ପ୍ରମୁଖ ଖବର

ଭାରତୀୟ ଷ୍ଟକବଜାରରେ ଉତ୍ସାହ ଫେରିଲା, ସେନସେକ୍ସ ୬୦୦ ପଏଣ୍ଟ ବୃଦ୍ଧି
ହୀରାକୁଦ ଜଳଭଣ୍ଡାରରେ ଅଘଟଣ: ଡଙ୍ଗା ବୁଡ଼ି ୧୦ରୁ ଅଧିକ ନିଖୋଜ
ଲଖନପୁର ଡଙ୍ଗାବୁଡି ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ଆତ୍ମୀୟଙ୍କୁ ମିଳିବ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି
ଭୋଟିଂ ସମୟରେ ବସ୍ତରରେ ବିସ୍ଫୋରଣ, ମଣିପୁରରେ ଗୁଳିମାଡ, ସିଆରପିଏଫ୍ ଯବାନ ଆହତ
ଜ୍ୟରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ଘଟିଛି,ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ଵରର, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି
ଗାନ୍ଧୀନଗର ଲୋକସଭା ଆସନରୁ ମନୋନୟନ ପତ୍ର ଦାଖଲ କଲେ ଅମିତ ଶାହା
ଗେଷ୍ଟହାଉସରୁ ମିଳିଲା ଶିଳ୍ପପତିଙ୍କ ଶବ, କର୍ପୋରେଟ୍‌ ମିଟିଂ ପାଇଁ ଭୁବନେଶ୍ବର ଆସିଥିଲେ
ମୃତକ ହେଲେ ତପନ ପ୍ରସାଦ ଆଚାର୍ଯ୍ୟ, ଶୁଭମ ବାୟୋ ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ଥିବା ଜଣାପଡିଛି

ପଛୁଆ ବର୍ଗଙ୍କ ପାଇଁ ବଡ଼ କାର୍ଡ ଖେଳିଲେ ନବୀନ

0
  • ବିଜେଡି ରାଜ୍ୟ କାର୍ଯ୍ୟକାରିଣୀରେ ଐତିହାସିକ ନିଷ୍ପତ୍ତି
  • ପଞ୍ଚାୟତ ଓ ପୌର ନିର୍ବାଚନରେ ୪୦ ପ୍ରତିଶତ ପଛୁଆ ବର୍ଗରୁ ହେବେ ପ୍ରାର୍ଥୀ

ଭୁବନେଶ୍ୱର: ପଛୁଆ ବର୍ଗଙ୍କୁ ନ୍ୟାୟ ପ୍ରଦାନ ସହିତ ସେମାନଙ୍କୁ ରାଜନୈତିକ ଅଧିକାର ପ୍ରଦାନ ପାଇଁ ବିଜେଡି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଆଜି ଐତିହାସିକ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଗାମୀ ତ୍ରି-ସ୍ତରୀୟ ପଞ୍ଚାୟତ ଓ ପୌରପାଳିକା ନିର୍ବାଚନରେ ପଛୁଆ ବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ଦେବା ସଂକ୍ରାନ୍ତରେ କାର୍ଯ୍ୟକାରିଣୀରେ ସର୍ବସମ୍ମତ ମତ ପ୍ରକାଶ ପାଇବା ସହିତ ଏହା ଉପରେ ମୋହର ଲାଗିଛି।

ବିଜେଡି କାର୍ଯ୍ୟକାରିଣୀରେ ଏହି ପ୍ରସଙ୍ଗ ଉପରେ ଆଜି ବିସ୍ତୃତ ଆଲୋଚନା ହୋଇଥିଲା। ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ତ୍ରିସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ଦେବାପାଇଁ ବୈଠକରେ ପ୍ରସ୍ତାବ ଆଗତ କରିଥିଲେ । ସର୍ବସମ୍ମତ କ୍ରମେ ପ୍ରସ୍ତାବ ସପକ୍ଷରେ ମତପ୍ରକାଶ ପାଇବାପରେ ଏହାକୁ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅନୁମୋଦନ ପାଇଁ ପଠାଯାଇଥିଲା। ପରେ ଏହାକୁ ମୁଖ୍ୟମନ୍ତ୍ରୀ ସବୁଜ ସଙ୍କେତ ପ୍ରଦାନ କରିଛନ୍ତି। ଏହା ଫଳରେ ଆଗାମୀ ପଞ୍ଚାୟତ ଓ ପୌର ନିର୍ବାଚନରେ ପଛୁଆ ବର୍ଗରୁ ୪୦ ପ୍ରତିଶତ ପ୍ରାର୍ଥୀ ହେବା ନିଶ୍ଚିତ ହୋଇଯାଇଛି।

