ପ୍ରମୁଖ ଖବର

୫ରୁ ୧୭ ବର୍ଷ ପିଲାଙ୍କ ଆଧାର ବାୟୋମେଟ୍ରିକ୍‌ ଅପଡେଟ୍‌ ମାଗଣା
‘ଚଳିବ’ ମାନସିକତା ବଦଳାଇ ସମୟାନୁବର୍ତ୍ତିତାକୁ ଗୁରୁତ୍ୱ: ମୋଦୀଙ୍କ ଆହ୍ୱାନ
ଏନ୍‌ଟିପିସି ପ୍ଲାଣ୍ଟରେ ଭୟଙ୍କର ବିସ୍ଫୋରଣ, ୫ ଶ୍ରମିକ ଆହତ
ରାଜ୍ୟ ସହିବ ୧ ଲକ୍ଷ କୋଟିର କ୍ଷତି: ଏମ୍‌ଏମ୍‌ଡିଆର୍‌ ବିଲ୍‌କୁ କଂଗ୍ରେସର ବିରୋଧ, ସ୍ୱତନ୍ତ୍ର ଅଧିବେଶନ ଦାବି
ୟୁପିର ୫୨ ନେତାଙ୍କୁ ମିଳିବ ବୁଲେଟ୍‌ପ୍ରୁଫ୍‌ ଜାକେଟ୍‌
୪ ବର୍ଷରୁ କମ୍ ପିଲାଙ୍କ ପାଇଁ କାଶ-ଥଣ୍ଡା ଔଷଧ ଉପରେ କେନ୍ଦ୍ରର କଟକଣା
ଚିନି ଦରରେ ରେକର୍ଡ ବୃଦ୍ଧି
ନେତାନ୍ୟାହୁଙ୍କ ବିରୋଧରେ ତୁର୍କୀର ଗିରଫ ପରୱାନା

ଓଡିଶାର ସବୁଠାରୁ ଦୀର୍ଘତମ ସେତୁ ଉଦ୍ଘାଟିତ କଲେ ମୁଖ୍ୟମନ୍ତ୍ରୀ

0
  • ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ବର ଏବଂ ମହାନଦୀରେ ସିଂହନାଥ ମନ୍ଦିରକୁ ସଂଯୋଗ କରୁଛି ଏହି ସେତୁ
  • ୩.୪ କିଲୋମିଟର ଦୀର୍ଘ ଏହି T-ଆକାରର ସେତୁ ପାଇଁ ବିନିଯୋଗ ହୋଇଛି ୧୧୧ କୋଟି ଟଙ୍କା

୨୦.୧୨.୨୧ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଡମ୍ବା ଗୋପୀନାଥପୁର ଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦ୍‌ଘାଟନ କରିଛନ୍ତି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷରୁ ସଦୃଶ । ଏହା ରାଜ୍ୟର ପ୍ରଥମ T ସେତୁ । ଏହା ସେ ଅଂଚଳବାସୀଙ୍କର ଦୀର୍ଘ ଦିନର ଦାବି ଥିଲା। ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏହି ବହୁ ଆକାଂକ୍ଷିତ ସେତୁର ଉଦ୍ଘାଟନ ସେ ଅଞ୍ଚଳର ଜନତାଙ୍କ ମଧ୍ୟ ରେ ବିପୁଳ ଉତ୍ସାହ ସୃଷ୍ଟି କରିଛି । ଏଥିପାଇଁ ୧୧୧ କୋଟି ଟଙ୍କା ବିନିଯୋଗ କରାଯାଇଛି ।

ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନୟକ ୨୦୧୪ ମସିହାରେ ଏଥିପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ । ସେତୁ ଉଦ୍ଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣ ଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିଥିଲେ । ଏବଂ ଜନତା ଆନନ୍ଦ ପ୍ରକାଶ ସହ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ ।ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଡମ୍ବା ଗୋପୀନାଥପୁର ଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦ୍‌ଘାଟନ କରିଛନ୍ତି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷରୁ ସଦୃଶ । ଏହା ରାଜ୍ୟର ପ୍ରଥମ T ସେତୁ । ଏହା ସେ ଅଂଚଳବାସୀଙ୍କର ଦୀର୍ଘ ଦିନର ଦାବୀ ଥିଲା। ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏହି ବହୁ ଆକାକ୍ଷିତ ସେତୁର ଉଦ୍ଘାଟନ ସେ ଅଞ୍ଚଳର ଜନତାଙ୍କ ମଧ୍ୟ ରେ ବିପୁଳ ଉତ୍ସାହ ସୃଷ୍ଟି କରିଛି ।

Leave A Reply

Your email address will not be published.