ପ୍ରମୁଖ ଖବର

ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ଚାଉଳ ମିଲିଂ ଦର ଦ୍ୱିଗୁଣ ବୃଦ୍ଧି କଲେ ମୁଖ୍ୟମନ୍ତ୍ରୀ
ମଣିପୁରରେ ପୁଣି ରକ୍ତପାତ: ଗୁଳିମାଡ଼ରେ ୩ ଗ୍ରାମବାସୀ ମୃତ
ରାଜ୍ୟରେ ବଢ଼ିଛି ଶିଶୁ ଟିକାକରଣ ହାର, ସହରଠାରୁ ଗ୍ରାମାଞ୍ଚଳ ଆଗରେ
ବାଲିଗୁଡ଼ା ଏଇଇ ବୈକୁଣ୍ଠନାଥ ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍
ବିରୋଧୀ ଦଳ ନେତା ନିଯୁକ୍ତିକୁ ନେଇ ହାଇକୋର୍ଟ ଯିବ ଟିଏମସି
ବୋର୍ଡ-ନିଗମର ଖାଲି ପଦ ପୂରଣ ପାଇଁ ତତ୍ପର ସରକାର, ଜୁନ୍ ୩୦ ସୁଦ୍ଧା ୧୧୮୩ ନିଯୁକ୍ତି ଲକ୍ଷ୍ୟ
ଏମ୍ସ ଭୁବନେଶ୍ୱରରେ ମହିଳାଙ୍କ ହାତରୁ କଢ଼ାଗଲା ୭ କିଲୋଗ୍ରାମର ବିଶାଳ ଟ୍ୟୁମର
ଜନ୍ତରମନ୍ତରରେ ‘କକ୍ରୋଚ୍ ଜନତା ପାର୍ଟି’ର ବିଶାଳ ବିକ୍ଷୋଭ, ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗ୍ : ଓଡ଼ିଶାରେ ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମାନ୍ୟତା ବଜାୟ ରଖିଲା ସୋଆ

0

ଭୁବନେଶ୍ୱର, ୯/୦୯: ଦେଶର ଶ୍ରେଷ୍ଠ ୨୦ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ସ୍ଥାନୀତ ହୋଇ ବଜାରଖି ଓଡ଼ିଶାର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ଭାବେ ନିଜ ସ୍ଥାନ ବଜାୟ ରଖିଛି ଶିକ୍ଷା ଓ ଅନୁସନ୍ଧାନ । ଗୁରୁବାର ବିଭିନ୍ନ ବର୍ଗର ଶିକ୍ଷାନୁଷ୍ଠାନକୁ ନେଇ ନ୍ୟାସନାଲ୍ ଇନଷ୍ଟିଚ୍ୟୁସନାଲ୍ ର‌୍ୟାଙ୍କିଙ୍ଗ୍ ଫ୍ରେମ୍‌ୱାର୍କ -୨୦୨୧ ପ୍ରକାଶ ପାଇଥିବା ବେଳେ ପୁଣି ଥରେ ବିଶ୍ୱବିଦ୍ୟାଳୟ ତାଲିକାରେ ଓଡ଼ିଶାରେ ସୋଆ ୧ ନମ୍ବର ମାନ୍ୟତା ହାସଲ କରିଛି ।

