ପ୍ରମୁଖ ଖବର

ଦିଲ୍ଲୀ ଏମ୍ସରେ ଅଗ୍ନିକାଣ୍ଡ
ଡିସିପି ଅଫିସରେ ଆତ୍ମସମର୍ପଣ ପରେ ଗିରଫ ହେଲେ ଜଗନ୍ନାଥ ପ୍ରଧାନ
ଦେବାଶିଷ ସିଂହ ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ସଚିବ ଭାବେ ନିଯୁକ୍ତ
ସ୍କୁଲ ଗ୍ରେଡିଂ ସିଷ୍ଟମ: ଜାତୀୟ ସ୍ତରରେ ୫ମ ସ୍ଥାନରେ ଓଡ଼ିଶା
ଆଇଏଏସ ବିଷ୍ଣୁପଦ ସେଠୀଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ଵସ୍ତି
ଆସନ୍ତା ୬ରେ ହୀରାକୁଦରୁ ଛଡାଯିବ ପ୍ରଥମ ବନ୍ୟାଜଳ
ବଲାଙ୍ଗିର ଜିଲ୍ଲା ଟିଟିଲାଗଡ଼ର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍
କଟକ: ଡ୍ୟୁଟି ସାରି ଫେରିବା ବେଳେ ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

ସମ ହସ୍ପିଟାଲର ହୃଦରୋଗ ବିଭାଗ ଟିମ୍ ଦ୍ୱାରା ବିରଳ ଅସ୍ତ୍ରୋପଚାର

0

ଭୁବନେଶ୍ୱର, ୩୦/୦୯ : ଜନ୍ମ ସମୟରୁ ଜୀବନ ସୃଷ୍ଟିକାରୀ ହୃଦରୋଗ ଥିବା ଜଣେ ୨୫ ବର୍ଷ ଯୁବକଙ୍କର ଶରୀରରେ ସଫଳତାର ସହ ବିରଳ ଅସ୍ତ୍ରୋପଚାର କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ ମେଡିକାଲ ସାଇନସେସ ଆଣ୍ଡ ସମ୍ ହସପିଟାଲର ହୃଦରୋଗ ବିଭାଗର ସର୍ଜନ । ସାରଦା ପ୍ରସନ୍ନ ପାତ୍ର ନାମକ ଯୁବକ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବା ଓ କୌଣସି କାମ କରିବାକୁ ସକ୍ଷମ ହୋଇପାରୁନଥିବା ବେଳେ ତାଙ୍କୁ ବିଭିନ୍ନ ପରୀକ୍ଷା ନିମନ୍ତେ ସମ୍ ହସ୍ପିଟାଲରେ ଭର୍ତି କରାଯାଇ ଥିଲା । ପରୀକ୍ଷା ଦ୍ୱାରା ଦୁଇ ହୃଦଯନ୍ତ୍ରର ମଝିରେ ଥିବା ନିଳୟରେ ଏକ ବଡ ଛିଦ୍ର ରହିଥିବା ଦେଖିବାକୁ ମିଳିଥିଲା । ଏହା ବ୍ୟତିତ ଫୁସଫୁସକୁ ଯାଇଥିବା ଧମନୀ ସମ୍ପୂର୍ଣର୍ ବନ୍ଦ ହୋଇଯାଇଥିଲା ।ଏହି ଛିଦ୍ର ଦ୍ୱାରା ଶରୀରର ବିଶୂଦ୍ଧ ରକ୍ତ ଓ ଦୂଷିତ ରକ୍ତ ମିଶି ଯାଉଥିଲା ଏବଂ ଅମ୍ଳଜାନ ସ୍ତର ୭୦ ପ୍ରତିଶତ ରହୁଥିଲା । ସେହିପରି ଧମନୀର ଆକାର ମଧ୍ୟ ଖୁବ୍ କମ୍ ଥିଲା ବୋଲି ସିଟିଭିଏସ ବିଭାଗର ସିନିୟର କନସଲଟାଂଟ ଡ. ସଂଗ୍ରାମ କେଶରୀ ବେହେରା କହିଛନ୍ତି । ଏହିଭଳି ଅବସ୍ଥାକୁ ଡାକ୍ତରୀ ଶବ୍ଦରେ ଟେଟ୍ରାଲୋଜି ଅଫ ଫାଲଟ ବୋଲି କୁହାଯାଏ ଯାହାକି ଏକ ଜନ୍ମଗତ ତ୍ରୁଟି ବୋଲି ସେ କହିଛନ୍ତି ।

ସମ୍ପୃକ୍ତ ରୋଗୀ ଜଣକ ପ୍ରଥମେ କାର୍ଡିଓଲୋଜି ବିଭାଗର କନସଲଟାଂଟ ଡ. ଦିବ୍ୟରଞ୍ଜନ ବେହେରାଙ୍କ ପାଖରେ ଚିକିତ୍ସିତ ହୋଇଥିବା ବେଳେ ସେ ସର୍ଜରୀ ନିମନ୍ତେ କାଥଲାବରେ କଏଲ ଇନବୋଲିଜାଇସନ କରିଥିଲେ । କାର୍ଡିଆକ ଆନାସ୍ଥେସିସ ଡ. ସୁକାନ୍ତ କୁମାର ଭୋଇ ଏହି ସର୍ଜରୀରେ ଏକ ପ୍ରମୂଖ ଭୂମିକା ଗ୍ରହଣ କରିଥିଲେ । ଡ. ସଂଗ୍ରାମ କେଶରୀ ବେହେରା କହିଛନ୍ତି ଯେ ସର୍ଜରୀ ହେବା ପୂର୍ବରୁ ରୋଗୀଙ୍କୁ ହାର୍ଟ-ଲଙ୍ଗ ମେସିନରେ ରଖାଯାଇଥିଲା । ପ୍ରଥମେ ତାଙ୍କର ଭେଂଟ୍ରିକୁଲାର ସେପ୍ଟାଲ ଡିଫେକ୍ଟକୁ ବନ୍ଦ କରାଯାଇଥିଲା, ଦକ୍ଷିଣ ପଟର ଭେଂଟ୍ରିକୁଲାର ଆଉଟଫ୍ଲୋ ଟ୍ରାକକୁ ବଡ କରାଯାଇ ଏକ ଟ୍ରାଂସଆନୁଲାର ପ୍ୟାଚ ଲଗାଯାଇଥିଲା । ଏହାଛଡା ଏକ ଭଲ୍‌ଭ ମଧ୍ୟ ଲଗାଯାଇଥିଲା । ରୋଗୀ ଏବେ ସୁସ୍ଥ ହେବା ପରେ ମଙ୍ଗଳବାର ତାଙ୍କୁ ଡିସଚାର୍ଜ କରାଯାଇଛି ବୋଲି ଡାକ୍ତର ବେହେରା କହିଛନ୍ତି ।

Leave A Reply

Your email address will not be published.