ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ହସ୍ପିଟାଲରେ ନିଆଁ, ୪ ଶିଶୁ ମୃତ

0

ଭୋପାଳ: ମଧ୍ୟପ୍ରଦେଶ ଭୋପାଳର ହମିଦିଆ ହସ୍ପିଟାଲରେ ଅଗ୍ନିକାଣ୍ଡ। କମଳା ନେହେରୁ ହସ୍ପିଟାଲର ଶିଶୁ ୱାର୍ଡରେ ନିଆଁ ଲାଗିବା ଫଳରେ ୪ ଜଣ ଶିଶୁଙ୍କର ମୃତ୍ୟୁ ହୋଇଛି। ଅନ୍ୟ ଜଣେ ଶିଶୁ ଗୁରୁତର ଥିବା ଜଣାପଡିଛି। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡିନି। ଅଗ୍ନିଶମବାହିନୀ ଓ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ଏସଏନସିୟୁରେ ୪୦ ଜଣ ଶିଶୁ ଥିଲେ, ସେମାନଙ୍କ ମଧ୍ୟରୁ ୩୬ ଜଣ ଶିଶୁଙ୍କୁ ଅନ୍ୟ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି।

ସୋମବାର ରାତି ପାଖାପାଖି ୯ଟା ବେଳେ ହସ୍ପିଟାଲର ତୃତୀୟ ମହଲାରେ ଏହି ଅଗ୍ନିକାଣ୍ଡ ଘଟିଥିଲା । ନିଆଁ ଲାଗିବା ଫଳରେ ହସ୍ପିଟାଲରେ ଥିବା ପିଲାଙ୍କ ବାପା, ମାଆ ଚିତ୍କାର କରିବାକୁ ଲାଗିଥିଲେ। ତୁରନ୍ତ ଅଗ୍ନିଶମବାହିନୀକୁ ଖବର ଦିଆଯାଇଥିଲା। କିନ୍ତୁ ନିଆଁ ଏତେ ଜୋରରେ ଲାଗିଥିଲା ଯେ, ଅଗ୍ନିଶମବାହିନୀ ଘଟଣା ସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବା ମଧ୍ୟରେ ୪ଜଣ ଶିଶୁଙ୍କ ମୃତ୍ୟୁ ହୋଇଯାଇଥିଲା।

ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଶିବରାଜ ସିଂ ଚୌହ୍ୱାନ ଟୁଇଟ କରି କହିଛନ୍ତି ଯେ, କମଳା ନେହେରୁ
ହସ୍ପିଟାଲର ଶିଶୁ ୱାର୍ଡରେ ଅଗ୍ନିକାଣ୍ଡ ଘଟଣା ଅତ୍ୟନ୍ତ ଦୁଃଖଦାୟକ । ଉଦ୍ଧାର କାର୍ଯ୍ୟ ବହୁତ ଜଲଦି କରାଯାଇଥିଲା। କିନ୍ତୁ ଦୁର୍ଭାଗ୍ୟବଶତଃ ଗୁରୁତର ଭାବେ ଚିକିତ୍ସିତ ହେଉଥିବା ୪ ଶିଶୁଙ୍କ ବଂଚାଇ ହେଲାନି। ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅତିରିକ୍ତ ମୁଖ୍ୟ ଶାସନ ସଚିବ ସ୍ୱାସ୍ଥ୍ୟ ଓ ଚିକିତ୍ସା ଶିକ୍ଷା ମହମ୍ମଦ ସୁଲେମାନ ଏହି ଘଟଣାର ଯାଂଚ କରିବେ।

୩ ଦିନ ପୂର୍ବେ ମହାରାଷ୍ଟ୍ର ଅହମ୍ମଦନଗର କୋଭିଡ ହସ୍ପିଟାଲରେ ମଧ୍ୟ ଭୟଙ୍କର ନିଆଁ ଲାଗିଥିଲା। ଯେଉଁଥିରେ ୧୧ ଜଣ କୋଭିଡ଼ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିଲା।

Leave A Reply

Your email address will not be published.