ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି କଲା କଂଗ୍ରେସ

0


ଭୁବନେଶ୍ୱର: ଆଗାମୀ ତ୍ରିସ୍ତରୀୟ ପଂଚାୟତ ରାଜ ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଘୋଷଣା କରିଛନ୍ତି । ଏହି କମିଟିରେ ବରିଷ୍ଠ କଂଗ୍ରେସ ନେତା ଯଜେ୍ଞଶ୍ୱର ବାବୁ ଆବାହକ ଥିବା ବେଳେ ଉମା ବଲ୍ଲଭ ରଥ, ମନୋରଞ୍ଜନ ଦାଶ, ଦେଓ ପ୍ରସାଦ, କୈଳାସ ସାହୁ ପ୍ରମୁଖ ସଦସ୍ୟ ରହିଛନ୍ତି ।

ଏହି କମିଟି ତୃଣମୂଳ ସ୍ତରରୁ ଜିଲ୍ଲାସ୍ତର ପର୍ଯ୍ୟନ୍ତ କିପରି ମ୍ୟୁନିସପାଲଟି ଏବଂ ପଂଚାୟତ ସଂଗଠନକୁ ପ୍ରସ୍ତୁତ କରାଯିବ ସେଥିନେଇ ସବିଶେଷ ତଥ୍ୟ ସଂଗ୍ରହ କରି ଏକ ରିପୋର୍ଟ ପ୍ରଦେଶ କଂଗ୍ରେସ କମିଟିକୁ ପ୍ରଦାନ କରିବା ପାଇଁ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଶ୍ରୀ ଦୀପକ କୁମାର ମହାପାତ୍ର ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି ।

Leave A Reply

Your email address will not be published.