ପ୍ରମୁଖ ଖବର

ସମ୍ବଲପୁର: ଗଣେଶ ପୂଜା ମଣ୍ଡପରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ପେଣ୍ଡାଲ
ଗୁଜରାଟ ସଚିବାଳୟ ଉଡ଼ାଇବା ଧମକ: ବିହାର, ଝାଡ଼ଖଣ୍ଡରୁ ୨ ଗିରଫ
ଓମଫେଡ୍‌ ବଜାରକୁ ଆଣିବ ପ୍ୟାକେଟ୍‌ ପାଣି ଓ ନୂଆ ଆଇସକ୍ରିମ୍
ଦିଶା ସାଲିଆନ ମୃତ୍ୟୁ ମାମଲା : ସିବିଆଇ ଏଫ୍‌ଆଇଆରରେ ଆଦିତ୍ୟ ଠାକରେ, ଡିନୋ ମୋରିଆଙ୍କ ନାଁ
ଦୁଷ୍କର୍ମ ମାମଲା: ଆତ୍ମସମର୍ପଣ କଲେ ତରୁଣ ତେଜପାଲ
ନନ୍ଦିଗ୍ରାମ ଉପନିର୍ବାଚନ ଲଢ଼ିବେନି ମମତା, ଟିଏମସି ଘୋଷଣା କଲା ପ୍ରାର୍ଥୀ

ସରକାରୀ କର୍ମଚାରୀଙ୍କୁ ପୂଜା ଭେଟି ଦେଲେ ନବୀନ

0
  • ସରକାରୀ କର୍ମଚାରୀଙ୍କ ଗୋଷ୍ଠୀ ବୀମା ଦେୟ (GIS) ସଂଶୋଧିତ
  • କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ସହାୟତା ରାଶି ପରିମାଣରେ ବୃଦ୍ଧି

ଭୁବନେଶ୍ବର: ରାଜ୍ୟ ସରକାର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଉଦ୍ଦିଷ୍ଟ ଗୋଷ୍ଠୀ ବୀମା ଯୋଜନା ଦେୟରେ ସଂଶୋଧନ କରିଛନ୍ତି।

ପୂର୍ବରୁ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କୁ ଜିଆଇଏସ ବାବଦରେ ୭୫୦୦ ଟଙ୍କା ଦେବାକୁ ପଡୁଥିବା ବେଳେ ଏବେ ତାହା ୨୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ୫୪୦୦ ଓ ତଦୁର୍ଦ୍ଧ ଗ୍ରେଡ ପେ’ ପାଉଥିବା କର୍ମଚାରୀ ମାନଙ୍କ ଜିଆଇଏସ ବାବଦ ଦେୟକୁ ୧୨ ହଜାର ଟଙ୍କାରୁ ୩୦ ହଜାର ଟଙ୍କାକୁ ବୃଦ୍ଧି କରାଯାଇଛି।

କର୍ମଚାରୀ ମାନଙ୍କ ପାଇଁ ଜିଆଇଏସ ଏକ ସାମାଜିକ ସୁରକ୍ଷା ଯୋଜନା। ଚାକିରିରେ ଥିବାବେଳେ ଯଦି ଜଣେ କର୍ମଚାରୀ ମୃତ୍ୟୁବରଣ କରନ୍ତି, ତେବେ ଏହି ଯୋଜନାରେ ତାଙ୍କ ପରିବାରକୁ ଆର୍ଥିକ ସହାୟତା ପ୍ରଦାନ କରାଯାଇଥାଏ ।

୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ମୃତ୍ୟୁ କ୍ଷେତ୍ରରେ ପରିବାରକୁ ଦେଢ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ମୃତ୍ୟୁରେ ଅଢେଇ ଲକ୍ଷ ଟଙ୍କା ସହାୟତା ମିଳୁଥିଲା । ବର୍ତ୍ତମାନ ଏହି ସଂଶୋଧିତ ନିଷ୍ପତ୍ତି ଅନୁଯାୟୀ, ଏହି ଯୋଜନାରେ ୪୮୦୦ ଟଙ୍କା ପର୍ଯ୍ୟନ୍ତ ଗ୍ରେଡ ପେ ପାଉଥିବା କର୍ମଚାରୀଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଏବଂ ୫୪୦୦ ବା ତଦୁର୍ଦ୍ଧ ଗ୍ରେଡ ପେ ପାଉଥିବା କର୍ମଚାରୀ ମାନଙ୍କ ପରିବାରକୁ ୬ ଲକ୍ଷ ଟଙ୍କା ପ୍ରଦାନ କରାଯିବ।

ସେହିପରି ଅନ୍ତେଷ୍ଟିକ୍ରୀୟା ପାଇଁ ସହାୟତା ରାଶିର ପରିମାଣ ପୂର୍ବରୁ ୫ ହଜାର ଟଙ୍କା ଥିବାବେଳେ ଏବେ ଏହାକୁ ଉଭୟ କ୍ଷେତ୍ରରେ ୧୦ ହଜାର ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି।ଏହି ବର୍ଦ୍ଧିତ ଜିଆଇଏସ୍ ଦେୟ ପୂର୍ବପରି ୧୦ଟି କିସ୍ତିରେ କର୍ମଚାରୀମାନଙ୍କ ଦରମାରୁ ନିଆଯିବ।

Leave A Reply

Your email address will not be published.