ପ୍ରମୁଖ ଖବର

କାକଟପୁର ପାଇଁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ: କାକଟପୁରରୁ ପ୍ରାର୍ଥୀ ହେଲେ ବିଶ୍ବଭୂଷଣ ଦାସ, ବିଜେପିରୁ ଟିକେଟ ନମିଳିବାରୁ କଂଗ୍ରେସରେ ସାମିଲ ହୋଇଥିଲେ
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ସୁରେନ୍ଦ୍ର ସେଠୀ
ବିଜେଡି ଛାଡ଼ିଲେ ଆନନ୍ଦପୁର ବିଧାୟକ ଭାଗିରଥୀ ସେଠୀ

ଆଉଟସୋର୍ସିଂ କର୍ମଚାରୀଙ୍କ ପାରିଶ୍ରମିକ ୨୫% ବଢିଲା

0

ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଆଉଟସୋର୍ସିଂ ସଂସ୍ଥା ଜରିଆରେ ତଥା ଚୁକ୍ତିଭିତ୍ତିରେ ନିୟୋଜିତ ହୋଇଥିବା ବ୍ୟକ୍ତି ମାନଙ୍କର ପାରିଶ୍ରମିକରେ ୨୫ ପ୍ରତିଶତ ବୃଦ୍ଧି ବିଷୟ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହାଦ୍ବାରା ଓଡିଶା ସରକାରଙ୍କ ବିଭିନ୍ନ ବିଭାଗରେ ନିୟୋଜିତ ପ୍ରାୟ ୩୩ ହଜାର ବ୍ୟକ୍ତି ଉପକୃତ ହେବେ । ଏଥିପାଇଁ ରାଜ୍ୟ ସରକାରଙ୍କୁ ବାର୍ଷିକ ଅଧିକ ୧୦୦ କୋଟି ଟଙ୍କା ଖର୍ଚ୍ଚ କରିବାକୁ ପଡିବ ।

ଆଉଟସୋର୍ସିଂ ଓ ଚୁକ୍ତିଭିତ୍ତିରେ ନିୟୋଜିତ ଏହି ବ୍ୟକ୍ତି ମାନଙ୍କର ଇ.ପି.ଏଫ ଓ ଇ.ଏସ୍‌.ଆଇ ପରି ବୈଧାନିକ ଦେୟ ସଂପୃକ୍ତ ସଂସ୍ଥା ପୈଠ କରିବେ। ସେମାନେ କାମ କରୁଥିବା ବିଭାଗର କର୍ତ୍ତୃପକ୍ଷ ଏହା ସୁନିଶ୍ଚିତ କରିବେ । ଉପରୋକ୍ତ ବୈଧାନିକ ଦେୟ ପୈଠ କରିବାରେ ହେଳା କରୁଥିବା ସଂସ୍ଥା ଗୁଡିକ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

ଏତଦ୍‌ବ୍ୟତୀତ ସେମାନଙ୍କୁ ବର୍ଷକୁ ସର୍ବାଧିକ ୧୨ ଦିନ ଛୁଟି ମଞ୍ଜୁର କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ଗର୍ଭବତୀ ମହିଳା ମାନଙ୍କ କ୍ଷେତ୍ରରେ ମାତୃତ୍ବ ଛୁଟି ପ୍ରଦାନ ବିଷୟ ବିଚାର କରି ଯଥାଶୀଘ୍ର ନିଷ୍ପତ୍ତି ନେବା ପାଇଁ ମୁଖ୍ୟମନ୍ତ୍ରୀ ସଂପୃକ୍ତ କର୍ତ୍ତୃପକ୍ଷଙ୍କୁ ପରାମର୍ଶ ଦେଇଛନ୍ତି ।

Leave A Reply

Your email address will not be published.