ପ୍ରମୁଖ ଖବର

ଅକ୍ଟୋବର-ଡିସେମ୍ବରରେ ବଢ଼ିପାରେ ରେପୋ ରେଟ୍‌, ମହଙ୍ଗା ତେଲ ନେଇ ଚିନ୍ତା
ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି, ବିଶ୍ୱ ମଞ୍ଚରେ ଓଡ଼ିଶାର ସ୍ୱାଦ
ନୂଆଦିଲ୍ଲୀରେ ବିଶ୍ୱ ନେତାଙ୍କ ସମାଗମ, ଆରମ୍ଭ ହେଲା ୧୮ତମ ବ୍ରିକ୍ସ ଶିଖର ସମ୍ମିଳନୀ
ଦିଲ୍ଲୀର ନିର୍ମାଣ ଶ୍ରମିକଙ୍କୁ ମିଳିବ ମାଗଣା ଚିକିତ୍ସା, ସ୍ୱାସ୍ଥ୍ୟ ଯୋଜନାକୁ ଉପରାଜ୍ୟପାଳଙ୍କ ମଞ୍ଜୁରି
ଦିଲ୍ଲୀର ନେତା-ଅଧିକାରୀଙ୍କ ସମ୍ପତ୍ତି ସାର୍ବଜନୀନ କରାଯାଉ: କିରଣ ବେଦୀ

କମିଶନରେଟ ଅଞ୍ଚଳରେ ୩ଟି ନୂଆ ଥାନାକୁ ମୁଖ୍ୟମନ୍ତ୍ରୀଙ୍କ ମଞ୍ଜୁରୀ

0

ଭୁବନେଶ୍ବର-କଟକ କମିଶନରେଟ୍‌ ପୋଲିସ ଅଞ୍ଚଳରେ ଅପରାଧ ନିୟନ୍ତ୍ରଣ ନିମନ୍ତେ ଏହି ଦୁଇ ସହରାଞ୍ଚଳ ପାଇଁ ସ୍ବତନ୍ତ୍ର ଅପରାଧ ଅନୁସନ୍ଧାନ ଶାଖା ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏଥିନିମନ୍ତେ ଆସିଥିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ଦେଇଛନ୍ତି। ଏହି ଶାଖା ସଂଗଠିତ ଅପରାଧ, ଅର୍ଥନୈତିକ ଅପରାଧ ତଥା ନିଶାଦ୍ରବ୍ୟ ସଂପର୍କିତ ବିଭିନ୍ନ ଅପରାଧ ସଂପର୍କରେ ଅନୁସଂଧାନ କରି ପଦକ୍ଷେପ ନେବେ। ଜଣେ ଡିସିପିଙ୍କ ଅଧୀନରେ ଏହି ସ୍ବତନ୍ତ୍ର ଶାଖା କାର୍ଯ୍ୟ କରିବ । ଏଥିରେ ଜଣେ ଅତିରିକ୍ତ ଡିସିପି, ୩ ଜଣ ଏସିପି, ୯ଜଣ ଇନ୍‌ସପେକ୍ଟର, ୧୨ଜଣ ସବ୍‌ଇନିସ୍‌ପେକ୍ଟର, ୩ ଜଣ ଏଏସ୍‌ଆଇ (ଯୋଗାଯୋଗ), ୩ ଜଣ କନେଷ୍ଟବଳ (ଯୋଗାଯୋଗ) ଓ ୨୭ ଜଣ କନେଷ୍ଟବଳ, ଏହିପରି ୫୯ ଜଣ କର୍ମଚାରୀଙ୍କୁ ନେଇ ଏହି ଶାଖା କାର୍ଯ୍ୟ କରିବ।

ସେହିପରି କମିଶନରେଟ୍‌ ପୋଲିସ ଅଞ୍ଚଳରେ ବର୍ଦ୍ଧିତ ଜନସଂଖ୍ୟା ଦୃଷ୍ଟିରୁ ଲୋକଙ୍କୁ ଉତ୍ତମ ପୋଲିସ ସେବା ଯୋଗାଇ ଦେବା ପାଇଁ ଏହି ଅଞ୍ଚଳରେ ୩ ଗୋଟି ନୂତନ ଥାନାକୁ ମୁଖ୍ୟମନ୍ତ୍ରୀ ମଞ୍ଜୁରୀ ପ୍ରଦାନ କରିଛନ୍ତି । ସେହି ନୂଆ ଥାନା ଗୁଡିକ ହେଲା – ପାହାଳ, ଇନ୍‌ଫୋଭାଲି ଓ ବୟାଳିଶମୌଜା/ବେଣ୍ଟକାର । ବାଲିଅନ୍ତା ଥାନା ଅଧୀନରେ କାମ କରୁଥିବା ପାହାଳ ଫାଣ୍ଡି, ଜଟଣୀ ଥାନା ଅଧୀନରେ କାମ କରୁଥିବା ଇନ୍‌ଫୋଭାଲି ଫାଣ୍ଡି ଓ କଟକ ସଦର ଥାନା ଅଧୀନରେ କାମ କରୁଥିବା ବେଣ୍ଟକାର ଫାଣ୍ଡିକୁ ଉନ୍ନୀତ କରାଯାଇ ଏହି ୩ଟି ନୂତନ ଥାନା ସୃଷ୍ଟି କରାଯାଇଛି ।

Leave A Reply

Your email address will not be published.