ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

କଟକଣା ଭିତରେ ଆଜିଠୁ ଖୋଲିବ ସ୍କୁଲ

0

ଭୁବନେଶ୍ବର: ପାଠପଢାକୁ ଦିଗହରା କରିଦେଇଛି କରୋନା। ଏମିତି ଯେ ଗତବର୍ଷ ମାଟ୍ରିକ୍ ପରୀକ୍ଷା ବି ହୋଇପାରିଲା ନାହିଁ। ପିଲାମାନେ ସ୍କୁଲ ଦେଖିପାରିଲେ ନାହିଁ। ଦ୍ବିତୀୟ ଲହର କମିବା ପରେ ସରକାର ଏକ ବଡ଼ ସାହସିକ ନିଷ୍ପତ୍ତି ନେଇଛନ୍ତି। କରୋନା କଟକଣା ଭିତରେ ଆଜିଠୁ ରାଜ୍ୟରେ ସ୍କୁଲ ଖୋଲିବ। ପ୍ରଥମ ପର୍ଯ୍ୟାୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢା ଆରମ୍ଭ ହେବ। ସରକାରୀ ମାର୍ଗଦର୍ଶିକା ଅନୁସାରେ କ୍ଲାସରୁମରେ ପାଠପଢା ନେଇ ସ୍କୁଲ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି।

ପ୍ରଥମ ଦିନ ସ୍କୁଲ ଖୋଲିବାର ଘଣ୍ଟାଏ ପୂର୍ବର ଶିକ୍ଷକ ଶିକ୍ଷୟିତ୍ରୀ ସ୍କୁଲରେ ପହଞ୍ଚିବେ। ସକାଳ ୧୦ରୁ ଦିନ ଗୋଟାଏ ୩୦ ଯାଏ ଶ୍ରେଣୀଗୃହରେ ପାଠ ପଢାଯିବ।ଏହି ସମୟରେ କୌଣସି ଖେଳ ଛୁଟି ହେବ ନାହିଁ। ପାଠପଢା ପରେ ସିଧା ଘରକୁ ଯାଇ ମଧ୍ୟାହ୍ନ ଭୋଜନ କରିବେ। ତେବେ ସ୍କୁଲ ଖୋଲିବା ପୂର୍ବରୁ ପୂରା କ୍ୟାମ୍ପସକୁ ସାନିଟାଇଜ କରାଯାଇଛି। ଛାତ୍ରଛାତ୍ରୀମାନେ ଅଭିଭାବକଙ୍କ ଅନୁମତି ନେଇ ସ୍କୁଲକୁ ଆସିବେ।

ସ୍କୁଲକୁ ପଶିବା ମାତ୍ରେ ସେମାନଙ୍କ ଥର୍ମାଲ ସ୍କ୍ରିନିଂ କରାଯିବା ସହ ସାମାଜିକ ଦୂରତା ପାଇଁ ବ୍ୟବସ୍ଥା ହୋଇଛି। ମାସ୍କ ପିନ୍ଧିବା ବାଧ୍ୟତାମୂଳକ । ଶ୍ରେଣୀଗୃହରେ ପିଲାଙ୍କ ମଧ୍ୟରେ ୬ ଫୁଟ ଦୂରତା ରଖାଯାଇ ରୋଲ ନମ୍ବର ସିଟରେ ଲେଖାଯାଇଛି। ଏହା ସହ ସ୍କୁଲରେ ଏକ ସଙ୍ଗରୋଧ ଗୃହ ରଖାଯାଇଛି । କୌଣସି ଛାତ୍ରଛାତ୍ରୀଙ୍କ ଠାରେ ସାମାନ୍ୟ ଲକ୍ଷଣ ଦେଖାଗଲେ ସେମାନଙ୍କୁ ସେହି ଗୃହରେ ରଖାଯିବ।

ଏସଓପି ଅନୁସାରେ ସ୍କୁଲ ଖୋଲିବ। ନୋଡାଲ ଅଫିସର ମାନେ ମଧ୍ୟ ଜିଲ୍ଲା ଗସ୍ତରେ ଅଛନ୍ତି । ତେବେ ଆଗକୁ ଯଦି ସ୍ଥିତି ସୁଧୁରେ ଅଗଷ୍ଟ ୧୬ରୁ ନବମ ଓ ସେପ୍ଟେମ୍ବର ୧୫ରୁ ଏକାଦଶ ଶ୍ରେଣୀ ଖୋଲିବା ପାଇଁ ଯୋଜନା କରୁଛି ଗଣଶିକ୍ଷା ବିଭାଗ ।

Leave A Reply

Your email address will not be published.