ପ୍ରମୁଖ ଖବର

ଓଡିଶା, ଗୁଜୁରାଟ, ସୌରାଷ୍ଟ୍ର, ପଶ୍ଚିମ ମଧ୍ୟପ୍ରଦେଶ, ମଧ୍ୟ ମହାରାଷ୍ଟ୍ର ଏବଂ କୋଙ୍କନ ଅତ୍ୟନ୍ତ ଭାରି ବର୍ଷା ସମ୍ଭାବନା
୨୦ସେମିରୁ ଅଧିକ ବର୍ଷା ସମ୍ଭାବନା ନେଇ ରେଡ ଓ୍ବାର୍ଣ୍ଣିଂ ଜାରି
ସକ୍ରିୟ ସ୍ପଷ୍ଟ-ଚିହ୍ନିତ ଲଘୁଚାପ କ୍ଷେତ୍ର ପ୍ରଭାବରେ କରାଯାଇଛି ବଡ଼ ବର୍ଷାର ପୂର୍ବାନୁମାନ
୮ ଯାଏଁ ବର୍ଷା: ୯ ଜିଲ୍ଲାକୁ ରେଡ୍‌ ଆଲର୍ଟ, ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାକୁ ବିପଦ
ଓମ୍‌ସା ସହିତ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୈଠକ ପରେ ନିଷ୍ପତ୍ତି; ଡାକ୍ତର ଆନ୍ଦୋଳନ ସ୍ଥଗିତ
ଭୁବନେଶ୍ୱର ବାଣୀବିହାର ଅଞ୍ଚଳରେ ଡ୍ରେନ୍‌ରେ ଭାସି ଯାଇ ଯୁବକ ନିଖୋଜ
ଚଳଚ୍ଚିତ୍ର ଓ ଓଟିଟି କଣ୍ଟେଣ୍ଟ ପାଇରେସି ଉପରେ କଟକଣା ଲଗାଇବାକୁ ଟେଲିଗ୍ରାମକୁ ନିର୍ଦ୍ଦେଶ
ମମତାଙ୍କୁ ଝଟକା: ବରିଷ୍ଠ ନେତ୍ରୀ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ ତୃଣମୂଳର ରାଜ୍ୟ ସଭାପତି ପଦ ସମେତ ଦଳର ସମସ୍ତ ପଦବୀରୁ ଦେଲେ ଇସ୍ତଫା
ଅଧିକ ଦାମ ନେଲେ ଫାର୍ମା କମ୍ପାନୀଙ୍କ ବିରୋଧରେ କଡ଼ା ଆକ୍ସନ
ଥାନା କ୍ୱାର୍ଟର୍ସରୁ ମହିଳା ଆଇଆଇସିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ସେ ଆତ୍ମହତ୍ୟା କରିଥିବା ସୂଚନା ମିଳୁଛି
ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି
ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଡିଏମକେ ବିଧାୟକ ଅନିତା ରାଧାକୃଷ୍ଣନ ଗିରଫ
ରାଜଧାନୀ ବୁଦ୍ଧବିହାର ରାସ୍ତାରେ ଗୋଷ୍ଠୀ ସଂଘର୍ଷ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ
୧୦ ଅଭିଯୁକ୍ତଙ୍କୁ ଗିରଫ କଲା କମିସନରେଟ୍ ପୁଲିସ
ଶୁକ୍ରବାର ରାତିରେ ଖଣ୍ଡା, ଭୁଜାଲି ବୁଲାଇବା ସହ ଟେକାପଥର ଫିଙ୍ଗାଫିଙ୍ଗି ହୋଇଥିଲେ
ରଥଯାତ୍ରାଙ୍କୁ ଶୃଙ୍ଖଳିତ କରିବା ପାଇଁ ବରିଷ୍ଠ ପୁଲିସ ଅଧିକାରୀଙ୍କ ସହିତ ଡିଜିଙ୍କ ସ୍ଥିତି ସମୀକ୍ଷା
ଏଥର ମୁତୟନ ହେବେ ୧୨ହଜାର ପୁଲିସ
୩୦୦୦ ହୋମ୍‌ଗାର୍ଡଙ୍କୁ ମଧ୍ୟ ରଥଯାତ୍ରା ସମୟରେ ମୁତୟନ କରାଯିବ

ଆନ୍ଧ୍ରରେ ଭୀଷଣ ବନ୍ୟା; ୨୫ ମୃତ, ବହୁ ନିଖୋଜ

0

ହାଇଦ୍ରାବାଦ: ଆନ୍ଧ୍ରରେ ବନ୍ୟା ସ୍ଥିତି ଉଦବେଗଜନକ। ବର୍ଷା ଓ ବନ୍ୟାରେ ୨୫ରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ୧୭ ଜଣ ଏବେ ବି ନିଖୋଜ ଅଛନ୍ତି। ୧୭ଟି ଏନଡିଆରଏଫ ଓ ଏସଡିଆରଏଫ ରୟାଲସିମା ଅଂଚଳର ୩ଟି ବନ୍ୟା ପ୍ରଭାବିତ ଜିଲ୍ଲା ତଥା ଦକ୍ଷିଣ ଉପକୂଳ ଆନ୍ଧ୍ରର ଏସପିଏସ ନେଲୋରରେ ଉଦ୍ଧାର ଓ ରିଲିଫ କାର୍ଯ୍ୟରେ ନିୟୋଜିତ ଅଛନ୍ତି। ଏଯାଏ ଏନଡିଆରଏଫ ଓ ଅଗ୍ନିଶମ ବାହିନୀ ୬୪ ଜଣଙ୍କ ଜୀବନ ବଞ୍ଚାଇଛନ୍ତି।