୨୦୦୭ ମସିହାରେ ଡିମ୍‌ଡ ଟୁ ବି ୟୁନିଭର୍ସିଟିର ମାନ୍ୟତା ହାସଲ କରିଥିବା ସୋଆ ଏନ୍‌ଆଇଆର୍‌ଏଫ୍ ୨୦୨୦ ରେ ମଧ୍ୟ ୨୦ ତମ ସ୍ଥାନ ହାସଲ କରିଥିବା ବେଳେ ୨୦୧୬ ମସିହାରୁ ଶିକ୍ଷା ମନ୍ତ୍ରଣାଳୟ ପକ୍ଷରୁ ଏନ୍‌ଆଇଆର୍‌ଏଫ୍‌ ର‌୍ୟାଙ୍କିଙ୍ଗ ଆରମ୍ଭ କରାଯାଇଥିବା ବେଳେ ଲଗାତର ୬ ବର୍ଷ ଧରି ଦେଶର ଶ୍ରେଷ୍ଠ ୨୫ ଟି ବିଶ୍ୱବିଦ୍ୟାଳୟ ମଧ୍ୟରେ ନିଜ ସ୍ଥାନକୁ ହାସଲ କରିବାରେ ସଫଳ ହୋଇପାରିଛି ସୋଆ । ନୂଆଦିଲ୍ଲୀ ଠାରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଦ୍ୱାରା ଏକ ଭର୍ଚୁଆଲ୍ କାର୍ଯ୍ୟକ୍ରମ ମାଧ୍ୟମରେ ଏହି ର‌୍ୟାଙ୍କିଙ୍ଗ ପ୍ରକାଶ ପାଇଛି ।

ଅଗ୍ରଗତି କରି ଚାଲିଥିବା ସୋଆ ର‌୍ୟାଙ୍କିଙ୍ଗ୍‌ର ସାମଗ୍ରିକ କ୍ୟାଟେଗୋରୀରେ ଗତ ବର୍ଷ ଦେଶରେ ୩୮ ତମ ସ୍ଥାନରେ ରହିଥିବା ବେଳେ ଚଳିତ ବର୍ଷ ଗୋଟିଏ ପାଦ ଆଗକୁ ଆସି ୩୭ ତମ ସ୍ଥାନ ହାସଲ କରିଛି । ସେହିପରି ୨୦୨୦ରେ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି କ୍ଷେତ୍ରରେ ୩୪ ତମ ସ୍ଥାନରେ ଥିବା ବେଳେ ଚଳିତ ବର୍ଷ ୩୨ତମ ସ୍ଥାନରେ ରହିଛି । ମେଡିକାଲ୍ କଲେଜ କ୍ୟାଟେଗୋରିରେ ଗତ ବର୍ଷ ୨୩ତମ ସ୍ଥାନ ହାସଲ କରିଥିବା ବେଳେ ଚଳିତ ବର୍ଷ ଦୁଇ ପାଦ
ଆଗକୁ ଆସି ୨୧ ତମ ସ୍ଥାନରେ ପହଂଚିଛି ସୋଆ । ଚଳିତବର୍ଷ ଡେଂଟାଲ କ୍ୟାଟେଗୋରୀରେ ୧୪ ତମ ସ୍ଥାନରେ ରହିଛି ସୋଆ ।
ସାମଗ୍ରିକ, ମେଡିକାଲ୍ ଏବଂ ଡେଂଟାଲ୍ କ୍ୟାଟେଗୋରୀରେ ସୋଆ ଓଡ଼ିଶାର ଶ୍ରେଷ୍ଠ ଅନୁଷ୍ଠାନ ଭାବେ ଏନ୍‌ଆଇଆର୍‌ଏଫ୍ ର‌୍ୟାଙ୍କିଙ୍ଗରେ ନିଜ ସ୍ଥାନ ବଜାୟ ରଖିଥିବା ବେଳେ ଇଞ୍ଜିନିୟରିଂ କ୍ଷେତ୍ରରେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଟେକ୍ନୋଲୋଜି, ରାଉରକେଲା ଏବଂ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ଭୁବନେଶ୍ୱର ପରେ ଓଡ଼ିଶାରେ ତୃତୀୟ ସ୍ଥାନରେ ରହିଛି ସୋଆ ।

