ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

ଏବେ ସବୁଠି ମହକିବ କୋରାପୁଟ କଫି

0

ଆମ କୋରାପୁଟ ଜିଲ୍ଲାର ଏକ ନିର୍ଦ୍ଧିଷ୍ଟ ଅଞ୍ଚଳରେ ଉତ୍ପାଦନ ହେଉଥିବା ‘କୋରାପୁଟ କଫି’ ଦେଶବିଦେଶର କୋଣଅନୁକୋଣରେ ନିଜର ଉପସ୍ଥିତି ଜାହିର କରିବାକୁ ଯାଉଛି। ରାଜ୍ୟର କଫି ଚାଷୀଙ୍କ ଉନ୍ନତି ଓ ସମୃଦ୍ଧି ପାଇଁ ଟିଡିସିସିଓଏଲର ପ୍ରୟାସରେ ‘କୋରାପୁଟ କଫି’ର ବିକ୍ରିବଟା ପାଇଁ ‘ଟାଟା କଫି’ ସହମତି ପ୍ରକାଶ କରିଛି। ଏହାର ସ୍ୱତନ୍ତ୍ରତାକୁ ବଜାୟ ରଖିବା ଉପରେ ଗୁରୁତ୍ୱ ଦେଇ ‘ଟାଟା କଫି’ ପ୍ରଥମ ଥର ପାଇଁ ଓଡ଼ିଶାରୁ କଫି କ୍ରୟ କରିବାକୁ ଯାଉଛି।

କୋରାପୁଟରେ କଫି ଚାଷକୁ ବ୍ୟାପକ ଏବଂ ସମୃଦ୍ଧ କରିବାରେ କଫି ଚାଷୀଙ୍କ ଅବଦାନକୁ ସମ୍ମାନ ଜଣାଇ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ କସମପଦର ଗାଁର ସୁଲୋଚନା ଖରଙ୍କ ଉଚ୍ଚ ପ୍ରଶଂସା କରିଛନ୍ତି। ସେ କହିଛନ୍ତି, “ଟିଡିସିସିଓଏଲକୁ ୨୦୦ କେଜିରୁ ଊର୍ଦ୍ଧ୍ଵ କଫି ଫଳ ବିକ୍ରି କରି ସୁଲୋଚନା ଖର ସଫଳ କଫି ଚାଷୀ ଭାବେ ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ସାଜିଛନ୍ତି। ‘କୋରାପୁଟ କଫି’ର ଚାହିଦା ପୂରଣରେ ତାଙ୍କ ପରି ଚାଷୀଙ୍କ ନିଷ୍ଠା ଓ ପ୍ରତିବଦ୍ଧତା ଅତ୍ୟନ୍ତ ପ୍ରଶଂସନୀୟ।”

“କଫି ଚାଷୀଙ୍କ ଆର୍ଥିକ-ସାମାଜିକ ଉନ୍ନତି ପାଇଁ ରାଜ୍ୟ ସରକାର କରୁଥିବା ପ୍ରୟାସରେ ‘ଟାଟା କଫି’ର ସହଯୋଗ ସେମାନଙ୍କ କଲ୍ୟାଣରେ ସହାୟକ ହେବ। କୋଭିଡ ସଙ୍କଟ ସମୟରେ ଆଦିବାସୀଙ୍କ ଜୀବନଜୀବିକା ସୁରକ୍ଷିତ କରିବାରେ ଏହା ବଡ଼ ଗୁରୁତ୍ୱ ବହନ କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

କୋରାପୁଟ କଫି ଜରିଆରେ ଆଦିବାସୀଙ୍କ ଜୀବିକା ସୁରକ୍ଷିତ କରିବା ପାଇଁ ରାଜ୍ୟ ସରକାର ସ୍ୱତନ୍ତ୍ର ଯୋଜନା ପ୍ରସ୍ତୁତ କରିଛନ୍ତି। ଜୁନ ୨୦୨୧ ସୁଦ୍ଧା ୩୦,୦୦୦ ପରିବାରକୁ ୪୬,୦୦୦ ଏକରର ଜଙ୍ଗଲ ଜମି ଅଧିକାର ପ୍ରଦାନ କରାଯାଇଛି। ୨୦୨୦-୨୧ରେ କୋରାପୁଟ ଜିଲ୍ଲାର ‘ଲକ୍ଷ୍ମୀପୁର’, ‘କାଶିପୁର’, ‘ଦସମନ୍ତପୁର’, ‘ନନ୍ଦପୁର’, ‘ଲମଟାପୁଟ’, ‘କୋରାପୁଟ’ ଓ ‘ପଟ୍ଟାଙ୍ଗି’ ବ୍ଲକର ୧୯୩ ଜଣ ଆଦିବାସୀ କଫି ଚାଷୀଙ୍କଠାରୁ ଟିଡିସିସିଓଏଲ ୨୮,୭୯୦ କେଜି କଫି ଚେରୀ ସଂଗ୍ରହ କରିଛି। ୨୧-୨୨ ବର୍ଷରେ ଅଧିକ ୮୦ ହେକ୍ଟର ଜମିରେ କଫି ଉତ୍ପାଦନ ପାଇଁ ଲକ୍ଷ୍ୟ ରହିଛି। ଚଳିତ ବର୍ଷ କଫି ଉତ୍ପାଦନକାରୀଙ୍କୁ ଦକ୍ଷତା ବୃଦ୍ଧି ତାଲିମ ଦିଆଯାଇଥିବାରୁ ଗତ ବର୍ଷ ଅପେକ୍ଷା ଅଧିକ କଫି ଉତ୍ପାଦନ ହେବ ବୋଲି ଆଶା ରଖାଯାଇଛି।

Leave A Reply

Your email address will not be published.