ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ସରକାରୀ କର୍ମଚାରୀଙ୍କୁ ଦୋହରା ଖୁସି ଦେଲେ ନବୀନ

0

ଭୁବନେଶ୍ବର: ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ।

ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଲା। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ପହିଲାରୁ ପିଛିଲା ଭାବରେ ଏହା ଲାଗୁ। ଏହା ଅକ୍ଟୋବରରୁ ମିଳିବ। ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ।

କୋଭିଡ୍ ପରିସ୍ଥିତିରେ ଦେଢବର୍ଷ ହେଲା ଏହା ବନ୍ଦ ରହିଥିଲା। ପୂର୍ବରୁ ଆଜି ସକାଳେ ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ (GIS) ସଂଶୋଧନ ହୋଇଥିଲା।

Leave A Reply

Your email address will not be published.