ପ୍ରମୁଖ ଖବର

ଦେହରେ ନିଆଁ ଲଗାଇ ମହିଳାଙ୍କ ଆତ୍ମହତ୍ୟା ଉଦ୍ୟମ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି
ଅନଲାଇନ ଗେମ୍ ଖେଳିବାକୁ ମନା କରିବାରୁ ଜୀବନ ହାରିଲେ ନାବାଳକ
ରାକ୍ଷୀରେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗ, ପିଉସା ସମେତ ୫ ଅଟକ
ସ୍ୱାଧୀନତା ଦିବସ ପାଇଁ ଜାରି ହେଲା ଟ୍ରାଫିକ୍‌ କଟକଣା
ଭୁବନେଶ୍ୱରର ଘରୋଇ କଲେଜ ପରିସରରେ ଯୁବକଙ୍କ ଆତ୍ମାହୁତି ଉଦ୍ୟମ
ସବୁ ସରକାରୀ କାର୍ଯ୍ୟାଳୟରେ ଲାଗିବ ଏଆଇ କ୍ୟାମେରା
ବିଧାନସଭା ଆଗରେ ୭ ବର୍ଷୀୟ ଝିଅ ସହ ଦମ୍ପତିଙ୍କ ଆତ୍ମହତ୍ୟା ଉଦ୍ୟମ

‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

0
  • ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡିର ଜନସାଧାରଣ ପାଇବେ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା
  • ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଡାକ୍ତରୀଦଳକୁ ନେଇ ମାଲକାନଗିରିକୁ ପ୍ରଥମ ବିମାନ ଉଡାଣର ଶୁଭାରମ୍ଭ

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଜି ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ଯୋଜନାରେ ଆଦିବାସୀବହୁଳ ୪ଟି ଜିଲ୍ଲା ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି ଜିଲ୍ଲାର ଜନସାଧାରଣ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା ପାଇପାରିବେ।

ବିଭିନ୍ନ ମେଡିକାଲ କଲେଜ ଏବଂ କର୍ପୋରେଟ୍‌ ହସ୍‌ପିଟାଲର ଦକ୍ଷ ଓ ସ୍ବନାମଧନ୍ଯ ଡାକ୍ତରମାନେ ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ଏହିସବୁ ଜିଲ୍ଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେସାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ । ଏଥିପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ । ଏହି ସେବାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଖୁସିବ୍ୟକ୍ତ କରିବା ସହିତ ଏହାଦ୍ବାରା ଏହି ୪ଟି ଜିଲ୍ଲାର ଗରିବ ଜନସାଧାରଣ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ ବୋଲି ଆଶାପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନଵ ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.