ପ୍ରମୁଖ ଖବର

ଜଷ୍ଟିସ୍ ହରିଶ ଟଣ୍ଡନ ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି
ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷଙ୍କ ସହ ୫ ସଦସ୍ୟ ବହିଷ୍କାର
ଓଡ଼ିଶା ପୋଲିସ ଗ୍ରୁପ୍ ‘ବି’ ପଦବୀ ପରୀକ୍ଷା ସ୍ଥଗିତ
ନେହେରୁ ବଙ୍ଗଳା ନିକଟରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲା ୧୦ରୁ ଅଧିକ ବୋଟ୍
ପାର୍ସଲ ବୋମା ବିସ୍ଫୋରଣ ଘଟଣାରେ ପୁଞ୍ଜିଲାଲଙ୍କ ବୟାନ ରେକର୍ଡ ଶେଷ
ପ୍ରତି ଅଙ୍ଗନବାଡି କର୍ମୀଙ୍କୁ ୧୫ଶହ ଓ ସହାୟକଙ୍କୁ ମିଳିବ ୫ଶହ ଟଙ୍କା :ପ୍ରଭାତୀ ପରିଡା
ସରିଲା ମାଟ୍ରିକ୍ ପରୀକ୍ଷା, ମାର୍ଚ୍ଚ ୧୯ରୁ ଖାତା ଦେଖା

କମିଶନରେଟ ଅଞ୍ଚଳରେ ୩ଟି ନୂଆ ଥାନାକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

0

ଭୁବନେଶ୍ବର-କଟକ କମିଶନରେଟ୍‌ ପୋଲିସ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ନିମନ୍ତେ ଏହି ଦୁଇ ସହରାଞ୍ଚଳ ପାଇଁ ସ୍ବତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏଥିନିମନ୍ତେ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। ଏହି ଶାଖା ସଂଗଠିତ ଅପରାଧ, ଅର୍ଥନୈତିକ ଅପରାଧ ତଥା ନିଶାଦ୍ରବ୍ୟ ସଂପର୍କିତ ବିଭିନ୍ନ ଅପରାଧ ସଂପର୍କରେ ଅନୁସଂଧାନ କରି ପଦକ୍ଷେପ ନେବେ। ଜଣେ ଡିସିପିଙ୍କ ଅଧୀନରେ ଏହି ସ୍ବତନ୍ତ୍ର ଶାଖା କାର୍ଯ୍ୟ କରିବ । ଏଥିରେ ଜଣେ ଅତିରିକ୍ତ ଡିସିପି, ୩ ଜଣ ଏସିପି, ୯ଜଣ ଇନ୍‌ସପେକ୍ଟର, ୧୨ଜଣ ସବ୍‌ଇନିସ୍‌ପେକ୍ଟର, ୩ ଜଣ ଏଏସ୍‌ଆଇ (ଯୋଗାଯୋଗ), ୩ ଜଣ କନେଷ୍ଟବଳ (ଯୋଗାଯୋଗ) ଓ ୨୭ ଜଣ କନେଷ୍ଟବଳ, ଏହିପରି ୫୯ ଜଣ କର୍ମଚାରୀଙ୍କୁ ନେଇ ଏହି ଶାଖା କାର୍ଯ୍ୟ କରିବ।

ସେହିପରି କମିଶନରେଟ୍‌ ପୋଲିସ ଅଞ୍ଚଳରେ ବର୍ଦ୍ଧିତ ଜନସଂଖ୍ୟା ଦୃଷ୍ଟିରୁ ଲୋକଙ୍କୁ ଉତ୍ତମ ପୋଲିସ ସେବା ଯୋଗାଇ ଦେବା ପାଇଁ ଏହି ଅଞ୍ଚଳରେ ୩ ଗୋଟି ନୂତନ ଥାନାକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି । ସେହି ନୂଆ ଥାନା ଗୁଡିକ ହେଲା – ପାହାଳ, ଇନ୍‌ଫୋଭାଲି ଓ ବୟାଳିଶମୌଜା/ବେଣ୍ଟକାର । ବାଲିଅନ୍ତା ଥାନା ଅଧୀନରେ କାମ କରୁଥିବା ପାହାଳ ଫାଣ୍ଡି, ଜଟଣୀ ଥାନା ଅଧୀନରେ କାମ କରୁଥିବା ଇନ୍‌ଫୋଭାଲି ଫାଣ୍ଡି ଓ କଟକ ସଦର ଥାନା ଅଧୀନରେ କାମ କରୁଥିବା ବେଣ୍ଟକାର ଫାଣ୍ଡିକୁ ଉନ୍ନୀତ କରାଯାଇ ଏହି ୩ଟି ନୂତନ ଥାନା ସୃଷ୍ଟି କରାଯାଇଛି ।

Leave A Reply

Your email address will not be published.