ଉଲ୍ଲେଖନୀୟ ଯେ ନିକଟରେ ମାନ୍ୟବର ସୁପ୍ରିମ୍‍ କୋର୍ଟଙ୍କ ରାୟ ପରେ ସାରା ଦେଶରେ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ପଞ୍ଚାୟତିରାଜ ଓ ପୌରପାଳିକା ନିର୍ବାଚନରୁ ଉଠାଇ ଦିଆଯାଇଥିବାରୁ ଏହି ଜାତୀୟ ପ୍ରସଙ୍ଗ ଉପରେ ପଛୁଆବର୍ଗଙ୍କୁ ଉପଯୁକ୍ତ ନ୍ୟାୟ ଦେବାପାଇଁ ବିଜୁ ଜନତା ଦଳ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛି । କେନ୍ଦ୍ର ସରକାର ଏ ଦିଗରେ ଯାହା ଆଇନ୍‍ଗତ ଏବଂ ବୈଧାନିକ ନିଷ୍ପତ୍ତି ନେବେ ଉଭୟ ବିଜୁ ଜନତା ଦଳ ଏବଂ ସରକାର ତାକୁ
ଆନ୍ତରିକତାର ସହ ସମର୍ଥନ କରିବେ।

କାର୍ଯ୍ୟକାରିଣୀ ସଦସ୍ୟମାନେ ଦର୍ଶାଇଥିଲେ ଯେ ବିଜୁ ଜନତା ଦଳ ସବୁବେଳେ ଆର୍ଥିକ ଅନଗ୍ରସର ବର୍ଗର ଜନସାଧାରଣଙ୍କ ଉନ୍ନତି ଏବଂ ସମାନ ଅଧିକାର ପାଇଁ ସବୁ ରକମର ପଦକ୍ଷେପ ଗ୍ରହଣ କରିଆସୁଛି । ନିକଟରେ ମହିଳାଙ୍କ ପାଇଁ ସଂସଦ ଏବଂ ବିଧାନସଭାରେ ଏକ ତୃତୀୟାଂଶ ସ୍ଥାନ ସଂରକ୍ଷଣ ଲାଗି ଆହ୍ୱାନ ଦେଇ ସମଗ୍ର ଭାରତ ବର୍ଷରେ ଆଲୋଡନ ସୃଷ୍ଟି କରିଥିବା ବିଜୁ ଜନତା ଦଳ ପ୍ରଥମେ ନିଜ ଆଡୁ ୨୦୧୯ ଲୋକସଭା ନିର୍ବାଚନରେ ଏକ ତୃତୀୟାଂଶ ମହିଳାଙ୍କୁ ପ୍ରାର୍ଥୀ କରି ସମଗ୍ର ଦେଶ ପାଇଁ ଉଦାହରଣ ସୃଷ୍ଟି କରିଥିଲା।

