ପ୍ରମୁଖ ଖବର

ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ଉତ୍‌କ୍ଷେପଣ ହେଲା ଦୂରଗାମୀ କ୍ରୁଜ୍‌ ମିସାଇଲ
ବିଜେଡିରେ ମିଶିଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ, ଆଜି ଶଙ୍ଖ ଭବନରେ ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ସେ ବିଜେଡିରେ ଯୋଗ ଦେଇଛନ୍ତି
ଆସନ୍ତାକାଲି ଛତିଶଗଡରେ ମତଦାନ, ସୀମା ସିଲ ଓ ହାଇ ଆଲର୍ଟ ଜାରି କଲା ମାଲକାନଗିରି ପୁଲିସ
ଆରପାରିରେ ବିଶିଷ୍ଟ ଅଭିନେତା, ନାଟ୍ୟକାର ତଥା ନିର୍ଦ୍ଦେଶକ ସଚ୍ଚି ଦାସ
ଦିନ ୨ଟା ୩୦ରେ ଭୁବନେଶ୍ବର ଉତ୍ତପ୍ତ ସହର, ତାପମାତ୍ରା ୪୩.୬ ଡିଗ୍ରି ରେକର୍ଡ
ଲଢ଼ିବେନି ପ୍ରସାଦ ହରିଚନ୍ଦନ, ମନୋଜ ରଥ ସତ୍ୟବାଦୀରୁ କଂଗ୍ରେସ ପ୍ରାର୍ଥୀ
କଂଗ୍ରେସରେ ଯୋଗଦେଲେ କେନ୍ଦ୍ରାପଡ଼ାର ପୂର୍ବତନ ବିଜେଡ଼ି ବିଧାୟିକା ସିପ୍ରା ମଲ୍ଲିକ, କଂଗ୍ରେସ ଭବନ ଆସି ଦଳର ପ୍ରାଥମିକ ସଦସ୍ୟତା ଗ୍ରହଣ କଲେ

ବାତ୍ୟା ମୁକାବିଲା ପାଇଁ ତନାଘନା

0
  • ୪୨ଟି ଓଡ୍ରାଫ ଓ ୨୪ ଟି ଏନଡିଆରଏଫ ଓ ୧୦୩ଟି ଅଗ୍ନିଶମ ଦଳ ନିୟୋଜିତ
  • ଆସନ୍ତାକାଲି ପ୍ରଭାବିତ ୧୧ଟି ଜିଲ୍ଲାର ସ୍କୁଲ ବନ୍ଦ ରହିବ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଯୋଗେ ଦିଲ୍ଲୀରୁ ବାତ୍ୟା ଗୁଲାବର ପ୍ରସ୍ତୁତି ସମୀକ୍ଷା କରିଥିଲେ । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଜୀବନ ରକ୍ଷା ଉପରେ ସର୍ବାଧିକ ଗୁରୁତ୍ବ ଆରୋପ କରିଥିଲେ ଏବଂ ଏହା ସୁନିଶ୍ଚିତ କରିବା ପାଇଁ ଆବଶ୍ୟକାତା ଠାରୁ ଅଧିକ ଆଗକୁ ଯାଇ କାମ କରିବା ପାଇଁ ପରାମର୍ଶ ଦେଇଥିଲେ । ଆଜି ଅପରାହ୍ନ ସୁଦ୍ଧା ଗୁଲାବ ପ୍ରଭାବିତ ଜିଲ୍ଲା ମାନଙ୍କର ତଳିଆ ତଥା ବନ୍ୟାପ୍ରବଣ ତଥା ଭୂସ୍ଖଳନ ସଂଭାବନା ଥିବା ଅଞ୍ଚଳ ମାନଙ୍କରେ ଲୋକଙ୍କୁ ନିରାପଦ ସ୍ଥାନକୁ ସ୍ଥାନାନ୍ତର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ କରିବା ପାଇଁ ପ୍ରଶାସନକୁ ନିର୍ଦ୍ଦେଶ ଦେଇଥିଲେ।

