ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ଭାରତର ବଢୁଛି ପଦକ ଆଶା

0

ଟୋକିଓ ଅଲିମ୍ପିକ୍ସରୁ ଭାରତ ପାଇଁ ବଢୁଛି ପଦକ ଆଶା । ଆଜି ଜାଭଲିନ ଥ୍ରୋରେ ରୋମାଞ୍ଚକ ପ୍ରଦର୍ଶନ କରି ଫାଇନାଲରେ ପ୍ରବେଶ କରିଛନ୍ତି ନିରଜ ଚୋପ୍ରା । ଗ୍ରୁପ ‘ଏ’ର ପ୍ରଥମ ସ୍ଥାନରେ ସେ ରହିଛନ୍ତି । ଫାଇନାଲରେ ପହ ିବା ପାଇଁ କ୍ୱାଲିଫାଇଙ୍ଗ ରାଉଣ୍ଡରେ ଟାର୍ଗେଟ ୮୩.୫ ମିଟର ଥିବା ବେଳେ ୮୬.୬୫ ମିଟର ଥ୍ରୋ କରି ଫାଇନାଲରେ ପ୍ରବେଶ କରିଛନ୍ତି ନିରଜ । ସେ ପୂର୍ବରୁ ଏସଆନ ଗେମ୍ସ, କମନୱେଲ୍‌ଥ ଗେମ୍ସ, ୱାଲ୍ଡ ଜୁନିୟର ଚାମ୍ପିଅନସିପ, ସାଉଥ ଏସିଆନ ଗେମ୍ସରେ ସ୍ୱର୍ଣ୍ଣପଦକ ଜିତିଛନ୍ତି । ତେଣୁ ତାଙ୍କଠାରୁ ଭାରତ ପଦକ ଆଶା କରୁଛି ।ସେପଟେ ଆଜି ହକିର ହାଇଭୋଲଟେଜ ମ୍ୟାଚ ଅଛି । ଭାରତୀୟ ମହିଳା ହକି ଦଳର ଭାଗ୍ୟ ପରୀକ୍ଷା । ଅପରାହ୍ନରେ ଭାରତୀ ମହିଳା ହକି ଦଳ ଓ ଆର୍ଜେଟିଂନା ମଧ୍ୟରେ ସେମିଫାଇନାଲ ଟକ୍କର ହେବ । ସେହିପରି ଆଜି ବକ୍ସିଂ ରିଙ୍ଗକୁ ଓହ୍ଲାଇବେ ଭାରତୀୟ ମହିଳା ବକ୍ସର ଲଭଲିନା । ସେମିଫାଇନାଲ ମୁକାବିଲାରେ ତୁର୍କୀର ବୁସେନାଜଙ୍କୁ ଭେଟିବେ ।

Leave A Reply

Your email address will not be published.