ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

୧୭୮ ଏକର ଜମି ମାଗିଲେ ସିନ୍ଧିଆ

0
  • ରାଜ୍ୟମାନଙ୍କରେ ବିମାନ ଭିତ୍ତିଭୂମି ସୁଦୃଢ଼ିକରଣ ଉପରେ ଗୁରୁତ୍ବ
  • ଓଡ଼ିଶା ସମେତ ୫ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ
  • ଜୟପୁର-ଉତକେଲା ବିମାନ ବନ୍ଦର ବିକାଶ ପାଇଁ ଦୃଷ୍ଟି ଆକର୍ଷଣ
  • ଭୁବନେଶ୍ବରରୁ ବିଦେଶକୁ ବିମାନ ଚଳାଚଳ ପାଇଁ ଲୋଡ଼ିଲେ ସହମତି

ଭୁବନେଶ୍ବର: ଝାରସୁଗୁଡ଼ା ବିମାନ ବନ୍ଦରର ଦ୍ବିତୀୟ ପର୍ଯ୍ୟାୟ ସମ୍ପ୍ରସାରଣ ପାଇଁ ୧୭୮ ଏକର ଜମିର ଆବଶ୍ୟକତା ରହିଛି। ବର୍ତ୍ତମାନ ସୁଦ୍ଧା ଏହି ଜମି ହସ୍ତାନ୍ତର କରାଯାଇନାହିଁ। ବିମାନବନ୍ଦର କର୍ତ୍ତୃପକ୍ଷ ଏହା ଉପରେ ତୁରନ୍ତ ପଦକ୍ଷେପ ନେବା ଲାଗି ଆଗ୍ରହ ପ୍ରକାଶ କରିଛନ୍ତି। କେବଳ ସେତିକି ନୁହେଁ, ଆଞ୍ଚଳିକ ଯୋଗାଯୋଗ ଯୋଜନା-ଉଡ଼ାନ ଅନ୍ତର୍ଗତ ବିମାନ ଚଳାଚଳ ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ଯଥାଶୀଘ୍ର ଜୟପୁର ଏବଂ ଉତକେଲା ବିମାନ ବନ୍ଦର ବିକଶିତ କରାଯିବାର ଆବଶ୍ୟକତା ରହିଛି।

ଏମିତି କିଛି ପ୍ରସ୍ତାବରେ ହସ୍ତକ୍ଷେପ ଲୋଡି କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଏକ ଚିଠି ଲେଖିଛନ୍ତି। ଏହା ଉପରେ ତୁରନ୍ତ ପଦକ୍ଷେପ ନେବା ଲାଗି କେନ୍ଦ୍ରମନ୍ତ୍ରୀ ଅନୁରୋଧ କରିଛନ୍ତି।

ମିଳିଥିବା ସୂଚନା ଅନୁସାରେ, ରାଜ୍ୟମାନଙ୍କରେ ବିମାନ ଚଳାଚଳ ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ ଗ୍ରହଣ କରାଯାଉଥିବା ପଦକ୍ଷେପ ତ୍ବରାନ୍ବିତ କରିବା ଲାଗି ମୁଖ୍ୟମନ୍ତ୍ରୀମାନଙ୍କର ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡ଼ିଛନ୍ତି ଶ୍ରୀ ସିନ୍ଧିଆ। ଏହି ପ୍ରସଙ୍ଗରେ ସେ ଓଡ଼ିଶା ସମେତ କେରଳ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଓ ନାଗାଲାଣ୍ଡ ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଛନ୍ତି। ଦେଶରେ ବିମାନ ଯାତ୍ରୀଙ୍କ ଚାହିଦା ପୂରଣ କରିବା ଲାଗି ଆସନ୍ତା ୪-୫ ବର୍ଷ ମଧ୍ୟରେ ଭାରତୀୟ ବିମାନବନ୍ଦର ପ୍ରାଧିକରଣ (ଏଏଆଇ) ପକ୍ଷରୁ ୨୦ ହଜାର କୋଟି ଟଙ୍କା ବ୍ୟୟ କରାଯାଇ ବିଭିନ୍ନ ବିମାନ ବନ୍ଦରର ବିକାଶ ଓ ସମ୍ପ୍ରସାରଣ କରାଯିବ ବୋଲି ମନ୍ତ୍ରୀ ଜଣାଇଛନ୍ତି।

ଶ୍ରୀ ସିନ୍ଧିଆ ଓଡ଼ିଶାରେ ବିମାନ ଚଳାଚଳ କ୍ଷେତ୍ରରେ ବିଭିନ୍ନ ପ୍ରକଳ୍ପଗୁଡ଼ିକର କାର୍ଯ୍ୟକାରିତା ଲାଗି ଗୁରୁତ୍ବ ବହନ କରୁଥିବା କହିଛନ୍ତି। ଚିଠିରେ ଆହୁରି ଲେଖିଛନ୍ତି ଯେ ଆଞ୍ଚଳିକ ବିମାନ ଯୋଗାଯୋଗ ଫଣ୍ଡ ଟ୍ରଷ୍ଟ (ଆରଏସିଏଫଟି) ପାଇଁ ଭିଜିଏଫ ଅଂଶଧନ ଭାବେ ରାଜ୍ୟ ସରକାରଙ୍କ ଉପରେ ୧.୪୮ କୋଟି ଟଙ୍କା ବକେୟା ରହିଛି। ଏହା ତୁରନ୍ତ ପ୍ରଦାନ କରାଯିବା ଦରକାର। ଭୁବନେଶ୍ବର-ଦୁବାଇ, ଭୁବନେଶ୍ବର-ଆବୁଧାବି, ଭୁବନେଶ୍ବର-ବ୍ୟାଂକକ୍, ଭୁବନେଶ୍ବର-କ୍ବାଲାଲୁମ୍ପୁର, ଭୁବନେଶ୍ବର-କଲୋମ୍ବୋ, ଭୁବନେଶ୍ବର-ସିଙ୍ଗାପୁର ଏବଂ ଭୁବନେଶ୍ବର-କାଠମାଣ୍ଡୁ ମାର୍ଗରେ ଅନ୍ତର୍ଜାତୀୟ ଉଡାନ୍ ବିମାନ ଚଳାଚଳ ନିମନ୍ତେ ୧୦୦ ପ୍ରତିଶତ ଭିଜିଏଫ ସହାୟତା ଯୋଗାଇ ଦେବା ନିମନ୍ତେ ରାଜ୍ୟ ସରକାର ତାଙ୍କର ସହମତି ଦେଇପାରିବେ ବୋଲି କେନ୍ଦ୍ର ପ୍ରସ୍ତାବ ଦେଇଛି। ୧୦୦ ପ୍ରତିଶତ ଭିଜିଏଫ ସମର୍ଥନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସହମତି ପ୍ରଦାନ କରାଯିବା ପରେ ବିମାନ କମ୍ପାନିଗୁଡ଼ିକ ପାଇଁ ବିଡିଂ ନିମନ୍ତେ ଏସବୁ ମାର୍ଗକୁ ଖୋଲାଯିବ ବୋଲି ଶ୍ରୀ ସିନ୍ଧିଆ ତାଙ୍କର ପତ୍ରରେ ଦର୍ଶାଇଛନ୍ତି।

Leave A Reply

Your email address will not be published.