ପ୍ରମୁଖ ଖବର

ଏସୀୟ କ୍ରୀଡ଼ାରେ ଭାରତର ସୁବର୍ଣ୍ଣ ଦିନ, ଗୋଟିଏ ଦିନରେ ୬ ସ୍ୱର୍ଣ୍ଣ
ପିତୃତ୍ୱ ଛୁଟି ବାଧ୍ୟତାମୂଳକ କରିବାକୁ ଜାତୀୟ ମହିଳା କମିଶନର ସୁପାରିସ
ମୁମ୍ବାଇରେ ସିଜେପିର ‘ଜେଲ୍ ଭରୋ’ ଆନ୍ଦୋଳନ
ଗୁଜରାଟ UCCକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, ବଦଳିବ ବିବାହ-ଉତ୍ତରାଧିକାର ନିୟମ
ପାଇଲଟ୍‌ ସ୍ମିତ୍‌ ମଚ୍ଛାରଙ୍କୁ ମିଳିବ ଗୁଜରାଟର ସର୍ବୋଚ୍ଚ ସମ୍ମାନ
୩ ମାସ ପରେ ପୁଣି ଉଡ଼ିବ ଭୁବନେଶ୍ୱର-ବ୍ୟାଙ୍କକ୍ ବିମାନ

ପୂଜାକୁ ହଁ..ଶ୍ରଦ୍ଧାଳୁଙ୍କୁ ନା

0

ମୂର୍ତ୍ତିମହାମାରୀ କରୋନା ପାଇଁ ଚଳିତ ବର୍ଷ ବିନା ଭକ୍ତରେ ହେବ ପାର୍ବଣ । ପୂଜାକୁ ଅନୁମତି ମିଳିଛି, କିନ୍ତୁ ଶ୍ରଦ୍ଧାଳି ଆସିପାରିବେନି । ପାର୍ବଣ ପାଇଁ ଆଜି ଏସଆରସିଙ୍କ ପକ୍ଷରୁ ସ୍ୱତନ୍ତ୍ର ଗାଇଡଲାଇନ ଜାର କରାଯାଇଛି । ଗଣେଶ ପୂଜା, ଦୁର୍ଗା ପୂଜା, କାଳୀ ପୂଜା , ଲକ୍ଷ୍ମୀ ପୂଜା ପାଇଁ ସ୍ୱତନ୍ତ୍ର ଗାଇଡଲାଇନ ଆସିଛି । ପାର୍ବଣ ଋତୁ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱତନ୍ତ୍ର ଗାଇଡଲାଇନ ଜାରି କରାଯାଇଛିା କଟକଣା ସହ ପୂଜା ଆୟୋଜନ ପାଇଁ କମିଟିଗୁଡିକୁ ଅନୁମତି ଦିଆଯାଇଛି । ମଣ୍ଡପ, ପେଣ୍ଡାଲରେ ପୂଜା ପାଇଁ ପ୍ରଶାସନର ଅନୁମତି ଆବଶ୍ୟକ । ଜିଲ୍ଲାରେ ଜିଲ୍ଲାପାଳ ଓ ଟୁଇନସିଟିରେ ସିପିଙ୍କ ଅନୁମତି ଆବଶ୍ୟକ । କେବଳ ପରମ୍ପରା ରକ୍ଷା ପାଇଁ ନିରାଡମ୍ବର ଭାବେ ପୂଜା ହେବ । ମଣ୍ଡପରେ ମୂର୍ତ୍ତିର୍ ଉଚ୍ଚତା ୪ ଫୁଟରୁ କମ ରହିବ । କୌଣସି ସାଜସଜ୍ୱା କରିବାକୁ ମନା କରାଯାଇଛି ।

ମଣ୍ଡପକୁ ଶ୍ରଦ୍ଧାଳୁଙ୍କ ଆସିବା ଉପରେ ମଧ୍ୟ କଟକଣା ଲାଗୁ କରାଯାଇଛି । ମଣ୍ଡପକୁ ୩ ପାଶ୍ୱର୍ରୁ ସମ୍ପୂର୍ଣ୍ଣ ବନ୍ଦ କରାଯିବ । କେବେଳ ଗୋଟିଏ ପାଶ୍ୱର୍ରେ ସାମାନ୍ୟ ଖୋଲା ରହିବା ମଣ୍ଡପରେ ଏକ ସମୟରେ ୭ ଜଣରୁ ଅଧିକ ରହିପାରିବେ ନାହିଁ । ପୂଜକ, ଆୟୋଜକ , କର୍ତ୍ତାଙ୍କୁ ମିଶାଇ ୭ ଜଣରୁ ଅଧିକ ରହିବେନି । ଭଷାଣୀ ଶୋଭାଯାତ୍ରା ଉପରେ ମଧ୍ୟ
କଟକଣା ଲଗାଯାଇଛି । ଅସ୍ଥାୟୀ ପୋଖରୀରେ ହେବ ମୂର୍ତ୍ତିର୍ ବିସର୍ଜନ । କୌଣସି ମନୋରଂଜନ କାର୍ଯ୍ୟକ୍ରମ ମଧ୍ୟ ହେବ ନାହିଁ । ଭୋଜିଭାତ ପାଇଁ ମଧ୍ୟ ଅନୁମତି ମିଳିନି ।
ସେହିପରି ଗାଇଡଲାଇନ ଉଂଲଘନ କଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କୁହାଯାଇଛି । ଶିକ୍ଷାନୁଷ୍ଠାନରେ ଗଣେଶ ପୂଜାକୁ ଅନୁମତି ମିଳିଛି । ଅଳ୍ପ ସଂଖ୍ୟକ ଛାତ୍ରଛାତ୍ରୀଙ୍କୁ ନେଇ ଶିକ୍ଷାନୁଷ୍ଠାନରେ ଗଣେଶ ପୂଜା କରିବାକୁ ସରକାର ଅନୁମତି ଦେଇଛନ୍ତି । ସମସ୍ତ କୋଭିଡ ନିୟମ ମାନି ଗଣେଶ ପୂଜା କରିବାକୁ ଅନୁମତି ଦିଆଯାଇଛି ।

Leave A Reply

Your email address will not be published.