ଭୁବନେଶ୍ଵର, ୧୧/୧୧: ବରିଷ୍ଠ ସାମ୍ବାଦିକ ତଥା ବାଲେଶ୍ଵର ଜିଲ୍ଲା ଭୋଗରାଇର ଜଣାଶୁଣା ସମାଜସେବୀ ଗୌତମବୁଦ୍ଧ ଦାସ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ଆଜି ଏଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ବିଜେଡିର ସାଙ୍ଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସ ତାଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇ ଦଳକୁ ସ୍ଵାଗତ କରିଥିଲେ ଏବଂ ଗୌତମବୁଦ୍ଧଙ୍କ ଯୋଗଦାନ ଫଳରେ ଦଳ ସାଂଗଠନିକ ଓ ବୌଦ୍ଧିକ ସ୍ତରରେ ଅଧିକ ସଶକ୍ତ ହେବ ବୋଲି କହିଥିଲେ। ଏହି ଅବସରରେ ରାଜ୍ୟ ସରକାରଙ୍କ ଗଣମାଧ୍ୟମ ଉପଦେଷ୍ଟା ତଥା ବିଜେଡି ସାଧାରଣ ସମ୍ପାଦକ ମାନସ ମଙ୍ଗରାଜ, ପାରାଦୀପ ବିଧାୟକ ସମ୍ବିତ ରାଉତରାୟ, ବିଜେଡି ସମ୍ପାଦକ ଅମରେଶ ଜେନା, ସମ୍ପାଦକ କୁନବିହାରୀ ଦାସ, ଓଡ଼ିଶା ମୋ ପରିବାରର ସଂଯୋଜକ ଡ. ପ୍ରକାଶ ତିପାଠୀ, ଛାତ୍ରନେତା ଦୀନବନ୍ଧୁ ପତି ଓ ରୋଜା ଘୋଷ ପ୍ରମୁଖ ଉପସ୍ଥିତ ଥିଲେ।
ପ୍ରମୁଖ ଖବର
ଆସନ୍ତାକାଲି ଓଡ଼ିଶା ବନ୍ଦ, ବସ୍ ଚାଲିବ; ଅଟୋ ବନ୍ଦ
ରସାୟନ ବିଜ୍ଞାନରେ କାଗନ ଓ ସୋଆଇଙ୍କୁ ନୋବେଲ୍
ଦିଲ୍ଲୀର ନ୍ୟୁ ସୀମାପୁରୀ ଅଞ୍ଚଳରେ ୫ ମହଲା କୋଠା ଭୁଶୁଡ଼ି ପଡ଼ିଛି
ନୌସେନାର ଶକ୍ତି ବଢ଼ିବ, ବ୍ରହ୍ମୋସ୍ ପାଇଁ ୬୬୧ କୋଟିର ଚୁକ୍ତି
ରେପୋ ହାର ୦.୨୫% ବଢ଼ିଲା, ମହଙ୍ଗା ହେବ ଋଣ
ଓଡ଼ିଶାରେ ଆଇଏଏସ୍-ଓଏଏସ୍ ଅଦଳବଦଳ, ବଦଳିଲେ ଦୁଇ ଜିଲ୍ଲାପାଳ
ଏସିବିସିଙ୍କ ସାମାଜିକ-ରାଜନୈତିକ ସ୍ଥିତି ଅନୁଧ୍ୟାନ ପାଇଁ କମିଶନ
ମିଥୁନ ଚକ୍ରବର୍ତ୍ତୀଙ୍କୁ ବଡ଼ ଦାୟିତ୍ୱ, ମିଳିଲା କ୍ୟାବିନେଟ୍ ମନ୍ତ୍ରୀ ପାହ୍ୟା