ପ୍ରମୁଖ ଖବର

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ୟୁଏଇ ଗସ୍ତର ପ୍ରଥମ ଦିନରେ ଓଡ଼ିଶାରେ ନିବେଶ ଓ ବାଣିଜ୍ୟିକ ସହଯୋଗ ବୃଦ୍ଧି ନେଇ ଏକାଧିକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା
ଭୋଟର ତାଲିକାରେ ନାମର ବନାନ ତ୍ରୁଟି; ଭାରତ ରତ୍ନ ବୈଜ୍ଞାନିକ ସିଏନଆର ରାଓଙ୍କୁ ନୋଟିସ୍‌
ଫାୟାର ସେଫ୍ଟି ନିୟମ ଭାଙ୍ଗିଲେ ବନ୍ଦ ହେବ କୋଚିଂ ସେଣ୍ଟର; ସେପ୍ଟେମ୍ବର ୧୫ରୁ ସ୍ୱତନ୍ତ୍ର ଯାଞ୍ଚ
ଇରାନ-ଆମେରିକା ମୁହାଁମୁହିଁ; ଖାର୍ଗ ଦ୍ୱୀପ ନିକଟରେ ୫ ତୈଳ ଟ୍ୟାଙ୍କର ଧ୍ୱଂସ
୧୧ରେ ମୋଦୀ-ପୁଟିନ୍‌ ଦ୍ୱିପାକ୍ଷିକ ଆଲୋଚନା
୭ଟି ହାଇ-ଡେନ୍ସିଟି ରେଳ କରିଡୋରକୁ ଫୋର୍‌-ଲେନ୍‌ କରିବାକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
୨୪ ଘଣ୍ଟା ମଧ୍ୟରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର, ୩ ଦିନ ଯାଏଁ ବର୍ଷା ସମ୍ଭାବନା
ସମ୍ ରେ ପଂଚମ ମଲ୍‌ଟିପଲ୍ କ୍ୟାଡାଭେରିକ୍ ଅର୍ଗାନ୍ ରିଟ୍ରିଭାଲ୍‌

ଆଜି ନେବ ଅବପାତର ରୂପ

0

ଆଣ୍ଡାମାନସାଗରରେ କେନ୍ଦ୍ରୀଭୂତ ଲଘୁଚାପ ଆଜି ଅବପାତରେ ରୁପ ନେଇପାରେ । ୩ ତାରିଖ ଅର୍ଥାତ ଆସନ୍ତାକାଲି ଏହା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ଏବଂ ୪ ତାରିଖ ବେଳକୁ ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡିଶାର ଉପକୂଳ ନିକଟବର୍ତ୍ତୀ ହେବ ବୋଲି ଅନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ତେବେ ସମ୍ଭାବ୍ୟ ବାତ୍ୟା କେଉଁ ସ୍ଥାନରେ ଉପକୂଳ ଅତିକ୍ରମ କରିବ ଏବଂ ଏହାର ତୀବ୍ରତା କେତେ ରହିବ ତାହା ଆଜି ସ୍ୱଷ୍ଟ ହେବ ।

ବାତ୍ୟା ପ୍ରଭାବରେ ଆସନ୍ତାକାଲିଠୁ ଓଡିଶା ଉପକୂଳରେ ବର୍ଷା ଆରମ୍ଭ ହୋଇଯିବ । ୪ ତାରିଖରେ ବର୍ଷା ଓ ପବନର ପରିମାଣ ବଢିବ । ୩ରୁ ୫ ତାରିଖ ଯାଏଁ ଓଡିଶା ଉପକୂଳରେ ବର୍ଷା ଲାଗି ରହିବ । ରବିବାର ସକାଳେ ୪ଟି ଜିଲ୍ଲାରେ ଗଜପତି , ଗଞ୍ଜାମ,ପୁରୀ ଓ ଜଗତସିଂହପୁରରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ହେବାର ସମ୍ଭାବନା ରହିଛି । ସେହିପରି ୫ତାରିଖ ସକାଳୁ ୬ ତାରିଖ ସକାଳ ପର୍ଯ୍ୟନ୍ତ ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଭଦ୍ରକ, ବାଲେଶ୍ୱର,ଯାଜପୁର,ମୟୂରଭଞ୍ଜ ଓ ପୁରୀ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଲାଗି ରହିବ। ଏଥପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ବର୍ଷା ସାଙ୍ଗକୁ ଘଣ୍ଟା ପ୍ରତି ୧୧୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି । ବାତ୍ୟାର ପ୍ରଭାବ ଗୁଲାବଠୁ ଅଧିକ ଓ ଫନିଠାରୁ କମ ରହିବ ବୋଲି ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶକ ଏଚ.ଆର ବିଶ୍ୱାସ କହିଛନ୍ତି । ସିଭିୟର ସାଇକ୍ଲୋନିକ ଷ୍ଟର୍ମ ରୂପେ ଏହା ଉପକୂଳ ଛୁଇଁବାର ସମ୍ଭାବନା ଥିବାରୁ ଏହାର ପ୍ରଭାବ ଓଡିଶା ଉପରେ ଅଧିକ ମାତ୍ରାରେ ଦେଖବାକୁ ମିଳିପାରେ ।

ତେବେ ବାତ୍ୟାର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି ରାଜ୍ୟ ସରକାର ଏନଡିଆରଏଫର ୨୫ଟି ଟିମ୍ ସଜାଗ ଥିବା ଏସଆରସି କହିଛନ୍ତି । ଏବଂ ଆହୁରି ୧୦ଟି ଟିମ ଯୋଗାଇଦେବାକୁ କେନ୍ଦ୍ରକୁ ଅନୁରୋଧ କରାଯାଇଛି ।ବର୍ଷା,ପବନ ସମୟରେ କେହି କଚ୍ଚା ଘରେ ନରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି । ସମୂଦ୍ର ଅଶାନ୍ତ ରହିବ ତେଣୁ ମତ୍ସଜୀବୀଙ୍କୁ ସମୂଦ୍ର ମଧ୍ୟକୁ ଯିବାକୁ ବାରଣ କରାଯାଇଛି । ସେହିପରି ବାତ୍ୟା ଆଶ୍ରୟ ସ୍ଥଳୀ ଗୁଡିକରେ ନୋଡାଲ ଅଫିସର ନିୟୋଜିତ ହେବା ସହ କୋଭିଡ ଗାଇଡଲାଇନ ପାଇଁ ମାସ୍କ,ସାନିଟାଇଜର,ମେଡିସନ ମହଜୁଦ ରଖିବା ପାଇଁ ପରାମର୍ଶ ଦିଆଯାଇଛି ।

Leave A Reply

Your email address will not be published.