ପ୍ରମୁଖ ଖବର

ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ ମୟାଙ୍ଗି ଛକ ନିକଟରେ ଘଟିଥିବା ଭୟାବହ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ
ଓଡିଶାର ନୂଆପଡାରେ ହୀରା ଓ କଳାହାଣ୍ଡିରେ ରହିଛି ମାଣିକ ଖଣି: ମନ୍ତ୍ରୀ ବିଭୂତି ଭୂଷଣ ଜେନା
ପଶ୍ଚିମ ଏସିଆ ପରିସ୍ଥିତି ନେଇ ୩ ଦେଶର ଶୀର୍ଷ ନେତୃତ୍ୱଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
ଅଯୋଧ୍ୟାରେ ରାଷ୍ଟ୍ରପତିଙ୍କ ପ୍ରାର୍ଥନା; ଶ୍ରୀରାମ ଯନ୍ତ୍ର ସ୍ଥାପନ ସହ ମନ୍ଦିର କାର୍ଯ୍ୟ ପୂର୍ଣ୍ଣ
ପାକିସ୍ତାନରେ ଝଡ଼-ବର୍ଷାର ତାଣ୍ଡବ; ୧୯ ମୃତ
ପ୍ରଧାନମନ୍ତ୍ରୀଙ୍କ ନୂଆ ଉପସଚିବ ହେଲେ ଆଇଏଏସ ରବି ମିତ୍ତଲ
ଆସାମ ନିର୍ବାଚନ: ୮୮ ଆସନ ପାଇଁ ବିଜେପି ପ୍ରଥମ ପ୍ରାର୍ଥୀ ତାଲିକା

ବଢିଲା ସଂକ୍ରମଣ; ଆଜିଠୁ ନାଇଟ କର୍ଫ୍ୟୁ

0

ଜମ୍ମୁ କଶ୍ମୀର: ଜମ୍ମୁ କଶ୍ମୀରେ ଆଜିଠୁ ଲାଗୁ ହେବ ରାତ୍ରିକାଳୀନ କର୍ଫ୍ୟୁ। କରୋନା ସଂକ୍ରମଣ ପୁଣି ଥରେ ବୃଦ୍ଧି ଯୋଗୁଁ ରାତ୍ରିକାଳୀନ କର୍ଫ୍ୟୁ ଲାଗୁ କରିବା ନେଇ ନିଷ୍ପତ୍ତି ହୋଇଛି। ଜିଲ୍ଲାର ଜଣେ ଉଚ୍ଚ ଅଧିକାରୀ ଏନେଇ ସୂଚନା ଦେଇଛନ୍ତି। ଜିଲ୍ଲା ଅଧିକାରୀ ଅଂଶୁଲ ଗର୍ଗ କହିଛନ୍ତି ଯେ, କର୍ଫ୍ୟୁ ସମୟରେ ନିୟମ ଉଂଲଘନ କରୁଥିବା ବ୍ୟକ୍ତିଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କରୋନାର ନୂଆ ମାମଲା ସାମନାକୁ ଆସିବା ପରେ ଆଜିଠୁ ରାତି ୧୦ରୁ ସକାଳ ୬ ଯାଏଁ ନାଇଟ କର୍ଫ୍ୟୁ ଲଗାଇବାକୁ ଜିଲ୍ଲା ବିପର୍ଯ୍ୟୟ ପରିଚାଳନା ପ୍ରାଧିକରଣ(ଡିଡିଏମ) ନିଷ୍ପତ୍ତି ନେଇଛନ୍ତି।

ଜମ୍ମୁ କାଶ୍ମୀରରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ଅତିକ୍ରମ କରିଛି । ଏ ଯାଏଁ ୪ ହଜାର ୪୫୩ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇସାରିଲାଣି । ଏଥି ସହିତ ସଂକ୍ରମିତ ସଂଖ୍ୟା ଏବେ ପୁଣି ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଥିବାରୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ ପୁଣି କଟକଣା ଆରମ୍ଭ ହୋଇଛି।

ଏହା ପୂର୍ବରୁ ଉପରାଜ୍ୟପାଳ ମନୋଜ ସିହ୍ନା କୋଭିଡ ନିୟମକୁ କଡାକଡି ପାଳନ କରିବାକୁ ନିର୍ଦ୍ଦେଶ ଦେଇଥିଲେ । ସେ କହିଛନ୍ତି ସଂକ୍ରମଣ ବଢୁଥିବା ଅଂଚଳରେ କର୍ଫ୍ୟୁ ଲାଗି ରହିବ ଏବଂ ଏହା ସହ କୋଭିଡ ମୁକାବିଲା ପାଇଁ ରଣନୀତି ପ୍ରସ୍ତୁତ କରାଯିବ।

Leave A Reply

Your email address will not be published.