ପ୍ରମୁଖ ଖବର

ରାଲି ଯୋଗୁଁ ଟ୍ରାଫିକ୍ ଜାମ ଦେଖି ମନ୍ତ୍ରୀଙ୍କ ଉପରେ ଗର୍ଜିଲେ ମହିଳା
ରାସନ ଦୁର୍ନୀତି ମାମଲା: ଇଡି କାର୍ଯ୍ୟାଳୟରେ ହାଜର ହେଲେ ନୁସରତ ଜାହାନ
ଭୁବନେଶ୍ୱରରୁ ତିରୁପତି-ଶିରିଡ଼ି ସହ ୧୦ ରୁଟ୍‌ରେ ଉଡ଼ିବ ବିମାନ
ପଶ୍ଚିମବଙ୍ଗରେ ଖାତା ଖୋଲିପାରିବନି କଂଗ୍ରେସ : ଅମିତ ଶାହ
ଭାରତ ଆସୁଥିବା ଜାହାଜକୁ ଟାର୍ଗେଟ: ହର୍ମୁଜ ପ୍ରଣାଳୀରେ ଦୁଇ ଜାହାଜ ଗୁଳିମାଡ଼
ଜନଗଣନା କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି :ରାଜସ୍ୱ ମନ୍ତ୍ରୀ
ଖଡଗେଙ୍କ ବିବାଦୀୟ ଟିପ୍ପଣୀ ପରେ ନିର୍ବାଚନ ଆୟୋଗର ନୋଟିସ୍‌
ମତଦାନ ପୂର୍ବରୁ ପଶ୍ଚିମବଙ୍ଗରେ କଡା କଟକଣା, ବାଇକ୍ ଚଳାଚଳରେ ନିଷେଧ
ହର୍ମୁଜ୍ ଉତ୍ତେଜନା ମଧ୍ୟରେ ସୁରକ୍ଷିତ ଭାବେ ଭାରତ ପହଞ୍ଚିଲା “ଦେଶ ଗାରିମା” ତୈଳ ଟ୍ୟାଙ୍କର୍

‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

0
  • ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡିର ଜନସାଧାରଣ ପାଇବେ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା
  • ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦରରୁ ଡାକ୍ତରୀଦଳକୁ ନେଇ ମାଲକାନଗିରିକୁ ପ୍ରଥମ ବିମାନ ଉଡାଣର ଶୁଭାରମ୍ଭ

ଭୁବନେଶ୍ବର; ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ସ୍ଥାନୀୟ ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନ ବନ୍ଦର ଠାରେ ‘ମୁଖ୍ୟମନ୍ତ୍ରୀ ବାୟୁ ସ୍ବାସ୍ଥ୍ୟସେବା’ ନାମରେ ଏକ ନୂତନ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି ଯୋଜନାରେ ଆଜି ମାଲକାନଗିରିକୁ ଏକ ଡାକ୍ତରୀ ଦଳକୁ ନେଇ ପ୍ରଥମ ବିମାନ ଉଡାଣ ଆରମ୍ଭ ହୋଇଛି। ଏହି ଯୋଜନାରେ ଆଦିବାସୀବହୁଳ ୪ଟି ଜିଲ୍ଲା ମାଲକାନଗିରି, ନବରଙ୍ଗପୁର, ନୂଆପଡା ଓ କଳାହାଣ୍ଡି ଜିଲ୍ଲାର ଜନସାଧାରଣ ଉତ୍କୃଷ୍ଟ ସ୍ବାସ୍ଥ୍ୟସେବା ପାଇପାରିବେ।

ବିଭିନ୍ନ ମେଡିକାଲ କଲେଜ ଏବଂ କର୍ପୋରେଟ୍‌ ହସ୍‌ପିଟାଲର ଦକ୍ଷ ଓ ସ୍ବନାମଧନ୍ଯ ଡାକ୍ତରମାନେ ପୂର୍ବ ନିର୍ଦ୍ଧାରିତ ସୂଚୀ ଅନୁସାରେ ଏହିସବୁ ଜିଲ୍ଲାର ଚିକିତ୍ସାଳୟକୁ ବିମାନ ଯୋଗେ ଯାଇ ସେଠାରେ ହୃଦରୋଗୀ, ସ୍ନାୟୁରୋଗୀ, କିଡନୀ ଓ ମୂତ୍ରାଶୟ ରୋଗୀଙ୍କ ଭଳି ସୁପର ସ୍ପେସାଲିଟି ସେବା ଆବଶ୍ୟକ କରୁଥିବା ରୋଗୀଙ୍କ ପରୀକ୍ଷା ଓ ଚିକିତ୍ସା କରିବେ । ଏଥିପାଇଁ ସରକାର ସମସ୍ତ ଖର୍ଚ୍ଚ ବହନ କରିବେ । ଏହି ସେବାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଖୁସିବ୍ୟକ୍ତ କରିବା ସହିତ ଏହାଦ୍ବାରା ଏହି ୪ଟି ଜିଲ୍ଲାର ଗରିବ ଜନସାଧାରଣ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ ବୋଲି ଆଶାପ୍ରକାଶ କରିଛନ୍ତି।

ଏହି କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟ ମନ୍ତ୍ରୀ ଶ୍ରୀ ନଵ ଦାସ, ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର ମୁଖ୍ୟମନ୍ତ୍ରୀ ଙ୍କ ସଚିବ 5T ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ।

Leave A Reply

Your email address will not be published.