ଆଗାମୀ ତ୍ରି-ସ୍ତରୀୟ ପଞ୍ଚାୟତ ଏବଂ ପୌର ନିର୍ବାଚନରେ ବିଜୁ ଜନତା ଦଳ ରାଜ୍ୟର ଆର୍ଥିକ ଅନଗ୍ରସର ବର୍ଗଙ୍କ ସଶକ୍ତିକରଣ ପ୍ରତି ନିଜର ପ୍ରତିବଦ୍ଧତା ପୁନଶ୍ଚ ଦୋହରାଇ ଆଜି ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ସର୍ବସମ୍ମତି କ୍ରମେ ଏକ ଐତିହାସିକ ପ୍ରସ୍ତାବ ପାରିତ କରିଛି । ତଦନୁଯାୟୀ ଆଗାମୀ ତ୍ରି-ସ୍ତରୀୟ ପଞ୍ଚାୟତ ଓ ପୌରପାଳିକା ନିର୍ବାଚନରେ ଦଳ ଅନ୍ୟୁନ ୪୦ ପ୍ରତିଶତ ପଛୁଆ ବର୍ଗର ପ୍ରାର୍ଥୀଙ୍କୁ ପ୍ରତିଦ୍ୱନ୍ଦିତା କରିବା ନିମନ୍ତେ ମନୋନୀତ କରି ସେମାନଙ୍କୁ ତାଙ୍କର ନ୍ୟାର୍ଯ୍ୟ ରାଜନୈତିକ ଅଧିକାର ପ୍ରଦାନ କରିବ।

ଆଜିର ଏହି କାର୍ଯ୍ୟକାରିଣୀ ବୈଠକରେ ବିଜେଡି ସାଂଗଠନିକ ସମ୍ପାଦକ ବିଧାୟକ ପ୍ରଣବ ପ୍ରକାଶ ଦାସ, ଦଳର ଉପସଭାପତି ତଥା ବରିଷ୍ଠ ବିଧାୟକ ଦେବୀ ପ୍ରସାଦ ମିଶ୍ର, ମନ୍ତ୍ରୀ ସର୍ବଶ୍ରୀ ପ୍ରତାପ ଜେନା, ଅରୁଣ ସାହୁ, ସମୀର ଦାସ, ଅଶୋକ ଚନ୍ଦ୍ର ପଣ୍ଡା, ଜ୍ୟୋତି ପ୍ରକାଶ ପାଣିଗ୍ରାହୀ, ଜଗନ୍ନାଥ ସାରକା, ବିଧାୟକ ସର୍ବଶ୍ରୀ ପ୍ରଫୁଲ ସାମଲ, ଅତନୁ ସବ୍ୟସାଚୀ ନାୟକ, ଧ୍ରୁବ ସାହୁ, ପ୍ରୀତି ରଞ୍ଜନ ଘଡାଇ, ଚନ୍ଦ୍ର ସାରଥି ବେହେରା, ରୋହିତ ପୂଜାରୀ, ଅନନ୍ତ ନାରାୟଣ ଜେନା, ଶ୍ରୀକାନ୍ତ ସାହୁ, ପ୍ରଣବ ବଳବନ୍ତରାୟ, ବ୍ୟୋମକେଶ ରାୟ, ପ୍ରଶାନ୍ତ ମୁଦୁଲି, ସୁଶାନ୍ତ ରାଉତ, ରମେଶ ବେହେରା, ବ୍ରଜ କିଶୋର ପ୍ରଧାନ, ସାଂସଦ ସର୍ବଶ୍ରୀ ଡକ୍ଟର ସସ୍ମିତ ପାତ୍ର, ସୁବାସ ସିଂହ, ମୁନ୍ନା ଖାଁ, ରାଜଶ୍ରୀ ମଲ୍ଲିକ ଏବଂ ସାଧାରଣ ସମ୍ପାଦକ ସର୍ବଶ୍ରୀ ମାନସ ମଙ୍ଗରାଜ, ଲୋପାମୁଦ୍ରା ବକ୍ସିପାତ୍ର, ଶ୍ରୀମୟୀ ମିଶ୍ର, ରମେଶ ଚନ୍ଦ୍ର ଚ୍ୟାଉପଟ୍ଟନାୟକ, ଅରୂପ ପଟ୍ଟନାୟକ, କଳିକେଶ ନାରାୟଣ ସିଂହଦେଓ, ସାନନ୍ଦ ମାରାଣ୍ଡି, ସ୍ୱାଧୀନ ନାୟକ ଏବଂ ଦେବାଶିଷ ସାମନ୍ତରାୟ ପ୍ରମୁଖ ଉପସ୍ଥିତ ଥିଲେ । ଅନ୍ୟ ସଦସ୍ୟମାନେ ଭର୍ଚୁଆଲ ଜରିଆରେ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେଇଥିଲେ ।

Leave A Reply

Your email address will not be published.