ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

ସରକାରୀ କର୍ମଚାରୀଙ୍କୁ ଦୋହରା ଖୁସି ଦେଲେ ନବୀନ

0

ଭୁବନେଶ୍ବର: ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଦ୍ଵାରା ରାଜ୍ୟର ଚାରି ଲକ୍ଷ କର୍ମଚାରୀ ଓ ସାଢେ ତିନି ଲକ୍ଷ ପେନସନ୍ ଭୋଗୀ ଉପକାର ପାଇବେ।

ଏହା ଫଳରେ ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଲା। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଜୁଲାଇ ପହିଲାରୁ ପିଛିଲା ଭାବରେ ଏହା ଲାଗୁ। ଏହା ଅକ୍ଟୋବରରୁ ମିଳିବ। ବକେୟା ତିନି ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ନଗଦ ଆକାରରେ ମିଳିବ।

କୋଭିଡ୍ ପରିସ୍ଥିତିରେ ଦେଢବର୍ଷ ହେଲା ଏହା ବନ୍ଦ ରହିଥିଲା। ପୂର୍ବରୁ ଆଜି ସକାଳେ ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ (GIS) ସଂଶୋଧନ ହୋଇଥିଲା।

Leave A Reply

Your email address will not be published.