ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଆଉ ୪ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

0

ଭୁବନେଶ୍ୱର:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସାଧାରଣ ଜୀବନରେ କ୍ଷେତ୍ରରେ ଉଚ୍ଚ ନୈତିକତା ଓ ସାଧୁତା ବଜାୟ ରଖିବା ଉପରେ ସବୁବେଳେ ଗୁରୁତ୍ବ ଦେଇଆସିଛନ୍ତି। ଅପାରଗ ତଥା ଦୁର୍ନୀତିଗ୍ରସ୍ତ ଅଧିକାରୀଙ୍କ ବିରୁଦ୍ଧରେ ସବୁବେଳେ ଶୂନ୍ୟ ସହିଷ୍ଣୁତା ଆଭିମୁଖ୍ୟ ଉପରେ ଜୋର ଦେଇଆସିଛନ୍ତି । ଜନସାଧାରଣଙ୍କୁ ସ୍ବଚ୍ଛ, ଦକ୍ଷ ଏବଂ ଉତ୍ତରଦାୟୀ ପ୍ରଶାସନ ମାଧ୍ୟମରେ ସେବା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିରନ୍ତର ପ୍ରଚେଷ୍ଟା ଜାରି ରଖିଛନ୍ତି।

ରାଜ୍ୟ ସରକାରଙ୍କ ଏହି ଆଭିମୁଖ୍ୟ ଅନୁଯାୟୀ ରାଜ୍ୟର ୪ ଜଣ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ଏଥିରେ ଦୁଇ ଜଣ ଓଡିଶା ପ୍ରଶାସନିକ ଅଧିକାରୀ ରହିଥିବା ବେଳେ, ଜଣେ ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଓ ଜଣେ ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ରହିଛନ୍ତି । ଏ ସମସ୍ତଙ୍କ ନାମରେ ଦୁର୍ନୀତି ଅଭିଯୋଗ ରହିଛି । ଏହି ୪ ଜଣଙ୍କ ମଧ୍ୟରୁ ଅନୁଗୁଳର ଡେପୁଟି କଲେକ୍ଟର ଶ୍ରୀ ଜାନକୀନାଥ ମିଶ୍ରଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲା ରହିଥିବା ବେଳେ, ୯ଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ କରାଯାଇଛି। ଦୁର୍ନୀତିଗ୍ରସ୍ତ ହେବା ସହିତ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରମାଣିତ ହୋଇଛି। ଏଥିପାଇଁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ସେହିପରି ଗଜପତି ଜିଲ୍ଲାର ନୂଆଗଡ ତହସିଲଦାର ଶ୍ରୀ ଆକୁଳ ମଲ୍ଲିକଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଥିବା ବେଳେ ତାଙ୍କ ବିରୋଧରେ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ କରାଯାଇଛି। କାର୍ଯ୍ୟ କ୍ଷେତ୍ରରେ ଅପାରଗ ଥିବା ସହିତ ସେ ସରକାରୀ ପାଣ୍ଠି ଆତ୍ମସାତ କରିଥିଲେ। ଏହି କାରଣରୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଢେଙ୍କାନାଳର ଜିଲ୍ଲା ସବ୍‌ ରେଜିଷ୍ଟ୍ରାର ଶ୍ରୀ ଲଲାଟେନ୍ଦୁ ଶତପଥୀଙ୍କ ବିରୋଧରେ ଦୁଇଟି ଦୁର୍ନୀତି ମାମଲ ରହିଛି । ତା ସହିତ ଦୁଇଟି ବିଭାଗୀୟ ପ୍ରୋସିଡିଙ୍ଗ୍‌ସ ମଧ୍ୟ ରହିଛି । ତାଙ୍କର ସାଧୁତା ସନ୍ଦେହଜନକ ରହିଥିଲା ଏବଂ କାର୍ଯ୍ୟ କ୍ଷେତ୍ରରେ ତାଙ୍କର ଅପାରଗତା ପ୍ରତିପାଦିତ ହୋଇଥିବାରୁ, ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି ।

ପରିଶେଷରେ ନୂଆପଡାର ପୂର୍ବତନ ଜିଲ୍ଲା ମୁଖ୍ୟ ପ୍ରାଣୀସଂପଦ ଅଧିକାରୀ ଡଃ ତ୍ରିଲୋଚନ ଧଳଙ୍କ ନାମରେ ଗୋଟିଏ ଦୁର୍ନୀତି ମାମଲା ରହିଛି । ତାଙ୍କ ନିକଟରେ ବହୁ ପରିମାଣରେ ହିସାବ ବହିର୍ଭୁତ ଟଙ୍କା ମିଳିଥିଲା ଏବଂ ସେଥିପାଇଁ ତାଙ୍କ ବିରୋଧରେ ଦୁର୍ନୀତି ମାମଲା କରାଯାଇଥିଲା । ଅସାଧୁତା ଓ ଅପାରଗତା କାରଣ ଯୋଗୁ ତାଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି । ଉପରୋକ୍ତ ୪ ଜଣ ଅଧିକାରୀଙ୍କ ସମେତ ଏପର୍ଯ୍ୟନ୍ତ ୧୨୨ ଜଣଙ୍କୁ ଦୁର୍ନୀତି ଓ ଅପାରଗତା ଅଭିଯୋଗରେ ରାଜ୍ୟ ସରକାର ବାଧ୍ୟତାମୂଳକ ଅବସର ଦେଇଛନ୍ତି।

Leave A Reply

Your email address will not be published.