ବାତ୍ୟା ୟାସ୍‌ ପରବର୍ତ୍ତୀ ସମୟରେ ଯେପରି ପ୍ରଭାବିତ ଅଞ୍ଚଳ ମାନଙ୍କରେ କୋଭିଡ ସଂଖ୍ୟା ବୃଦ୍ଧି ଘଟିଥିଲା, ତାକୁ ଦୃଷ୍ଟିରେ ରଖି ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ କୋଭିଡ ନିୟମାବଳୀକୁ କଡାକଡି ଭାବରେ ପାଳନ କରାଯିବା ତଥା ମାସ୍କ ବ୍ୟବହାରକୁ ସୁନିଶ୍ଚିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ । ଏହାସହିତ ଆସ୍କା, ଗୁଡାରି, ଗୁଣପୁର, କାଶୀନଗର ଏବଂ ପୁରୁଷୋତ୍ତମପୁର ତଥା ଅନ୍ୟ ବନ୍ୟା ପ୍ରବଣ ଗାଁ ମାନଙ୍କରେ ଥିବା ବନ୍ଧବାଡ ଉପରେ ସତର୍କ ଦୃଷ୍ଟି ରଖିବା ପାଇଁ ପରାମର୍ଶ ଦେଇଥିଲେ ।

ମୁଖ୍ୟମନ୍ତ୍ରୀ କହିଥିଲେ,ବାତ୍ୟା ଆଶ୍ରୟସ୍ଥଳ ଗୁଡିକରେ ଭଲ ପିଇବା ପାଣି ସମେତ ସବୁପ୍ରକାର ମୌଳିକ ବ୍ୟବସ୍ଥା ଗ୍ରହଣ କରାଯିବା ସଂଗେ ସଂଗେ ଗର୍ଭବତୀ ମହିଳା, ବୟସ୍କ ଓ ଶିଶୁ ମାନଙ୍କ ପ୍ରତି ସ୍ବତନ୍ତ୍ର ଧ୍ୟାନ ଦିଆଯିବା ଦରକାର। ବାତ୍ୟା ପରେ ପରେ ରାସ୍ତା ସଫା କରିବା, ବିଦ୍ୟୁତ ଓ ଜଳଯୋଗାଣ ବ୍ୟବସ୍ଥାର ପୁନରୁଦ୍ଧାର କାର୍ଯ୍ୟ ତ୍ବରାନ୍ବିତ କରିବା ପାଇଁ ଆଗୁଆ ପଦକ୍ଷେପ ନିଆଯିବା ଉଚିତ୍।

ମାଇକ ଯୋଗେ ଲୋକଙ୍କୁ ସଚେତନ କରିବା ସହ ସ୍ଥାନାନ୍ତର ଆଶ୍ରୟସ୍ଥଳ ପରିଚାଳନା ତଥା ପୁନରୁଦ୍ଧାର କାର୍ଯ୍ୟରେ ପଞ୍ଚାୟତିରାଜ ଅନୁଷ୍ଠାନ,ମିସନ ଶକ୍ତି ଗୋଷ୍ଠୀ, ଏନ୍ଜିଓ. ଓ ସ୍ବଚ୍ଛାସେବୀମାନଙ୍କୁ ସାମିଲ କରିବା ପାଇଁ ଶ୍ରୀ ପଟ୍ଟନାୟକ ପରାମର୍ଶ ଦେଇଥିଲେ। ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା କାଲି ପ୍ରଭାବିତ ସମସ୍ତ ୧୧ ଗୋଟି ଜିଲ୍ଲାର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରଖିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ପରବର୍ତ୍ତୀ ସମୟରେ ଜିଲ୍ଲାପାଳ ମାନେ ସ୍ଥାନୀୟ ପରିସ୍ଥିତିକୁ ବିଚାରକୁ ନେଇ ସ୍କୁଲ ଖୋଲିବା ସଂପର୍କରେ ନିଷ୍ପତ୍ତି ଗ୍ରହଣ କରିବେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