ଇନ୍‌ଷ୍ଟିଚ୍ୟୁଟ୍ ଅଫ ଟେକ୍‌ନିକାଲ ଏଜୁକେସନ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର) ସୋଆର ଫାକଲ୍‌ଟି ଅଫ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି ହୋଇଥିବାବେଳେ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ୍ ଆଣ୍ଡ ସମ୍ ହସ୍‌ପିଟାଲ୍ ଓ ଇନଷ୍ଟିଚ୍ୟୁଟ୍‌ ଅଫ ଡେଂଟାଲ୍ ସାଇନସେସ୍ (ଆଇଡିଏସ) ଏହାର ମେଡିକାଲ ଏବଂ ଡେଂଟାଲ୍ ସାଇନ୍‌ସ ଶିକ୍ଷାନୁଷ୍ଠାନ । ନ୍ୟାସ୍‌ନାଲ୍ ଆସେସ୍‌ମେଂଟ ଆଣ୍ଡ ଆକ୍ରେଡିଟେସନ୍ କାଉନ୍‌ସିଲ୍ (ନାକ୍‌) ପକ୍ଷରୁ ସୋଆକୁ ସର୍ବୋଚ୍ଚ ଗ୍ରେଡ୍ ସହିତ ରି- ଆକ୍ରିଡିଟେଡ୍ କରାଯାଇଥିବା ବେଳେ ଏହାର ଫ୍ୟାକଲ୍ଟି ଅଫ୍ ଇଞ୍ଜିନିୟରିଂ ଓ ଟେକ୍ନୋଲୋଜିକୁ ସମ୍ମାନଜନକ ଆକ୍ରେଡିଟେସନ୍‌ ବୋର୍ଡ ଫର୍ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ଆବେଟ୍‌), ୟୁଏସ୍‌ଏ ପକ୍ଷରୁ ସ୍ୱୀକୃତି ପ୍ରଦାନ କରାଯାଇଛି । ସୋଆ ଅଧିନରେ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି, ମେଡିକାଲ୍ ସାଇନ୍‌ସେସ୍‌, ଡେଂଟାଲ୍ ସାଇନ୍‌ସେସ୍‌, ମ୍ୟାନେଜମେଂଟ ସାଇନ୍‌ସେସ୍‌, ହସ୍ପିଟାଲ୍ ଆଡ୍‌ମିନିଷ୍ଟ୍ରେସନ୍‌, ଫାର୍ମାସ୍ୟୁଟିକାଲ୍ ସାଇନ୍‌ସେସ୍‌, ବାୟୋଟେକ୍ନୋଲୋଜି, ନର୍ସିଂ, ହସ୍ପିଟାଲିଟି ଆଣ୍ଡ ଟୁରିଜିମ୍ ମ୍ୟାନେଜମେଂଟ, ଲିଗାଲ୍ ଷ୍ଟଡିଜ୍ ଓ ଏଗ୍ରିକଲ୍‌ଚରାଲ୍ ସାଇନ୍‌ସେସ୍ ଭଳି ୯ଟି ବିଭିନ୍ନ ଶିକ୍ଷାନୁଷ୍ଠାନ ପରିଚାଳିତ ହେଉଥିବା ବେଳେ ୯୫ଟି ଏକାଡେମିକ ପ୍ରୋଗ୍ରାମ୍ ପ୍ରଦାନ କରାଯାଉଛି ।

ସୋଆ କୁଳପତି ପ୍ରଫେସର ଅଶୋକ କୁମାର ମହାପାତ୍ର, ଡିନ୍‌, ଫ୍ୟାକଲ୍ଟି ମେମ୍ବର୍ସ, ଗବେଷକ ଏବଂ ସମସ୍ତ କର୍ମଚାରୀମାନଙ୍କୁ ସେମାନଙ୍କର ନିଷ୍ଠାପର ଉଦ୍ୟମ ଯୋଗୁଁ ଶୁଭେଚ୍ଛା ଜଣାଇବା ସହ ସେମାନଙ୍କ ଯୋଗୁଁ ହିଁ ବିଶ୍ୱବିଦ୍ୟାଳୟଜାତୀୟ ସ୍ତରରେ ଏହି ସମ୍ମାନଜନକ ସ୍ଥାନ ହାସଲ କରିପାରିଛି ବୋଲି କହିଛନ୍ତି ।

Leave A Reply

Your email address will not be published.