୩ ମାସ ପରେ ପୁଣି ହେବ ଭକ୍ତ-ଭଗବାନ ମିଳନ । କାଳିଆ ଦର୍ଶନ କରିବେ ଶ୍ରଦ୍ଧାଳୁ । ଆସନ୍ତା ୧୬ରୁ ଖୋଲିବ ଶ୍ରୀମନ୍ଦିର । ପ୍ରଥମ ପାଂଚ ଦିନ ପୁରୀ ସହରବାସୀଙ୍କୁ ଜଗା ଦର୍ଶନ କରିବାକୁ ସୁଯୋଗ ମିଳିବ । ୧୬ରୁ ୨୦ ତାରିଖ ପର୍ଯ୍ୟନ୍ତ ପୁରୀବାସୀଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରାଯିବା ୨୦ରୁ ୨୨ ତାରିଖ ପର୍ଯ୍ୟନ୍ତ ସଟଡାଉନ ଥିବାରୁ ଭକ୍ତଙ୍କୁ ମନ୍ଦିର ପ୍ରବେଶ ପାଇଁ ମନା କରାଯାଇଛି । ଏହା ପରେ ୨୩ ତାରିଖରୁ ସମସ୍ତ ଭକ୍ତଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର । ଶ୍ରୀମନ୍ଦିର ପ୍ରବେଶ ପାଇଁ ଭକ୍ତଙ୍କୁ ଟିକା ସାର୍ଟିଫିକେଟ କିମ୍ବା ଆରଟିପିସିଆର ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ । ଡବଲ ଡୋଜ ଟିକା କିମ୍ବା ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖାଇଲା ପରେ ହିଁ ଭକ୍ତ ମନ୍ଦିରକୁ ପ୍ରବେଶ କରିପାରିବେ । ୯୬ ଘଂଟା ପୂର୍ବରୁ ଆରଟିପିସିଆର ନେଗେଟିଭ ରିପୋର୍ଟ ଥିବା ଦରକାର। ସକାଳ ୭ରୁ ରାତି ୮ ପର୍ଯ୍ୟନ୍ତ ଶ୍ରୀମନ୍ଦିରକୁ ପ୍ରବେଶ ଅନୁମତି ମିଳିବ । ସପ୍ତାହାନ୍ତ ସଟଡାଉନ ଓ ଜନ୍ମାଷ୍ଟମୀ ଦିନ ଶ୍ରୀମନ୍ଦିରକୁ ଶ୍ରଦ୍ଧାଳୁ ଯିବା ଉପରେ କଟକଣା ଲଗାଯାଇଛି । ଶ୍ରୀମନ୍ଦିର ମୁଖ୍ୟପ୍ରଶାସକ କ୍ରୀଷନ କୁମାର ଏନେଇ ସୂଚନା ଦେଇଛନ୍ତି ।
ମହାମାରୀ କୋଭିଡ ପାଇଁ ୩ ମାସ ହେବ ଶ୍ରୀମନ୍ଦିର ବନ୍ଦ ରହିଥିଲା । ବିନା ଭକ୍ତରେ ମଧ୍ୟ ରଥଯାତ୍ରା ଅନୁଷ୍ଠିତ ହୋଇଥିଲା । ଜଗା ଦର୍ଶନ ପାଇଁ ବ୍ୟାକୁଳ ହୋଇପଡିଲେଣି ଭକ୍ତ । ଅଗଷ୍ଟ ପହିଲାରୁ କୋଭିଡ କଟକଣା କୋହଳ ପରେ ଶ୍ରୀମନ୍ଦିର କେବେ ଖୋଲିବ ସମେସ୍ତ ଚାହିଁ ରହିଥିଲେ ।
ପ୍ରମୁଖ ଖବର
ଭାରତୀୟ ପାଇଲଟ୍ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍ ଟ୍ରେନ୍ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍ଆର୍ସିଙ୍କ ପରାମର୍ଶ



