ପ୍ରମୁଖ ଖବର

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ଅଳ୍ପକେ ବର୍ତ୍ତିଲେ ମନ୍ତ୍ରୀ
ୟୁନିଟ୍-୧ ହାଟରେ ଲାଗିବ ଅତ୍ୟାଧୁନିକ ଫାୟାର ଫାଇଟିଂ ସିଷ୍ଟମ, ଅଗ୍ନିକାଣ୍ଡ ରୋକିବାକୁ ବିଏମସିର ମେଗା ପ୍ଲାନ
ଆଇଏସ୍‌ଆଇ ସହ ଲିଙ୍କ୍‌: ଦିଲ୍ଲୀରେ ଆଉ ୫ ଆତଙ୍କବାଦୀ ଗିରଫ
ପ୍ରବଳ ଖରା ପାଇଁ ଖୋର୍ଦ୍ଧାରେ ୧୯ରୁ ୨୫ ଜୁନ୍ ପର୍ଯ୍ୟନ୍ତ ସକାଳୁଆ ସ୍କୁଲ
ଦୀର୍ଘକାଳୀନ ଅନୁପସ୍ଥିତ ଡାକ୍ତରଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଧରାପଡ଼ିଲେ ଡେଲାଙ୍ଗ ଫରେଷ୍ଟର୍
ବିଜେପି ନେତାଙ୍କ ସହ ୩ ଜଣଙ୍କୁ ଜୀଅନ୍ତା ପୋଡ଼ିଦେଲେ ଦୁର୍ବୃତ୍ତ

କଥାକାର ରାମଚନ୍ଦ୍ର ବେହେରାଙ୍କୁ ଅତିବଡ଼ୀ ପୁରସ୍କାର ପ୍ରଦାନ

0

ସାରସ୍ୱତ ସାଧନା ପାଇଁ ୧୫ ଜଣ ସମ୍ବର୍ଧିତ

ଭୁବନେଶ୍ୱର: ଓଡ଼ିଶା ସାହିତ୍ୟ ଏକାଡେମୀର ୨୮ତମ ପୁରସ୍କାର ବିତରଣୀ ଉତ୍ସବରେ ଏକାଡେମୀର ସର୍ବୋଚ୍ଚ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର ବିଶିଷ୍ଟ କଥାଶିଳ୍ପୀ ତଥା ସାରସ୍ୱତ ସାଧକ ଡ. ରାମଚନ୍ଦ୍ର ବେହେରାଙ୍କୁ ପ୍ରଦାନ କରାଯାଇଛି । ସ୍ଥାନୀୟ ସଂସ୍କୃତି ଭବନଠାରେ ନିରାଡମ୍ବର ଭାବେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ ପର୍ଯ୍ୟଟନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ । ଡ. ବେହେରାଙ୍କୁ ମାନ ପତ୍ର, ପୁଷ୍ପଗୁଚ୍ଛ ଏବଂ ୫ ଲକ୍ଷ ଟଙ୍କାର ପୁରସ୍କାର ରାଶି ଚେକ୍‌ ଆକାରରେ ପ୍ରଦାନ କରାଯାଇଥିଲା । ଏଥି ସହିତ ସାରସ୍ୱତ ସାଧନା ଓ ଓଡ଼ିଆ ବାଣୀଭଣ୍ଡାରକୁ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ୧୫ ଜଣ ବୟୋଜ୍ୟେଷ୍ଠ ସାରସ୍ୱତ ସାଧକ/ସାଧିକାଙ୍କୁ ମଧ୍ୟ ମାନପତ୍ର, ଉପଢୌକନ ଓ ୧ ଲକ୍ଷ
ଟଙ୍କା ଲେଖାଏଁ ପୁରସ୍କାର ରାଶି ପ୍ରଦାନ କରାଯାଇଥିଲା।

ସଞ୍ଚର୍ଦ୍ଧିତ ସାରସ୍ୱତ ବ୍ୟକ୍ତିତ୍ୱମାନେ ହେଲେ ରାସେଶ୍ୱରୀ ମିଶ୍ର, ମହେଶ୍ୱର ମୂଳିଆ, ଡ. ଜୀବନକୃଷ୍ଣ ମହା ପାତ୍ର, ନିର୍ମଳ ପ୍ରଭା ନାୟକ, ରାସବିନୋଦ ନାୟକ, ଡ. କୃପାସିନ୍ଧୁ ନାୟକ, ଡ. ସ୍ୱରାଜ୍ୟ ଲକ୍ଷ୍ମୀ ମିଶ୍ର, ବାଇଧର ସାହୁ, ଡ. ଦିଗରାଜ ବ୍ରହ୍ମା ବାବାଜୀ ଚରଣ ପଟ୍ଟନାୟକ, ଗିରିଜା ଶଙ୍କର ଶର୍ମା, ସୌଭାଗିନୀ ମିଶ୍ର, ଦେବେନ୍ଦ୍ର
କୁମାର ଦାଶ, ଅଶୋକ କୁମାର ପଟ୍ଟନାୟକ, ଡ. ରୁଦ୍ର ନାରାୟଣ ପୃଷ୍ଟି।

ଏକାଡେମୀର ସଭା ପତି ବିଶିଷ୍ଟ କବି ଡ. ହୃଷିକେଶ ମଲ୍ଲିକ କାର୍ଯ୍ୟକ୍ରମ ଅଧ୍ୟକ୍ଷତା କରିଥିବାବେଳେ ସମ୍ମାନିତ ଅତିଥି ଭାବେ ବିଭାଗୀୟ ଶାସନ ସଚିବ ସୁରେଶ ଚନ୍ଦ୍ର ଦଳାଇ ଏବଂ ଅତିରିକ୍ତ ଶାସନ ସଚିବ ତଥା ସଂସ୍କୃତି ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଯୋଗଦେଇ ସାହିତ୍ୟ ସାଧକମାନେ ପାଠକ ସୃଷ୍ଟି ଦିଗରେ ତାଙ୍କର ଲେଖନୀ ଚାଳନା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ । ଏକାଡେମୀର ସଚିବ ଶ୍ରୀ ପ୍ରବୋଧ କୁମାର ରାଉତ ସ୍ୱାଗତ ଭାଷଣ ଦେଇଥିବାବେଳେ ଉପସଭାପତି ଡ. ସଂଗ୍ରାମ ଜେନା ଧନ୍ୟବାଦ ଅର୍ପଣ କରିଥିଲେ।

Leave A Reply

Your email address will not be published.