ପ୍ରମୁଖ ଖବର

ଭୁବନେଶ୍ୱର ଲୋକସଭା ଆସନରୁ ବିଜେପି ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି
୬ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି, ନୀଳିଗିରି ପାଇଁ ସ୍ପଷ୍ଟ କଲାନି ଦଳ
ସମ୍ବଲପୁର ଲୋକସଭା ଆସନ ପାଇଁ ନାମାଙ୍କନ ଭରିଲେ ଧର୍ମେନ୍ଦ୍ର ପ୍ରଧାନ, ହଜାର ହଜାର ସମର୍ଥକଙ୍କ ସହ ଉପ ଜିଲ୍ଲାପାଳ କାର୍ଯ୍ୟାଳୟରେ ଭରିଲେ ନାମାଙ୍କନ
ବିଜେଡିରୁ ଇସ୍ତଫା ଦେଲେ ଅନୁଭବ ପଟ୍ଟନାୟକ
୩ ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେଡି: ନୀଳଗିରିରୁ ସୁକାନ୍ତ ନାୟକ, କୋରେଇରୁ ସନ୍ଧ୍ୟାରାଣୀ ଦାସ ଓ ଖଣ୍ଡପଡାରୁ ସାବିତ୍ରୀ ପ୍ରଧାନଙ୍କୁ ଦଳ ପ୍ରାର୍ଥୀ କରିଛି
ସେହିଭଳି ଦେବଗଡ ଆସନରେ ପୂର୍ବରୁ ପ୍ରାର୍ଥୀ ଘୋଷଣା କରିଥିବା ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଞ୍ଜନ ବିଶ୍ୱାଳଙ୍କୁ ବିଜେଡି ପ୍ରାର୍ଥୀ କରିଛି
ଆଦର୍ଶ ଆଚରଣ ଵିଧି ଉଲ୍ଲଂଘନ ଅଭିଯୋଗରେ ମିଶନଶକ୍ତିର ଦୁଇ ଜଣ ସିଆରପିଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲାପାଳ ସୂର୍ଯ୍ୟବଂଶୀ ମୟୁର ବିକାଶ ନିଲମ୍ବିତ କରିଛନ୍ତି
କଣ୍ଟାବାଞ୍ଜି ବିଧାନସଭା ପାଇଁ ନାମାଙ୍କନ ଦାଖଲ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

