ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଦିଲ୍ଲୀରେ ଆରମ୍ଭ ହେଲା ବିଜେପିର ରଣନୀତି କସରତ

0

ନୂଆଦିଲ୍ଲୀ: ଆସନ୍ତା ବର୍ଷ ୫ ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ଆଜି ଦିଲ୍ଲୀରେ ବସୁଛି ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ। ଆଜି ଏନଡିଏମସି ସମ୍ମିଳନୀ କକ୍ଷରେ ବସିବାକୁ ଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ୧୨୪ ଜଣ ସଦସ୍ୟ ଉପସ୍ଥିତ ରହିବେ । ଏହା ସହିତ ଦଳର ୩୬ଟି ସାଂଗଠନିକ ରାଜ୍ୟର ପଦାଧିକାରୀ ,ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ, ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଭର୍ଚୁଆଲ ଜରିଆରେ ସାମିଲ ହେବେ।

ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ,ଗୃହମନ୍ତ୍ରୀ ଅମିତ ଶାହା, ପରିବହନ ମନ୍ତ୍ରୀ ନୀତିନ ଗଡ଼କରୀ, ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଯୋଗଦେବେ। ବିଜେପି ସାଧାରଣ ସମ୍ପାଦକ ଅରୁଣ ସିଂହଙ୍କ ଅନୁଯାୟୀ, ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକ କରୋନା ଗାଇଡଲାଇନ ଅନୁସାରେ ବସୁଛି।

୫ ରାଜ୍ୟରେ ଆଗକୁ ହେବାକୁ ଥିବା ବିଧାନସଭା ନିର୍ବାଚନ ନେଇ ବୈଠକରେ ମାନସମନ୍ଥନ କରାଯିବ। ଏହା ସହିତ କୋଭିଡ ଓ ବିଭିନ୍ନ ଏଜେଣ୍ଡା ଉପରେ ମଧ୍ୟ
ଆଲୋଚନା ହେବ। ଏବଂ ବୈଠକର ଶେଷ ପ୍ରଧାନମନ୍ତ୍ରୀଙ୍କ ସମ୍ବାଧନ ସହ ହେବ । ବୈଠକ ପାଖାପାଖି ଦିନ ୩ଟାରେ ଶେଷ ହେବ ବୋଲି ଜଣାପଡିଛି। ତେବେ ବିଜେପିର ଏହି ବୈଠକ ଏଥିପାଇଁ ଗୁରୁତ୍ୱ ରଖୁଛି , କାରଣ ନିକଟରେ ୧୩ ରାଜ୍ୟର ୨୯ ବିଧାନସଭା ଓ ୩ ଲୋକସଭା ଉପ ନିର୍ବାଚନରେ ପାର୍ଟିର ପ୍ରଦର୍ଶନ ଖଟାମିଠା ରହିଛି। ଆସାମ ଓ ମଧ୍ୟପ୍ରଦେଶରେ ଦଳ ଭଲ ପ୍ରଦର୍ଶନ କରିଥିଲା। କିନ୍ତୁ ହିମାଚଳ ପ୍ରଦେଶର ସମସ୍ତ ୩ଟି ବିଧାନସଭା ଓ ଗୋଟିଏ ଲୋକସଭା ଆସନରେ ଦଳ ପରାଜୟ ବରଣ କରିଥିଲା। ହିମାଚଳପ୍ରଦେଶ ଓ ପଶ୍ଚିମବଙ୍ଗର ପରାଜୟ ଦଳକୁ ଆତ୍ମଚିନ୍ତନ କରିବାକୁ ବାଧ୍ୟ କରିବ।

Leave A Reply

Your email address will not be published.