ଚୌତ୍ତର,କଡ଼ପା, କୁରନୁଲ,ଅନନ୍ତପୁର ଜିଲ୍ଲା ସବୁଠୁ ଅଧିକ ପ୍ରଭାବିତ ହୋଇଛି। ମୁଖ୍ୟମନ୍ତ୍ରୀ ୱାଇ.ଏସ ଜଗନମୋହନ ରେଡ୍ଡୀ ଅଧିକ ପ୍ରଭାବିତ ହୋଇଥିବା ଜିଲ୍ଲା ଗୁଡିକୁ ଆକାଶ ମାର୍ଗରୁ ବୁଲି ଦେଖିଛନ୍ତି। ଜିଲ୍ଲାର ମାଜିଷ୍ଟ୍ରେଟଙ୍କ ସହ କଥା ହୋଇ କ୍ଷୟକ୍ଷତିର ସମ୍ପର୍କରେ ପଚାରିବୁଝିଛନ୍ତି। ବନ୍ୟା ଜଳ କମିବା ମାତ୍ରେ ଫସଲ କ୍ଷୟକ୍ଷତିର ଆକଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ସହ ବନ୍ୟାରେ ପ୍ରାଣ ହରାଇଥିବା ମୃତକଙ୍କ ପରିବାରକୁ ୫ ଲକ୍ଷ ଟଙ୍କାର ସହାୟତା ଘୋଷଣା କରିଛନ୍ତି ଆନ୍ଧ୍ର ସରକାର।

ଏବେ ଯାଏ କଡ଼ପାରେ ୧୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ଅନନ୍ତପୁରମରେ ପ୍ରବଳ ବର୍ଷା ଯୋଗୁଁ ଘର ଭୁଶୁଡିପଡିବା ଫଳରେ ୩ ଶିଶୁଙ୍କ ସମେତ ୭ ଜଣଙ୍କ ମୃତ୍ୟୁ ହୋଇଛି। ବନ୍ୟା ପ୍ରଭାବିତ ଅଞ୍ଚଳରୁ ୨୦ ହଜାର ୯୨୩ ଜଣଙ୍କୁ ସ୍ଥାନାନ୍ତର କରାଯାଇଛି।

ସେହିପରି ଶନିବାର ଓ ରବିବାର ଅତି କମରେ ୧୦ଟି ଏକ୍ସପ୍ରେସ ଟ୍ରେନ ବାତିଲ କରାଯାଇଛି। ରାଜ୍ୟ ସରକାରଙ୍କ ସୂଚନା ଅନୁସାରେ ୫ କୋଟିରୁ ଅଧିକ ଟଙ୍କାର ୧୫ ଶହ ୪୯ ଘର ନଷ୍ଟ ହୋଇଥିବା ବେଳେ ୪୮୮ ଘର ଜଳମଗ୍ନ ହୋଇ ରହିଛି। ଶନିବାର ବର୍ଷା ଟିକେ କମ ହୋଇଥିଲା, କିନ୍ତୁ ଭୂସ୍ଖଳନ ହେତୁ ଅନେକ ବସ୍ତି ଜଳରେ ବୁଡିରହିଛି। ତିରୁପତି ସହରର ଅବସ୍ଥାରେ ଏବେ ବି ସଂଗୀନ ରହିଛି।

ସହରର ଅନେକ ଅଞ୍ଚଳ ଜଳବନ୍ଦୀ ହୋଇ ରହିଛି। ତିରୁପତି ତିରୁମାଲା ଦେବସ୍ଥାନମରେ ଯାନବାହାନ ଚଳାଚଳ ପାଇଁ ମୁଖ୍ୟ ରାସ୍ତା ଖୋଲି ଦିଆଯାଇଛି।
ହେଲେ ବର୍ଷା ଯୋଗୁଁ ତୀର୍ଥଯାତ୍ରୀମାନଙ୍କୁ ଅସୁବିଧାର ସମ୍ମୁଖୀନ ହେବାକୁ ପଡିଛି। ଅନଲାଇନ ଟିକେଟ କରିଥିବା ଶ୍ରଦ୍ଧାଳୁଙ୍କ ଭଗବାନ ଭେଙ୍କେଟେଶ୍ୱରଙ୍କ ଦର୍ଶନ ପାଇଁ ଅନୁମତି ଦିଆଯାଉଛି।

Leave A Reply

Your email address will not be published.