କୋଭିଡ୍ ପାଇଁ ତନାଘନା କଲେ ନବୀନ

0

ଅଧିକାରୀମାନଙ୍କୁ ୮ ସୂତ୍ରୀ ଫର୍ମୁଲା ଧରାଇଲେ

ପିଲାମାନେ ବେଶୀ ହସ୍ପିଟାଲ ଯାଉଥିବାରୁ ଚିନ୍ତା

ବିଏସକେଓ୍ବାଇ ଯୋଜନା ତଦାରଖ କରିବେ ଏସପି, ଜିଲ୍ଲାପାଳ

ତୁରନ୍ତ ବକେୟା କାର୍ଡ ପ୍ରଦାନ ଉପରେ ଗୁରୁତ୍ବାରୋପ

ଭୁବନେଶ୍ବର: ଟୀକାକରଣକୁ ତ୍ବରାନ୍ବିତ କରିବା ପାଇଁ ଜିଲ୍ଲା ପ୍ରଶାସନ ଦ୍ବାରା ସ୍ବତନ୍ତ୍ର ଅଭିଯାନ କର। ଦ୍ବିତୀୟ ଲହରୀ ସମୟରେ କୋଭିଡ ଚିକିତ୍ସା ପାଇଁ ଯେଉଁସବୁ ବ୍ୟବସ୍ଥା ଓ ସୁବିଧା କରାଯାଇଥିଲା, ସେ ସବୁକୁ ପୁନଃ କାର୍ଯ୍ୟକ୍ଷମ କରି ପ୍ରସ୍ତୁତ କରି ରଖାଯାଉ। ଏହାଦ୍ବାରା ହସ୍‌ପିଟାଲ ଗୁଡିକରେ ରୋଗୀଙ୍କର ତୁରନ୍ତ ଚିକିତ୍ସା ହୋଇପାରିବ। ପିଲାମାନଙ୍କ ମଧ୍ୟରେ ଅଧିକ ହସ୍‌ପିଟାଲ ଚିକିତ୍ସା ଆବଶ୍ୟକ ହେଉଥିବା ଜଣାଯାଉଛି। ତେଣୁ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସାରା ରାଜ୍ୟରେ ଶିଶୁ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଉ।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏମିତି ଢଙ୍ଗରେ ଆଠ ସୂତ୍ରୀ ନିର୍ଦେଶନାମା ଜାରି କରିଛନ୍ତି। ରାଜ୍ୟରେ କୋଭିଡ୍ ସ୍ଥିତି ସମୀକ୍ଷା କରିବା ଅବସରରେ ମୁଖ୍ୟମନ୍ତ୍ରୀ ଆହୁରି କହିଛନ୍ତି ଯେ ପୁଲିସ ବିଭାଗ କୋଭିଡ ନିୟମ ଗୁଡିକର ଦୃଢ ଅନୁପାଳନ ସୁନିଶ୍ଚିତ କରିବା ଦରକାର। ଏ କ୍ଷେତ୍ରରେ କୌଣସି ଆତ୍ମସନ୍ତୋଷ ରହିବା ଉଚିତ ନୁହେଁ। ପ୍ରଥମ ଓ ଦ୍ବିତୀୟ ଲହରୀରେ ଯେଉଁଭଳି ଭଲ କାମ ହୋଇଥିଲା, ସେହିପରି ଭାବରେ ଏଥର ମଧ୍ୟ ଦୃଢ ପଦକ୍ଷେପ ନିଆଯାଉ। କେବଳ ସେତିକି ନୁହେଁ, ଲୋକଙ୍କୁ ସଚେତନ ପାଇଁ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏକ ନୂଆ ସଚେତନତା ଅଭିଯାନ କରାଯାଇ ମାସ୍କ ପିନ୍ଧିବା, ସାମାଜିକ ଦୂରତ୍ବ ଅବଲମ୍ବନ କରିବା ଓ ହାତ ଧୋଇବା ଆଦି ସଂପର୍କରେ ସଚେତନ କରାଯିବା ଦରକାର। ଜିଲ୍ଲାପାଳମାନେ ଲୋକଙ୍କୁ ସଚେତନ କରିବା ପାଇଁ ସମାଜର ସବୁ ବର୍ଗର ଲୋକ ବିଶେଷକରି ପଞ୍ଚାୟତ ପ୍ରତିନିଧି, ମିଶନ ଶକ୍ତି ଗୋଷ୍ଠୀ ଓ ଅନ୍ୟ ମାନଙ୍କୁ ସାମିଲ କରି କାର୍ଯ୍ୟକ୍ରମ ଗ୍ରହଣ କରନ୍ତୁ। ଏହା ସହିତ ହସ୍‌ପିଟାଲ ଗୁଡିକରେ ଅକ୍‌ସିଜେନ ବ୍ୟବସ୍ଥା ଉପରେ ସ୍ବତନ୍ତ୍ର ଧ୍ୟାନ ଦିଆଯିବା ଉପରେ ମୁଖ୍ୟମନ୍ତ୍ରୀ ଗୁରୁତ୍ବାରୋପ କରିଥିଲେ।

ମୁଖ୍ୟମନ୍ତ୍ରୀ କହିଥିଲେ, ନୂଆ ଭାରିଏଣ୍ଟ ଖୁବ ଜୋରରେ ବ୍ୟାପୁଥିବାର ଜଣାଯାଇଛି। ତେଣୁ ଆଉ ଗୋଟିଏ ନୂଆ ଲହରୀ ଆସିବା ପୂର୍ବରୁ ଯୁଦ୍ଧକାଳୀନ ଭିତ୍ତିରେ ସମସ୍ତ ପ୍ରସ୍ତୁତି ସଂପୂର୍ଣ୍ଣ କରାଯିବା ଦରକାର। ତେବେ ଜନସାଧାରଣ ସତର୍କ ରହିବା ସହିତ କୋଭିଡ୍ ନିୟମର ଅନୁପାଳନ କରିବା ଲାଗି ନବୀନ ନିବେଦନ କରିଛନ୍ତି ଓ ଅଧିକାରୀମାନଙ୍କୁ ସହଯୋଗ ଲାଗି ପରାମର୍ଶ ଦେଇଛନ୍ତି।

