ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଆଜି ବାଇଡେନ-ମୋଦୀ ବୈଠକ; କେଉଁ ପ୍ରସଙ୍ଗ ଉଠିବ?

0

ଓ୍ବାସିଂଟନ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିବେ। ଦୁଇ ଦେଶର ନେତାଙ୍କ ସାକ୍ଷାତ ଉପରେ ସାରା ବିଶ୍ୱର ନଜର ରହିଛି। ବାଇଡେନ କ୍ଷମତାକୁ ଆସିବା ପରେ ପ୍ରଥମ ଥର ପାଇଁ ମୋଦୀ ତାଙ୍କୁ ଆଜି ଭେଟିବେ। ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଓ ମୋଦୀଙ୍କ ମଧ୍ୟରେ ଥିବା ଉତ୍ତମ ସଂପର୍କ ସମସ୍ତଙ୍କୁ ଜଣା। ତେଣୁ ବାଇଡେନଙ୍କ ଓ ମୋଦୀଙ୍କ ମଧ୍ୟରେ ହେବାକୁ ଥିବା ବୈଠକ କିପରି ରହିବ?

ମୋଦି ଓ ବାଇଡେନଙ୍କ ଏହି ବୈଠକ ବହୁ ଗୁରୁତ୍ୱ ରଖେ। ଉଭୟ ଦେଶର ନେତା ଦ୍ୱିପାକ୍ଷିକ ସମ୍ପର୍କ ସହ ବହୁ ଗୁରୁତ୍ୱପୂର୍ଣ୍ଣ ଅନ୍ତର୍ଜାତୀୟ ପ୍ରସଙ୍ଗରେ ଆଲୋଚନା କରିପାରନ୍ତି। ସେହିପରି କରୋନା ମହାମାରୀ ସହ ଏବେ ବି ସାରା ବିଶ୍ୱ ଲଢୁଛି। ସେପଟେ ଆଫଗାନିସ୍ତାନକୁ ତାଲିବାନ କବଜା କରିବା ପରେ ଏହି ଗସ୍ତର ଗୁରୁତ୍ୱ ଆହୁରି ବଢିଯାଇଛି। ମୋଦୀ ଓ ବାଇଡେନଙ୍କ ମଧ୍ୟରେ ଏହା ପ୍ରଥମ ଦ୍ୱିପାକ୍ଷିକ ଆଲୋଚନା ହେବ। ଭାରତ-ଆମେରିକାର ବ୍ୟାପକ ରଣନୀତି ସହଯୋଗ ନେଇ ସମୀକ୍ଷା ହେବ। ପରସ୍ପରର ସ୍ୱାର୍ଥ ନେଇ ଆଲୋଚନା କରିବା ସହ ବିଶ୍ୱର ମୁଖ୍ୟ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା କରିବେ।

କ୍ୱାଡ୍ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆତଙ୍କବାଦ ଓ ମହାମାରୀ କରୋନା ପ୍ରସଙ୍ଗ ଉଠାଇପାରନ୍ତି । ସେହିପରି ଜାତିସଂଘ ସାଧାରଣ ପରିଷଦ ବୈଠକରେ ଚୀନ ବିରୋଧରେ କୂଟନୈତିକ ସହମତି ସୃଷ୍ଟି କରିପାରନ୍ତି ମୋଦୀ। ଚୀନର ଆକ୍ରମଣାତ୍ମକ ଆଭିମୁଖ୍ୟର ମୁକାବିଲା ପାଇଁ ନୂଆ ରଣନୀତି ପ୍ରସ୍ତୁତିରେ ମୂଳଦୁଆ ପଡିପାରେ। ଭାରତ -ଆମେରିକା ଆହୁରି ନିକଟତର ହେବା ସହ ଚୀନର ଘେରାବନ୍ଦୀ ପାଇଁ କ୍ଷେତ୍ର ପ୍ରସ୍ତୁତ ହୋଇପାରେ। କାଲି ଜାତିସଂଘର ୭୭ ତମ ସାଧାରଣ ଅଧିବେଶନକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବୋଧନ କରିବେ। ବିଶ୍ୱ ସମ୍ମୁଖରେ ଭାରତର ପକ୍ଷ ରଖିବେ। କରୋନା ମହାମାରୀ, ଆତଙ୍କବାଦ, ଜଳବାୟୁ ପରବର୍ତ୍ତନ ନେଇ ସମସ୍ତ ଦୃଷ୍ଟି ଆକର୍ଷଣ କରିପାରନ୍ତି ମୋଦୀ।

ଆଜି ରାଷ୍ଟ୍ରପତି ବାଇଡେନଙ୍କ ସହ ଦ୍ୱିପାକ୍ଷିକ ଆଲୋଚନା କ୍ୱାଡ୍ ବୈଠକରେ ଯୋଗଦେବେ ପ୍ରଧାନମନ୍ତ୍ରୀ। ଆସନ୍ତାକାଲି ୟୁଏନ ଜେନେରାଲ ଆସେମ୍ଲିକୁ ସମ୍ବେଧାନ କରିବାର କାର୍ଯ୍ୟକ୍ରମ ରହିଛି। ଆମେରିକାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇ ପ୍ରଧାନମନ୍ତ୍ରୀ ୨୬ ତାରିଖରେ ଭାରତ ଫେରିବେ। କରୋନା ମହାମାରୀ ପାଇଁ ୨ ବର୍ଷ ପରେ ଏହା ମୋଦୀଙ୍କ ପ୍ରଥମ ବିଦେଶ ଯାତ୍ରା।

Leave A Reply

Your email address will not be published.