ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ପୁଣି ୨% ଉପରେ ସଂକ୍ରମଣ ହାର

0

ଭୁବନେଶ୍ବର: କରୋନା ସଂକ୍ରମଣ ଏବେ ରାଜ୍ୟରେ ପୁଣି ଉପରମୁହାଁ ହୋଇଛି । ଅଗଷ୍ଟ ପହିଲାରୁ ସଂକ୍ରମଣର ହଠାତ ହ୍ରାସ ସାମାନ୍ୟ ଆଶ୍ୱସ୍ତି ଆଣିଥିଲା । ହେଲେ ଗତ ତିନି ହେବ ପୁଣି ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ଚିନ୍ତା ବଢାଇଛି । ପୁଣି ୨ ପ୍ରତିଶତ ଉପରକୁ ଉଠିଛି ସଂକ୍ରମଣ ହାର । ଖୋର୍ଦ୍ଧା, କଟକରେ ହିଁ ସଂକ୍ରମଣ ନିୟନ୍ତ୍ରଣକୁ ଆସୁନାହିଁ । ଖୋର୍ଦ୍ଧାରେ ୫୦୦ ପାଖାପାଖି ଆକ୍ରାନ୍ତଙ୍କ ସଂଖ୍ୟା ରହୁଛି । ତେବେ ଗୋଟେ ପଟେ ଜୀବନ ଓ ଜୀବିକାକୁ ଦେଖି ସରକାର ଅନଲକ ପ୍ରକ୍ରିୟା ଆରମ୍ଭ କରିଥିବା ବେଳେ ଅନ୍ୟପଟେ ପୁଣି ସଂକ୍ରମଣ ବୃଦ୍ଧି ହେବା ଚିନ୍ତାଜନକ।

୬୬ ହଜାର ୧୪୬ ନମୁନା ପରୀକ୍ଷା ହୋଇଥିବା ବେଳେ ୧୩ ଶହ ୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମଣ ହାର ରହିଛି ୨.୦୨% । ଖୋର୍ଦ୍ଧାରୁ ସର୍ବାଧିକ ୪୭୭ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ କଟକରୁ ୧୬୪,ଅନୁଗୁଳରୁ ୩୦,ବାଲେଶ୍ୱରରୁ ୫୯, ଭଦ୍ରକରୁ ୪୦, ଜଗତସିଂହପୁରରୁ ୭୮,କେନ୍ଦ୍ରାପଡାରୁ ୪୩,ମୟୂରଭଂଜରୁ ୪୧, ନୟାଗଡରୁ ୨୮, ପୁରୀରୁ ୫୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୩ ହଜାର ୫୨୩ରେ ପହଞ୍ଚିଛି।

ସେହିପରି ସଂକ୍ରମଣ ବଢିବା ସହ ମୃତ୍ୟୁ ସଂଖ୍ୟା ମଧ୍ୟ କମୁନି । ଆଜି ଆଉ ୬୮ ମୃତ୍ୟୁ ହିସାବ ଦେଇଛନ୍ତି ସରକାର । ରାଜ୍ୟରେ ମୃତ୍ୟୁ ସଂଖ୍ୟା ୬ ହଜାର ୨୩୬କୁ ବୃଦ୍ଧି ପାଇଛି।

Leave A Reply

Your email address will not be published.