ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ବିଜେପିକୁ ମୁହଁତୋଡ ଜବାବ ଦେଲା ବିଜେଡି

0
  • ଅଭିଯୋଗ ଥିଲେ ନ୍ୟାୟାଳୟ ଦ୍ବାରସ୍ଥ ହୋଇ ମତ ରଖ, ବିଭ୍ରାନ୍ତ କରନି
  • ସାମ୍ବିଧାନିକ ଅନୁଷ୍ଠାନକୁ ବିଜେପିର ଅପମାନ ଦୁର୍ଭାଗ୍ୟଜନକ: ବିଜେଡି

ଭୁବନେଶ୍ୱର: ରାଜ୍ୟ ନିର୍ବାଚନ କମିସନ ଭଳି ଏକ ସାମ୍ବିଧାନିକ ପଦ ମର୍ଯ୍ୟାଦା ଥିବା ଅନୁଷ୍ଠାନକୁ ଓଡିଶା ବିଜେପି ଅସମ୍ମାନ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ। ବିଜେପିର ଏଭଳି ମନ୍ତବ୍ୟ ଯୋଗୁଁ ଆଜି ଆଉଥରେ ଓଡିଶାବାସୀଙ୍କ ସମ୍ମୁଖରେ ଲୋକହସା ହୋଇଥିବା କହିଛନ୍ତି ବିଜେଡି ମୁଖପାତ୍ର ଲେନିନ୍ ମହାନ୍ତି।

ରାଜ୍ୟ ନିର୍ବାଚନ କମିସନଙ୍କ ସଂପର୍କରେ ବିଜେପିର ସାମ୍ବାଦିକ ସମ୍ମିଳନୀର ମତ ଦେଇ ଶ୍ରୀ ମହାନ୍ତି କହିଛନ୍ତି ଯେ କ୍ରମାଗତ ଭାବରେ ନିଜର ଅହଂକାର
ଯୋଗୁଁ ଉଭୟ ପଞ୍ଚାୟତ ଓ ପୌର ନିର୍ବାଚନରେ ବିଜେପି ଓଡିଶାବାସୀଙ୍କ ଦ୍ୱାରା ପରାସ୍ତ ପରେ ମଧ୍ୟ କିଛି ଶିଖିପାରିଲା ନାହିଁ। ୨୦୧୯ରୁ ଯେତେସବୁ ଉପନିର୍ବାଚନ ହୋଇଛି ସେଥିରେ ଓଡିଶାବାସୀ ବିଜେଡିକୁ ଜୟଯୁକ୍ତ କରିଛନ୍ତି। ଏପରିକି ୨୦୧୯ ନିର୍ବାଚନରେ ବିଜେପି ଜିଣିଥିବା ନିର୍ବାଚନମଣ୍ଡଳୀରେ ମଧ୍ୟ ତାକୁ ପରାଜୟର ରାସ୍ତା ଦେଖାଇଛନ୍ତି।

ଆମେ ଆଶା କରୁଛୁ ଯେ ଓଡିଶା ବିଜେପି ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ, ମାନ୍ୟବର ଉଚ୍ଚ ନ୍ୟାୟାଳୟ, ଜାତୀୟ ନିର୍ବାଚନ କମିଶନ ଓ ରାଜ୍ୟ ନିର୍ବାଚନ କମିସନ ଭଳି ସାମ୍ବିଧାନିକ ଅନୁଷ୍ଠାନଗୁଡିକୁ ସମ୍ମାନ ଦେବା ଶିଖୁ । ଯଦି ସେମାନଙ୍କର କୌଣସି ଅଭିଯୋଗ ଅଛି ତେବେ ସେମାନେ ନ୍ୟାୟାଳୟର ଦ୍ୱାରସ୍ଥ ହୋଇ ନିଜର ମତ ରଖିପାରିବେ। ତାହା ନକରି ରାଜ୍ୟ ନିର୍ବାଚନ କମିସନ ଭଳି ଏକ ସାମ୍ବିଧାନିକ ଅନୁଷ୍ଠାନକୁ ଅସମ୍ମାନ କରିବା ଓ ଓଡିଶାବାସୀଙ୍କୁ ବିଭ୍ରାନ୍ତ
କରିବା ଉଚିତ୍‍ ନୁହେଁ ବୋଲି ବିଜେଡି ମୁଖପାତ୍ର କହିଛନ୍ତି।

ଶ୍ରୀ ମହାନ୍ତି ଆହୁରି କହିଛନ୍ତି, ବିଜୁ ଜନତା ଦଳ ସବୁବେଳେ ନିର୍ବାଚନ ପାଇଁ ପ୍ରସ୍ତୁତ ଅଛି, ସେ ପଞ୍ଚାୟତ, ପୌର କିମ୍ବା ସାଧାରଣ ନିର୍ବାଚନ ହେଉ। କାରଣ ଆମେ ନିର୍ବାଚନ ପାଇଁ ନୁହେଁ, ଲୋକଙ୍କ ପାଇଁ କାମ କରୁ ଏବଂ ଓଡିଶାବାସୀ ଆମ ଭଲ କାମ ପାଇଁ ଆମକୁ ପ୍ରତ୍ୟେକଟି ନିର୍ବାଚନରେ ଆର୍ଶୀବାଦ କରି ଜୟଯୁକ୍ତ କରାଉଛନ୍ତି ବୋଲି ବିଜେଡି କହିଛି।

Leave A Reply

Your email address will not be published.