ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି କଲା କଂଗ୍ରେସ

0


ଭୁବନେଶ୍ୱର: ଆଗାମୀ ତ୍ରିସ୍ତରୀୟ ପଂଚାୟତ ରାଜ ନିର୍ବାଚନକୁ ଦୃଷ୍ଟିରେ ରଖି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ରାଜ୍ୟସ୍ତରୀୟ କମିଟି ଘୋଷଣା କରିଛନ୍ତି । ଏହି କମିଟିରେ ବରିଷ୍ଠ କଂଗ୍ରେସ ନେତା ଯଜେ୍ଞଶ୍ୱର ବାବୁ ଆବାହକ ଥିବା ବେଳେ ଉମା ବଲ୍ଲଭ ରଥ, ମନୋରଞ୍ଜନ ଦାଶ, ଦେଓ ପ୍ରସାଦ, କୈଳାସ ସାହୁ ପ୍ରମୁଖ ସଦସ୍ୟ ରହିଛନ୍ତି ।

ଏହି କମିଟି ତୃଣମୂଳ ସ୍ତରରୁ ଜିଲ୍ଲାସ୍ତର ପର୍ଯ୍ୟନ୍ତ କିପରି ମ୍ୟୁନିସପାଲଟି ଏବଂ ପଂଚାୟତ ସଂଗଠନକୁ ପ୍ରସ୍ତୁତ କରାଯିବ ସେଥିନେଇ ସବିଶେଷ ତଥ୍ୟ ସଂଗ୍ରହ କରି ଏକ ରିପୋର୍ଟ ପ୍ରଦେଶ କଂଗ୍ରେସ କମିଟିକୁ ପ୍ରଦାନ କରିବା ପାଇଁ ଶ୍ରୀ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି ବୋଲି ପିସିସି ଗଣମାଧ୍ୟମ ସଂଯୋଜକ ଶ୍ରୀ ଦୀପକ କୁମାର ମହାପାତ୍ର ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି ।

Leave A Reply

Your email address will not be published.