ଉନ୍ନୟନ କମିସନର ତଥା ସ୍ବତନ୍ତ୍ର ରିଲିଫ କମିସନର ପ୍ରଦୀପ ଜେନା ପରିସ୍ଥିତି ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଥିଲେ। ପ୍ରଭାବିତ ଜିଲ୍ଲା ମାନଙ୍କରେ ୪୨ଟି ଓଡ୍ରାଫ, ୨୪ ଏନଡିଆରଏଫ, ୧୦୩ ଅଗ୍ନିଶମ ଦଳ ମୁତୟନ କରାଯାଇଛି ବୋଲି ସୂଚନା ଦେଇଥିଲେ। ବାତ୍ୟା ଆଶ୍ରୟସ୍ଥଳ ମାନଙ୍କରେ ମାସ୍କ ଓ ସାନିଟାଇଜର ବ୍ୟବସ୍ଥା ସହିତ ସାମାଜିକ ଦୂରତା ଉପରେ ଗୁରୁତ୍ବ ଦିଆଯାଉଛି ବୋଲି ସୂଚନା ଦେଇଥିଲେ । ଏହି ବାତ୍ୟା ଦ୍ବାରା ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟ ଜିଲ୍ଲା ସର୍ବାଧିକ ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ ଏହି ଜିଲ୍ଲାଗୁଡିକ ସହିତ କନ୍ଧମାଳ, ମାଲକାନଗିରି, ନବରଂଗପୁର ଓ କଳାହାଣ୍ଡିର କିଛି ଅଞ୍ଚଳରେ ପ୍ରବଳକୁ ପ୍ରବଳତର ବର୍ଷା ଏବଂ ଖୋର୍ଦ୍ଧା, ପୁରୀ ଓ ନୟାଗଡ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି ବୋଲି ଶ୍ରୀ ଜେନା କହିଥିଲେ। ଏହା ସହିତ କେତେକ ସ୍ଥାନରେ ଭୂସ୍ଖଳନ ହେବାର ସଂଭାବନା ରହିଛି ବୋଲି ସେ ସତର୍କ କରାଇ ଦେଇଥିଲେ।

ଗଞ୍ଜାମ, ଗଜପତି, ରାୟଗଡା ଓ କୋରାପୁଟର ଜିଲ୍ଲାପାଳ ମାନେ ଜିଲ୍ଲାର ପରିସ୍ଥିତି ଏବଂ ବାତ୍ୟାର ମୁକାବିଲା ପାଇଁ ନିଆଯାଇଥିବା ଆଗୁଆ ପଦକ୍ଷେପ ଓ ସେମାନଙ୍କର ଆବଶ୍ୟକତା ସଂପର୍କରେ ବୈଠକରେ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ଦିଲ୍ଲୀ ଗସ୍ତରେ ଥିବା ୫-ଟି ସଚିବ ଭି.କେ. ପାଣ୍ଡିଆନ ବୈଠକ ପରିଚାଳନା କରିଥିଲେ । ଅନ୍ୟ ମାନଙ୍କ ମଧ୍ୟରେ ଜଳସଂପଦ ବିଭାଗର ପ୍ରମୁଖ ସଚିବ, ଶକ୍ତି ବିଭାଗର ପ୍ରମୁଖ ସଚିବ, ମତ୍ସ୍ୟ ଓ ପଶୁସଂପଦ ବିଭାଗର ସଚିବ ଓ ପ୍ରଭାବିତ ୧୧ଟି ଜିଲ୍ଲାର ଜିଲ୍ଲାପାଳ ମାନେ ବୈଠରେ ଭାଗ ନେଇଥିଲେ ।

Leave A Reply

Your email address will not be published.