ପ୍ରମୁଖ ଖବର

MKCG ନର୍ସିଂ ହଷ୍ଟେଲରେ ଅଗ୍ନିକାଣ୍ଡ, ଗ୍ୟାସ୍‌ ଲିକ୍‌ରୁ ନିଆଁ ଲାଗିଥିବା ସୂଚନା
୪୧ ଲକ୍ଷରୁ ଅଧିକ ଚାଷୀଙ୍କୁ ମିଳିଲା ମୁଖ୍ୟମନ୍ତ୍ରୀ-କିଷାନ ଯୋଜନାର ପଞ୍ଚମ କିସ୍ତି
ନୟାଗଡ଼ରେ ଭୟଙ୍କର ବସ୍‌ ଦୁର୍ଘଟଣା: ଗଛରେ ପିଟିହେଲା ବସ୍‌, ଚାଳକ ମୃତ
ପାଟନାରେ ବନ୍ୟା ବିଭୀଷିକା: ଘରେ ପଶିଲା ପାଣି, ରାସ୍ତାଘାଟ ଜଳମଗ୍ନ
ଅଗ୍ନି ନିରାପତ୍ତା ଉଲ୍ଲଂଘନ ଉପରେ କଡ଼ା ନଜର
ଟ୍ରାଫିକ ନିୟମ ଭାଙ୍ଗିଲେ ଡିଏଲରୁ କଟିବ ପଏଣ୍ଟ, ବାତିଲ ହୋଇପାରେ ଲାଇସେନ୍ସ

ବୁଣାକାରଙ୍କ ସ୍ବତନ୍ତ୍ର ପ୍ୟାକେଜରେ କଣ ରହିଛି?

0

ଭୁବନେଶ୍ୱର: ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଏକ ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି। ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ ।

ବର୍ତ୍ତମାନ ରାଜ୍ୟର ଲକ୍ଷାଧିକ ଲୋକ ହସ୍ତତନ୍ତ ଉପରେ ନିର୍ଭର କରନ୍ତି। ବୁଣାକାର ମାନେ ସେମାନଙ୍କ ଦକ୍ଷତା ଦ୍ବାରା ଓଡିଶାର ମହାନ ସାଂସ୍କୃତିକ ପରମ୍ପରାକୁ ହସ୍ତତନ୍ତ ଜରିଆରେ ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି ଏବଂ ଓଡିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି। କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାର ମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି।

ଏହି ପ୍ୟାକେଜରେ କଂକ୍ରିଟ୍ ହୋଇନଥିବା ୧୫,୦୦୦ ଲୁମ୍ ପିଟ୍କୁ ପର୍ଯ୍ୟାୟକମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ। ପ୍ରତି ଲୁଟ୍ ପିଟ୍ କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ। ସୂଚନାଯୋଗ୍ୟ ଯେ ରାଜ୍ୟର ୩୧,୩୪୨ଟି ଲୁମ୍ ପିଟ୍ ମଧ୍ୟରୁ ଏପର୍ଯ୍ୟନ୍ତ ୧୫,୦୭୧ଟିକୁ କଂକ୍ରିଟ କରାଯାଇଛି ।

ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତ୍ତିରେ ଘର ସହିତ କାମ କରିବା ସ୍ଥାନ ଯୋଗାଇ ଦିଆଯିବ। ସୂଚନାଯୋଗ୍ୟ ଯେ ଏ ପର୍ଯ୍ୟନ୍ତ ୧୧୬୯୫ଟି ବୁଣାକାର ପରିବାରକୁ ଯୋଗାଇ ଦିଆଯାଇଛି । ଲୁଗାବୁଣା ଏବଂ କୁଟୀର ଶିଳ୍ପ ଉତ୍ପାଦନ ପ୍ରକ୍ରିୟାରେ ପରିବାରର ସଦସ୍ୟମାନେ ମଧ୍ୟ ସହଯୋଗ କରିଥାନ୍ତି। ସେହିପରି ଡିଜାଇନ ପ୍ରସ୍ତୁତି ମଧ୍ୟ ଏକ ଜଟିଳ ପ୍ରକ୍ରିୟା। ତେଣୁ ବୁଣାକାର ମାନଙ୍କ ଆଖି ଉପରେ ଯେପରି ବିଶେଷ ଚାପ ନ ପଡିବ ଏବଂ ସେମାନେ ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ ସେମାନଙ୍କୁ ଏହି ଯୋଜନା ରେ ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ।

ମସ୍ତ ଯୋଗ୍ୟ ବୁଣାକାର ପରିବାର କୁ ଅଗ୍ରାଧିକାର ଭିତ୍ତିରେ ବାସଗୃହ ଯୋଗାଇ ଦେବା ପାଇଁ ନିଷ୍ପତ୍ତି କରାଯାଇଛି ।ପଞ୍ଚାୟତିରାଜ ବିଭାଗର ନିୟମାବଳୀ ଅନୁସାରେ ଏଥିପାଇଁ ହିତାଧିକାରୀ ଚୟନ କରାଯିବ। ଏହି ପ୍ୟାକେଜରେ ବୁଣାକାର ମାନେ ଯେପରି ସୁବିଧା ରେ ଋଣ ପାଇ ପାରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି। ବୁଣାକାର ମାନଙ୍କୁ ପଚାଶ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ବୁଣାକାର ମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ।

Leave A Reply

Your email address will not be published.