ପ୍ରମୁଖ ଖବର

କମନୱେଲଥ୍ ଗେମ୍ସ: ଅଷ୍ଟମ ଦିନରେ ଭାରତର ୬ ପଦକ, ମୋଟ ସଂଖ୍ୟା ୨୩
ରାଜ୍ୟ କ୍ୟାବିନେଟରେ ୧୧ ପ୍ରସ୍ତାବକୁ ମଞ୍ଜୁରି
ସୁନ୍ଦରଗଡ଼ରେ ହାତୀ ଆତଙ୍କ: ଦନ୍ତା ଆକ୍ରମଣରେ ୨ ମୃତ
ଭୋଗପୁରମରେ ଆଲୁରି ସୀତାରାମ ରାଜୁ ଅନ୍ତର୍ଜାତୀୟ ବିମାନବନ୍ଦର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ
ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
୧୯ ବର୍ଷ ପରେ କଲକାତା ଫେରିଲେ ତସଲିମା ନସରିନ୍
ରାଷ୍ଟ୍ରପତି ଭବନରେ ଚମକିଲା ଓଡ଼ିଶାର ୩ ଷ୍ଟାର୍ଟଅପ୍
ଶସ୍ତା ହେଲା କମର୍ସିଆଲ ଗ୍ୟାସ ସିଲିଣ୍ଡର, ବଢ଼ିଲା ବିମାନ ଇନ୍ଧନ ଦର

କେନ୍ଦ୍ରୀୟ ପ୍ରକଳ୍ପର ସମୀକ୍ଷା କଲେ ଧର୍ମେନ୍ଦ୍ର

0

ଭୁବନେଶ୍ୱରରେ ଏନ୍‌ଏଚ୍ ଓ ଏନଏଚ୍‌ଏଆଇ ଅଧିକାରୀଙ୍କ ସହ କେନ୍ଦ୍ରମନ୍ତ୍ରୀଙ୍କ ସମୀକ୍ଷା
କୋଷ୍ଟାଲ ହାଇୱେ, ଭୁବନେଶ୍ୱର ରିଙ୍ଗ୍ ରୋଡ୍‌, ପାରାଦୀପ-ବଡ଼ବିଲ ପ୍ରକଳ୍ପ ଆଲୋଚନା
ନିର୍ଦ୍ଧାରିତ ସମୟରେ ସବୁ ପ୍ରକଳ୍ପ ସାରିବାକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଗୁରୁତ୍ୱ

ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଭୁବନେଶ୍ୱର ଠାରେ ଏନଏଚ୍ ଏବଂ ଏନଏଚଏଆଇର ଅଧିକାରୀଙ୍କ ସହ ରାଜ୍ୟରେ କ୍ରିୟାନ୍ୱୟନ ହେଉଥିବା ଜାତୀୟ ରାଜପଥ ପ୍ରକଳ୍ପ ଉପରେ ସମୀକ୍ଷା କରିବା ସହ ନିର୍ଦ୍ଧାରିତ ସମୟରେ ପ୍ରକଳ୍ପର କାମ ଶେଷ ହେବା ଉପରେ ଗୁରୁତ୍ୱାରୋପ କରିଛନ୍ତି।

କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ବିଭାଗୀୟ ଅଧିକାରୀଙ୍କ ସହ ବିଭିନ୍ନ ରାଜପଥ ପ୍ରକଳ୍ପ ଯଥା ଭାରତମାଳା ଯୋଜନାରେ କୋଷ୍ଟାଲ ହାଇୱେ ପ୍ରକଳ୍ପର ଅଗ୍ରଗତି, ଭୁବନେଶ୍ୱର ରିଙ୍ଗ୍ ରୋଡ୍ ପ୍ରକଳ୍ପ, ପାରାଦୀପ ଠାରୁ ବଡ଼ବିଲ ମଧ୍ୟରେ ପ୍ରସ୍ତାବିତ ୮ ଲେନ୍ ବିଶିଷ୍ଟ ଅର୍ଥନୈତିକ କୋରିଡ଼ର ଏବଂ ରାଜ୍ୟରେ ନିର୍ମାଣାଧୀନ ବିଭିନ୍ନ
ରାଜପଥ ପ୍ରକଳ୍ପ ସହ ଆଗାମୀ ଦିନରେ ହେବାକୁ ଥିବା ପ୍ରକଳ୍ପ ଉପରେ ସମୀକ୍ଷା କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ‘ପୂର୍ବୋଦୟ’ ପରିକଳ୍ପନାରେ ପୂର୍ବ ଭାରତର ଭିତିଭୂମି ବିକାଶ ହେବ ଏବଂ ପୂର୍ବ ଭାରତର ବିକାଶର କେନ୍ଦ୍ର ବିନ୍ଦୁରେ ଓଡ଼ିଶା ରହିବ । ଏହି ସମସ୍ତ ପ୍ରକଳ୍ପ କିଭଳି ନିର୍ଦ୍ଧାରିତ ସମୟରେ ଶେଷ ହେବ ସେ ନେଇ ସମୀକ୍ଷା ବୈଠକରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଗୁରୁତ୍ୱାରୋପ କରିଛନ୍ତି।

ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀଙ୍କ ନେତୃତ୍ୱରେ ଭାରତ ସରକାର ଓଡିଶାରେ ଜାତୀୟ ରାଜପଥ ପ୍ରକଳ୍ପକୁ ଗୁରୁତ୍ୱ ଦେଉଛନ୍ତି । ସେହିପରି ଓଡିଶାର ଅର୍ଥନୀତିରେ ଗୁରୁତ୍ୱ ବହନ କରୁଥିବା କୋଷ୍ଟାଲ ହାଇୱେକୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପ୍ରଥମରୁ ରାଜ୍ୟ ସରକାର ଏବଂ ଭାରତ ସରକାରଙ୍କ ବରିଷ୍ଠ ଅଧିକାରୀଙ୍କ ସହ ପ୍ରକଳ୍ପର ଅଗ୍ରଗତି ନେଇ ସମୀକ୍ଷା ବୈଠକ କରି ଆସୁଛନ୍ତି । ଏହି ପ୍ରକଳ୍ପ ହେଉଛି କେନ୍ଦ୍ରମନ୍ତ୍ରୀଙ୍କ ଡ୍ରିମ୍ ପ୍ରୋଜେକ୍ଟ। ରାଜ୍ୟରେ ଚାଲୁଥିବା ଏନ୍‌ଏଚ୍‌ଆଇ ପ୍ରକଳ୍ପ ଓଡିଶାର ଅର୍ଥନୀତିକୁ ସୁଦୃଢ଼ କରିବା ସଙ୍ଗେସଙ୍ଗେ ଯୁବକଙ୍କ ପାଇଁ ରୋଜଗାରର ସୁଯୋଗ ସୃଷ୍ଟି କରିବାରେ ବଡ଼ ଭୂମିକା ଗ୍ରହଣ କରିବ । ପର୍ଯ୍ୟଟନ ଶିଳ୍ପକୁ ତ୍ୱରାନ୍ୱିତ କରିବା ସହ ପଣ୍ୟାଗାର ପରିବହନରେ ବିଶେଷ ଭାବରେ ସହାୟକ ହେବ।

Leave A Reply

Your email address will not be published.