ଭୁବନେଶ୍ଵର, ୧୧/୧୧: ବରିଷ୍ଠ ସାମ୍ବାଦିକ ତଥା ବାଲେଶ୍ଵର ଜିଲ୍ଲା ଭୋଗରାଇର ଜଣାଶୁଣା ସମାଜସେବୀ ଗୌତମବୁଦ୍ଧ ଦାସ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଆଜି ଏଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବିଜେଡିର ସାଙ୍ଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସ ତାଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ଵାଗତ କରିଥିଲେ ଏବଂ ଗୌତମବୁଦ୍ଧଙ୍କ ଯୋଗଦାନ ଫଳରେ ଦଳ ସାଂଗଠନିକ ଓ ବୌଦ୍ଧିକ ସ୍ତରରେ ଅଧିକ ସଶକ୍ତ ହେବ ବୋଲି କହିଥିଲେ। ଏହି ଅବସରରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ତଥା ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ବିଜେଡି ସମ୍ପାଦକ ଅମରେଶ ଜେନା, ସମ୍ପାଦକ କୁନବିହାରୀ ଦାସ, ଓଡ଼ିଶା ମୋ ପରିବାରର ସଂଯୋଜକ ଡ. ପ୍ରକାଶ ତିପାଠୀ, ଛାତ୍ରନେତା ଦୀନବନ୍ଧୁ ପତି ଓ ରୋଜା ଘୋଷ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରମୁଖ ଖବର
ଭାରତୀୟ ପାଇଲଟ୍ଙ୍କ ସାହସକୁ ୟୁଏଇର ସମ୍ମାନ, ପ୍ରଦାନ କଲା ‘ଜାୟେଦ୍’ ପୁରସ୍କାର
କେନ୍ଦ୍ରୀୟ କର୍ମଚାରୀଙ୍କ ଡିଏ ୩% ବୃଦ୍ଧି, ଜୁଲାଇରୁ ମିଳିବ ବର୍ଦ୍ଧିତ ଭତ୍ତା
ଅପରେସନ ସିନ୍ଦୂର ପରେ ପ୍ରଥମ ଥର ପାକିସ୍ତାନକୁ ନିମନ୍ତ୍ରଣ କଲା ଭାରତ
ମଧ୍ୟପ୍ରଦେଶରୁ ରାଜ୍ୟସଭା ଉପନିର୍ବାଚନ ଲଢ଼ିବେ ହରଦୀପ ସିଂହ ପୁରୀ
ସ୍ପେନରେ ଦୁଇ ହାଇସ୍ପିଡ୍ ଟ୍ରେନ୍ ଧକ୍କା, ୩୯ ମୃତ
ଆନ୍ଧ୍ରରେ ସ୍ଥଳଭାଗ ଛୁଇଁ ଓଡ଼ିଶାମୁହାଁ ‘ଅର୍ଣ୍ଣବ’, ୨୪ ଘଣ୍ଟା ସତର୍କ ରହିବାକୁ ଏସ୍ଆର୍ସିଙ୍କ ପରାମର୍ଶ