ପ୍ରମୁଖ ଖବର

ଶ୍ରୀକ୍ଷେତ୍ର ପୁରୀରେ ଆଜି ଆଷାଢ଼ ଶୁକ୍ଳ ଦ୍ୱାଦଶୀ ତିଥିରେ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କ ପବିତ୍ର ଅଧରପଣା ନୀତି ସମ୍ପନ୍ନ
ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତକୁ ପ୍ରଥମ ରୌପ୍ୟ, ଋଷିକାନ୍ତ ସିଂହଙ୍କ କମାଲ
ଓଡ଼ିଶାର ଝିଅ ଜ୍ୟୋତିର୍ମୟୀ ନାୟକ ହେଲେ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ ବିଜେତା
ପ୍ରତିଯୋଗିତାମୂଳକ ପରୀକ୍ଷାରେ ସଂସ୍କାର ପାଇଁ ଗଠନ ହେବ ଉଚ୍ଚସ୍ତରୀୟ ଟାସ୍କ ଫୋର୍ସ:ପ୍ରଧାନମନ୍ତ୍ରୀ
ହାଇୱେ ଯାତ୍ରୀଙ୍କ ପାଇଁ ବଡ଼ ଆଶ୍ୱସ୍ତି: ଦୂରତା ଅନୁସାରେ ଦେବେ ଟୋଲ ଶୁଳ୍କ
ମହାରାଷ୍ଟ୍ର ଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲା: ବିହାରରୁ ମୁଖ୍ୟ ଅଭିଯୁକ୍ତ ଗିରଫ
ସରକାରଙ୍କ ସହ ଆଲୋଚନା ପରେ ସିଜେପିର ଆନ୍ଦୋଳନ ପ୍ରତ୍ୟାହାର
ଲଗାଣ ବର୍ଷା ପାଇଁ ଜଗତସିଂହପୁରରେ କାଲି ସ୍କୁଲ ଓ ଅଙ୍ଗନବାଡ଼ି ଛୁଟି
ବୌଦ୍ଧରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ୟାଙ୍କର ସହ କାର ଧକ୍କା, ୩ ଗୁରୁତର
ଧର୍ମେନ୍ଦ୍ର ପ୍ରଧାନଙ୍କ ସ୍ଥାନରେ ଶିକ୍ଷା ମନ୍ତ୍ରଣାଳୟର ଅତିରିକ୍ତ ଦାୟିତ୍ୱ ନେଲେ ପ୍ରହ୍ଲାଦ ଯୋଶୀ

ପଞ୍ଚମ ଦିନରେ ବି ଗୃହ ଅଚଳ

0

ବିଧାନସଭା ଶୀତ ଅଧିବେଶନର ପଞ୍ଚମ ଦିନରେ ମଧ୍ୟ ଗୃହରେ ଅଚଳାବସ୍ଥା ଜାରି ରହିଛି । ସ୍ୱାଭାବିକ ହୋଇପାରୁନି ଗୃହ । ଆଜି ଗୃହ ଆରମ୍ଭ ହେବା ମାତ୍ରେ ଉଭୟ ବିରୋଧୀ ଓ ଶାସକ ଦଳର ସଦସ୍ୟ ପ୍ରବଳ ହୋହଲ୍ଲା କରିଥିଲେ । ଫଳରେ ଗୃହକୁ ଅପରାହ୍ନ ୪ଟା ଯାଏଁ ମୁଲତବୀ ରଖିଛନ୍ତି ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ।

ଆଜି ଗୃହ ଆରମ୍ଭ ହେବା ମାତ୍ରେ ସମାନ ସ୍ଥିତି ଦେଖିବାକୁ ମିଳିଥିଲା । ମମିତା ମେହେର ପ୍ରସଙ୍ଗରେ ବିରୋଧୀ ମାନେ ଗୃହରେ ହଟ୍ଟଗୋଳ କରିଥିଲେ । ବିଜେପି ସଦସ୍ୟ ଗୃହର ମଧ୍ୟଭାଗକୁ ଆସି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ନାରାବାଜି ଦେଇଥିଲେ । ସେହିପରି କଂଗ୍ରେସ ସଦସ୍ୟ ବାଚସ୍ପତିଙ୍କ ପୋଡିୟମ ଉପରକୁ ଚଢି ଚେୟାରକୁ ଘେରିଯାଇଥିଲେ । ଯାହା ଫଳରେ ଗୃହ କାର୍ଯ୍ୟ ବାଧାପ୍ରାପ୍ତ ହୋଇଥିଲା ।

ସେହିପରି ଶାସକ ଦଳର ସଦସ୍ୟ ମଧ୍ୟ ଚୁପ ବସିନଥିଲେ । ବିଜେଡି ସଦସ୍ୟ ମାନେ ପାଇକ ବିଦ୍ରୋହକୁ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ନମିଳିବା ପ୍ରସଙ୍ଗରେ କେନ୍ଦ୍ରକୁ ଟାର୍ଗେଟ କରି ପ୍ରତିବାଦ କରିଥିଲେ । ଜୟୀ ରାଜଗୁରୁଙ୍କ ମୁଖା ପିନ୍ଧି ଶାସକ ଦଳର ସଦସ୍ୟ ଗୃହରେ ପ୍ରତିବାଦ କରିଥିଲେ । ଏହା ପରେ ବିଧାନସଭା ପରିସରରେ ଗାନ୍ଧୀ ମୂର୍ତ୍ତୀ ତଳେ ବିଜେଡି ବିଧାୟକ ଧାରଣା ଦେଇଛନ୍ତି ।

ବିଧାନସଭା ଆରମ୍ଭ ହେବା ଦିନଠୁ ଗୃହ ଗୋଟିଏ ବି ଦିନ ଚାଲିପାରୁନି । ହଟ୍ଟଗୋଳ ହୋହଲ୍ଳା ମଧ୍ୟରେ ଗୃହ ମୁଲତବି ହେଉଛି । ନିଜ ନିଜ ଜିଦରେ ଅଟଳ ରହୁଛନ୍ତି ଶାସକ-ବିରୋଧୀ । ଗତ ୪ ଦିନରେ ମାତ୍ର ୫୨ ମିନିଟ ଚାଲିଛି ଗୃହ କାର୍ଯ୍ୟ । ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ବହିଷ୍କାର ଦାବି ଜିଦରେ ଅଟଳ ଅଛନ୍ତି ବିରୋଧୀ । ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ପରେ ବି ବିରୋଧୀ ଶାନ୍ତ ହେବା ବଦଳରେ ନୂଆ ନୂଆ ତରିକାରେ ପ୍ରତିବାଦ ଜୋରଦାର କରୁଛନ୍ତି । ସେପଟେ ବିରୋଧୀଙ୍କୁ କାଉଣ୍ଟର କରିବାକୁ ଯାଇ ବିଜେଡି ମଧ୍ୟ ଦରଦାମ ବୃଦ୍ଧିକୁ କେନ୍ଦ୍ରକୁ ଟାର୍ଗେଟ କରିଆସୁଥିବା ବେଳେ ଆଜି ପାଇକ ବିଦ୍ରୋହକୁ ସ୍ୱାଧୀନତା ସଂଗ୍ରାମ ମାନ୍ୟତା ନମିଳିବା ପ୍ରସଙ୍ଗରେ କେନ୍ଦ୍ର ଉପରେ ବର୍ଷିଛି ।

Leave A Reply

Your email address will not be published.