ପ୍ରମୁଖ ଖବର

ନାମାଙ୍କନର ପରଦିନ ନିର୍ବାଚନରୁ ଓହରିଲେ ଭାଜପା ପ୍ରାର୍ଥୀ ଅଭିଷେକ ସିହ୍ନା
କେଜିରୁ ପିଜି ମାଗଣା ଶିକ୍ଷାକୁ ନେଇ ଦ୍ୱନ୍ଦ୍ୱ ଦୂର କଲେ ମନ୍ତ୍ରୀ, ନାମଲେଖା ଫି ଫେରସ୍ତ ପାଇବେ ଛାତ୍ରଛାତ୍ରୀ
ସୁପ୍ରିମକୋର୍ଟରେ ହଙ୍ଗାମା: ବିଚାରପତିଙ୍କ ଉପରକୁ କାଗଜ ଫିଙ୍ଗିଲେ ଆବେଦନକାରୀ
ସୁଭଦ୍ରା ଯୋଜନାକୁ ନେଇ ବଡ଼ ଅପଡେଟ୍: ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକାଥରେ ୫ କିସ୍ତି
ପରୀକ୍ଷା ଦାବିରେ ମନ୍ତ୍ରୀଙ୍କ ପାଦତଳେ ପଡ଼ିଲେ ନର୍ସିଂ ଛାତ୍ରଛାତ୍ରୀ
ଏପ୍ରିଲ-ମେ’ରେ ପଞ୍ଚାୟତ ନିର୍ବାଚନ, ଘରକୁ ଘର ବୁଲି ପ୍ରସ୍ତୁତ ହେବ ଭୋଟର ତାଲିକା
ଗୁରୁଗ୍ରାମରେ ଏନକାଉଣ୍ଟର: ୪ ଗ୍ୟାଙ୍ଗଷ୍ଟର ନିହତ, ୩ ପୋଲିସ କର୍ମଚାରୀ ଆହତ
ମହାରାଷ୍ଟ୍ରର ରାୟଗଡ ଜିଲ୍ଲାରେ ବନ୍ୟା ପାଣିରେ ଭାସିଗଲା ୩ ହଜାର ଏଲପିଜି ସିଲିଣ୍ଡର

ସୁନ୍ଦରଗଡ଼ରେ ରାଜ୍ୟର ଶୀର୍ଷ ଅଧିକାରୀ

0

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ସୁଧୁରୁଛି ଶିକ୍ଷା, ସ୍ୱାସ୍ଥ୍ୟ ଓ ଗମନାଗମନ ବ୍ୟବସ୍ଥା। ଗ୍ରାଉଣ୍ଡଜିରୋରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରୁଛନ୍ତି ଫାଇଭ ଟି ସଚିବ ଭି.କେ ପାଣ୍ଡିଆନ। ଆଜି ସୁନ୍ଦରଗଡ ଗସ୍ତରେ ଯାଇଛନ୍ତି ଫାଇଭ ଟି ସଚିବ ଭି.କେ ପାଣ୍ଡିଆନ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଓ ଅନ୍ୟ ବରିଷ୍ଠ ଅଧିକାରୀ।

ବିଭିନ୍ନ ନିର୍ମାଣଧୀନ ପ୍ରକଳ୍ପର ସମୀକ୍ଷା କରୁଛନ୍ତି ଫାଇଭ ଟି ସଚିବ। ଏନଟିପିସି ମେଡିକାଲ ପରିଦର୍ଶନ ସହ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ସମୀକ୍ଷା କରୁଛନ୍ତି। କୋଭିଡର ତୃତୀୟ ଲହର ମୁକାବିଲା ନେଇ ଜିଲ୍ଲା ପ୍ରଶାସନ କିଭଳି ପ୍ରସ୍ତୁତ ଅଛି ତାର ସମୀକ୍ଷା କରିବେ। ଝାରସୁଗୁଡା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ
ଓହ୍ଲାଇବା ପରେ ପ୍ରଥମେ କୁଣ୍ଡୁକେଲା ଗ୍ରିଡ ସବଷ୍ଟେସନ , ଭେଡାବାହାଲ କୋଲ କରିଡର, ଭବାନୀପୁର ଅଙ୍ଗନବାଡି କେନ୍ଦ୍ର, କିଞ୍ଜିର୍ମା ସ୍କୁଲ ଓ ଏନଟିପିସି ମେଡିକାଲ କଲେଜ ଓ ହସ୍ପିଟାଲ ପରିଦର୍ଶନ କରିଛନ୍ତି । ଜିଲ୍ଲାର ବିଭିନ୍ନ ସ୍କୁଲ ଗସ୍ତ କରି ଉନ୍ନତିମୂଳକ କାର୍ଯ୍ୟର ଅନୁଧ୍ୟାନ କରୁଛନ୍ତି।

ରାଜ୍ୟ ସରକାରଙ୍କ ୫ଟି ଓ ମୋ ସରକାର ଅଭିଯାନ ଅଧିନରେ ସୁନ୍ଦରଗଡ ଜିଲ୍ଲାରେ ହାଇସ୍କୁଲ ବିକାଶ ବା ରୂପାନ୍ତରୀକରଣ କାର୍ଯ୍ୟକ୍ରମ ହାତକୁ ନିଆଯାଇଛି। ଏହି କାର୍ଯ୍ୟକ୍ରମ ଜରିଆରେ ଜିଲ୍ଲାର ୫୦ଟି ସରକାରୀ ହାଇସ୍କୁଲର ଭିତ୍ତିଭୂମି ଉନ୍ନତି କାର୍ଯ୍ୟ କରାଯାଉଛି। ସ୍କୁଲର ପରିବେଶକୁ ସୁନ୍ଦର ଓ ଆକର୍ଷଣୀୟ କରାଯାଉଛି। ଏହା ସହ ସ୍ମାର୍ଟ କ୍ଲାସରୁମ , ଇ-ଲାଇବ୍ରେରି କରାଯିବା ସହ ଗୁଣାତ୍ମକ ଶିକ୍ଷାକୁ ପ୍ରୋତ୍ସାହାନ ଦିଆଯାଉଛି। ସରକାରୀ ସ୍କୁଲରେ ପାଠପଢିବା ପାଇଁ ଛାତ୍ରଛାତ୍ରୀଙ୍କ ପାଇଁ କିଭଳି ସ୍କୁଲ ଅଧିକ ଆକର୍ଷଣୀୟ କରାଯିବ ସେ ନେଇ ଗୁରୁତ୍ୱ ଦିଆଯାଉଛି। ଏଠାରେ ଉଲ୍ଲେଖଥାଉକି, ଆଜି ସୁନ୍ଦରଗଡ ବନ୍ଦ ଡାକରା ଦିଆଯାଇଥିବା ବେଳେ ରାଜ୍ୟ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ଜିଲ୍ଲା ଗସ୍ତ ରାଜନୈତିକ ମହଲରେ ମଧ୍ୟ ଚର୍ଚ୍ଚାର ବିଷୟ ହୋଇଛି।

Leave A Reply

Your email address will not be published.