାତ୍ରଙ୍କ ପରିବାରବର୍ଗ ୧୫ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ପାଇବେ। ସେହିପରି ଗଞ୍ଜାମ ଜିଲ୍ଲାର ‘ଟିଭି ନ୍ୟୁଜ ୬(ୱେବ)’ର ସାମ୍ବାଦିକ ଗୋବିନ୍ଦ ବେହେରା, ‘ସମ୍ବାଦ’ର ପ୍ରଦୀପ କିଶୋର ସାହୁ, ‘ସମାଜ’ର କିଶୋର ଚନ୍ଦ୍ର ଦାଶ, ‘ଓଡ଼ିଶା ଫାଇଲସ୍‌’ର ନରେଶ କୁମାର ବେହେରା, ‘କଳିଙ୍ଗ ଜ୍ୟୋତି, ନନ୍ଦିନୀ’ର ସାମ୍ବାଦିକ ରତ୍ନାକର ମହାରଣା, ବ୍ଲକ୍‌ କରେସ୍‌ପଣ୍ଡେଣ୍ଟ ନିଳୟ ରଞ୍ଜନପଟ୍ଟନାୟକ, ‘ଅନୁପମ ଭାରତ’ର କରୁଣାକର ସାହୁ, ବଲାଙ୍ଗୀର ଜିଲ୍ଲାର ‘ସମ୍ବାଦ’ର ସାମ୍ବାଦିକ ଶୁଭ୍ରାଂଶୁ ଶେଖର ମିଶ୍ର ଏବଂ ଜତୀଶ ଚନ୍ଦ୍ର ଖମାରୀ, ‘ପ୍ରଗତିବାଦୀ’ର କୈଳାଶ ଚନ୍ଦ୍ର ସାହୁ, ‘ନକ୍ଷତ୍ର ଟିଭି’ର କଳାହାଣ୍ଡି ଜିଲ୍ଲା ପ୍ରତିନିଧି ଭାନୁପ୍ରକାଶ ରଥ, ଯାଜପୁର ଜିଲ୍ଲାର ‘ମନ୍ଥନ’ର ସାମ୍ବାଦିକ ଅଶୋକ କୁମାର ସାହୁ, ‘ଲୋକସଂପର୍କ’ର ସାମ୍ବାଦିକ ପ୍ରଭାତ କୁମାର ରାଉତରାୟଙ୍କ ନିକଟତମ ସଂପର୍କୀୟଙ୍କୁ ଏହି ଅନୁକମ୍ପାମୂଳକ ସହାୟତା ମିଳିବ।

କୋଭିଡ୍‌ରେ ମୃତ୍ୟୁବରଣ କରିଥିବା ଅଉ କିଛି ସାମ୍ବାଦିକଙ୍କ ପ୍ରସ୍ତାବ ମଧ୍ୟ ବିଭାଗର ବିଚାରାଧୀନ ରହିଛି । ସେ ବାବଦରେ ଜିଲ୍ଲାସ୍ତରରେ ଅନୁସନ୍ଧାନ ଜାରି ରହିଛି । ଖୁବ୍‌ ଶୀଘ୍ର ଯୋଗ୍ୟ ବିବେଚିତ ପ୍ରସ୍ତାବଗୁଡ଼ିକୁ ମଂଜୁର କରାଯାଇ ଅନୁକମ୍ପା ରାଶି ପ୍ରଦାନ କରାଯିବା ପାଇଁ ପଦକ୍ଷେପ ନିଆଯିବ ବୋଲି ରାଜ୍ୟ ସରକାରଙ୍କ ଗଣମାଧ୍ୟମ ପରାମର୍ଶଦାତା ମାନସ ରଂଜନ ମଙ୍ଗରାଜ କହିଛନ୍ତି।

ପ୍ରକାଶ ଯୋଗ୍ୟ ଯେ କୋଭିଡ୍‌-୧୯ରେ ମୃତ୍ୟୁବରଣ କରିଥିବା ଏହି ୧୭ ଜଣ କର୍ମଜୀବୀ ସାମ୍ବାଦିକଙ୍କ ପରିବାରବର୍ଗଙ୍କୁ ଅନୁକମ୍ପାମୂଳକ ସହାୟତ ପାଇଁ ସମୁଦାୟ ୨ କୋଟି ୫୫ ଲକ୍ଷ ଟଙ୍କା ମଂଜୁର କରାଯାଇଛି। ସାମ୍ବାଦିକ କଲ୍ୟାଣ ପାଣ୍ଠିରୁ ଏହି ଅର୍ଥ ପ୍ରଦାନ କରାଯିବ।

Leave A Reply

Your email address will not be published.