ପ୍ରମୁଖ ଖବର

ଅଟଳ ବସ୍‌ଷ୍ଟାଣ୍ଡର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ
ଦୁର୍ଘଟଣା ରୋକିବାକୁ ‘୪-ଇ’ ପାଳନ କରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ
ଏମ୍ସରେ ଭର୍ତ୍ତିହେଲେ ପୂର୍ବତ୍ତନ ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼
ସୋଲାନରେ ଭୟଙ୍କର ଅଗ୍ନିକାଣ୍ଡ: ୮ ବର୍ଷର ଶିଶୁ ମୃତ, ୯ ଆହତ
ନିର୍ମାଣ ହେବ ନୂଆ ବିଧାନସଭା ଓ ଲୋକସେବା ଭବନ

ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଲେ ନବୀନ

0
  • ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ (GIS) ସଂଶୋଧିତ
  • କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ସହାୟତା ରାଶି ପରିମାଣରେ ବୃଦ୍ଧି

ଭୁବନେଶ୍ବର: ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି।

ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ ଜିଆଇଏସ ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ୫୪୦୦ ଓ ତଦୁର୍ଦ୍ଧ ଗ୍ରେଡ ପେ’ ପାଉଥିବା କର୍ମଚାରୀ ମାନଙ୍କ ଜିଆଇଏସ ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

କର୍ମଚାରୀ ମାନଙ୍କ ପାଇଁ ଜିଆଇଏସ ଏକ ସାମାଜିକ ସୁରକ୍ଷା ଯୋଜନା। ଚାକିରିରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ ।

୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ଦେଢ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ମୃତ୍ୟୁରେ ଅଢେଇ ଲକ୍ଷ ଟଙ୍କା ସହାୟତା ମିଳୁଥିଲା । ବର୍ତ୍ତମାନ ଏହି ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ।

ସେହିପରି ଅନ୍ତେଷ୍ଟିକ୍ରୀୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।ଏହି ବର୍ଦ୍ଧିତ ଜିଆଇଏସ୍ ଦେୟ ପୂର୍ବପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ।

Leave A Reply

Your email address will not be published.