ପ୍ରମୁଖ ଖବର

ମହିଳା କବାଡିରେ ଭାରତକୁ ସ୍ୱର୍ଣ୍ଣ
ନାଗାଲାଣ୍ଡରେ ବିଷାକ୍ତ ମଦ ନେଲା ୧୯ ଜୀବନ
ପାରାଦୀପକୁ ମିଳିଲା ମେଗା ବନ୍ଦର ମାନ୍ୟତା
ଆଇଆଇଟି ଛାତ୍ର ମୃତ୍ୟୁ ଘଟଣା: ଡିନ୍‌ ପଦରୁ ନିଲମ୍ବିତ ପ୍ରଫେସର ସୂର୍ଯ୍ୟନାରାୟଣ ଡୁଲ୍ଲା
୭୦୦ ଗ୍ରାମ୍‌ ଓଜନ ପାଇଁ ଅଟକିଲା ଗୋଲ୍ଡ ସ୍ୱପ୍ନ, ସୁଚିକାଙ୍କୁ ଏସିଆନ୍ ଗେମ୍ସରେ ବ୍ରୋଞ୍ଜ
ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ
୩.୩୫ କେଜି ହେରୋଇନ୍‌ ସହ ପଞ୍ଜାବ ପୁଲିସ୍‌ ଇନ୍‌ସପେକ୍ଟର ଗିରଫ
ଓଡ଼ିଶାରେ ବେଦାନ୍ତର ୧ ଲକ୍ଷ କୋଟି ନିବେଶ ଯୋଜନା, ଢେଙ୍କାନାଳରେ ହେବ ସ୍ମେଲ୍ଟର ପ୍ଲାଣ୍ଟ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ
ପାକିସ୍ତାନରେ ଭୟଙ୍କର ଆତ୍ମଘାତୀ ବିସ୍ଫୋରଣ, ୧୧ ମୃତ; ୩୦ ଆହତ

ନଭେମ୍ବର ୨ରୁ ରାଜସ୍ଥାନ ଜୟପୁରକୁ ସିଧା ବିମାନ ଉଡ଼ିବ

0

ଧର୍ମେନ୍ଦ୍ର ପ୍ରଧାନଙ୍କ କଥା ରଖିଲେ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ସିନ୍ଧିଆ
ସେପ୍ଟେମ୍ବର ୧୭ରେ ପତ୍ର ଲେଖିଥିଲେ କେନ୍ଦ୍ରମନ୍ତ୍ରୀ, ଇଣ୍ଡିଗୋ ଦେବ ବିମାନ ସେବା
ସପ୍ତାହରେ ୩ ଥର ବିମାନ ଚଳାଚଳ କରିବ ବୋଲି ସହମତି ହୋଇଛି

ନୂଆଦିଲ୍ଲୀ/ଭୁବନେଶ୍ୱର: ଆସନ୍ତା ନଭେମ୍ବର ୨ ତାରିଖରୁ ମନ୍ଦିରମାଳିନୀ ଭୁବନେଶ୍ୱରରୁ ରାଜସ୍ଥାନର ଗୋଲାପି ସହର ଜୟପୁରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ସୂଚନା ଦେଇଛନ୍ତି କେନ୍ଦ୍ର ବେସାମରିକ ଓ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆ। ଗତ ସେପ୍ଟେମ୍ବର ୧୭ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଏ ସମ୍ପର୍କରେ ପତ୍ର ଲେଖିଥିଲେ ।

ଶ୍ରୀ ସିନ୍ଧିଆ ଉଲ୍ଲେଖ କରିଛନ୍ତି ଯେ ବିମାନ ସଂସ୍ଥା ‘ଇଣ୍ଡିଗୋ’ ପକ୍ଷରୁ ଆସନ୍ତା ନଭେମ୍ବର ୨ ତାରିଖରୁ ଭୁବନେଶ୍ୱରରୁ ରାଜସ୍ଥାନର ଜୟପୁରକୁ ସିଧାସଳଖ ବିମାନ ସେବା ଆରମ୍ଭ ହେବ। ସପ୍ତାହରେ ୩ ଥର ଏହି ବିମାନ ଚଳାଚଳ କରିବ। ଏହି ବିମାନ ସେବା ଆରମ୍ଭ ହେବା ଦ୍ୱାରା ମନ୍ଦିରମାଳିନୀ ଭୁବନେଶ୍ୱର ଏବଂ ଗୋଲାପି ସହର ଜୟପୁର ମଧ୍ୟରେ ବିମାନ ସେବାର ଯାତ୍ରୀଙ୍କୁ ସୁବିଧା ପ୍ରଦାନ କରିବଛ। ଏହାସହ ଉଭୟ ରାଜ୍ୟର ଅର୍ଥନୀତିକୁ ମଧ୍ୟ ମଜବୁତ୍ କରିବାରେ ସହାୟକ ହେବ ବୋଲି ଶ୍ରୀ ସିନ୍ଧିଆ ପତ୍ରରେ ଉଲ୍ଲେଖ କରିଛନ୍ତି।

ସୂଚନାଯୋଗ୍ୟ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିପ୍ରା ଫାଉଣ୍ଡେସନର ଜାତୀୟ ଆବାହକ ଜନୈକ ଓ.ପି ମିଶ୍ରଙ୍କ ପତ୍ର ଆଧାରରେ ଗତ ସେପ୍ଟେମ୍ବର ୧୭ରେ ବିଭାଗୀୟ କେନ୍ଦ୍ରମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ. ସିନ୍ଧିଆଙ୍କୁ ପତ୍ର ଲେଖି ଭୁବନେଶ୍ୱରରୁ ସିଧାସଳଖ ଜୟପୁରକୁ ବିମାନ ସେବା ଆରମ୍ଭ କରିବା ପାଇଁ ଅନୁରୋଧ କରିଥିଲେ। ଉଭୟ ରାଜ୍ୟରେ ଅନେକ ମନ୍ଦିର ଓ ପର୍ଯ୍ୟଟନ ସ୍ଥାନ ଥିବା ବେଳେ ଶ୍ରଦ୍ଧାଳୁ ଏବଂ ପର୍ଯ୍ୟଟକମାନଙ୍କ ସ୍ୱାର୍ଥ ଦୃଷ୍ଟିରେ ପଦକ୍ଷେପ ନେବା ପାଇଁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଥିଲେ। ଏହି ଅନୁମତି ପ୍ରଦାନ କରିଥିବାରୁ କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କେନ୍ଦ୍ର ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ଧନ୍ୟବାଦ ଜଣାଇଛନ୍ତି ।

Leave A Reply

Your email address will not be published.