ଏହି ଅବସରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟର ଜନସାଧାରଣଙ୍କୁ ଉତ୍ତମ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା କ୍ଷେତ୍ରରେ ଏହା ଏକ ଗୁରୁତ୍ବପୂର୍ଣ୍ଣ ଯୋଜନା। ଏହି ଯୋଜନାର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ବହୁତ ପ୍ରଭାବ ରହିଛି।ତେବେ ଏହି କାର୍ଯ୍ୟକ୍ରମରେ ଅନୁବନ୍ଧିତ ବେସରକରୀ ହସ୍‌ପିଟାଲ ଗୁଡିକରେ ଯୋଜନାର କାର୍ଯ୍ୟାନ୍ବୟନ ସଂପର୍କରେ ନିୟମିତ ତଦାରଖ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲପାଳ ଓ ଏସ୍‌.ପି ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ ।

ଆଲୋଚନାରେ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଆର୍‌.କେ ଶର୍ମା, ଉନ୍ନୟନ କମିସନର ପ୍ରଦୀପ କୁମାର ଜେନା, ପୁଲିସ ମହାନିର୍ଦେଶକ ଅଭୟ ପ୍ରମୁଖ ଭାଗ ନେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ ଆଲୋଚନାରେ ଅଂଶଗ୍ରହଣ କରି କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାଯୀ ଜିଲ୍ଲାପାଳ ଓ ଏସ୍‌.ପି ମାନେ ବେସରକାରୀ ହସ୍‌ପିଟାଲ ଗୁଡିକ ସହିତ ବିଏସକେଓ୍ବାଇ ଯୋଜନା ସଂପର୍କରେ ନିୟମିତ ବୈଠକ କରିବା ଆବଶ୍ୟକ । ଏହାଦ୍ବାରା ଯୋଜନାର ସଫଳ ରୂପାୟନ ହୋଇପାରିବ। ଯେଉଁ ଜିଲ୍ଲା ଗୁଡିକରେ କମ୍‌ ହିତାଧିକାରୀ କାର୍ଡ ପାଇଛନ୍ତି, ଆସନ୍ତା ଏକ ସପ୍ତାହ ମଧ୍ୟରେ ତ୍ବରାନ୍ବତ କରି ସମସ୍ତଙ୍କୁ କାର୍ଡ ଦେବା ପାଇଁ ସେ କହିଥିଲେ। ବୈଠକରେ ବିଭିନ୍ନ ବିଭାଗର ଉଚ୍ଚପଦାଧିକାରୀ, ଜିଲ୍ଲାପାଳ ଓ ଏସ୍‌.ପି ମାନେ ଯୋଗ ଦେଇଥିଲେ।

ଏଠାରେ ଉଲ୍ଲେଖଥାଉକି, ସାରା ପୃଥିବୀରେ ଓମିକ୍ରନ ତାର ପ୍ରଭାବ ବିସ୍ତାର କରୁଥିବା ବେଳେ ଓଡିଶାରେ ମଧ୍ୟ ୮ଟି କେସ୍‌ ଦେଖାଦେଇଛି। ଆଗାମୀ ସପ୍ତାହ ଗୁଡିକରେ ଏହାର ପ୍ରଭାବ ଆହୁରି ବଢିପାରେ। ତେଣୁ ଆମକୁ ଅଧିକ ସତର୍କ ରହିବା ସହିତ ଆଗୁଆ ପଦକ୍ଷେପ ନେଇ ଏହାକୁ ରୋକିବା ପାଇଁ କାର୍ଯ୍ୟକ୍ରମ କରିବାକୁ ହେବ ବୋଲି ସରକାର ଆଜି ସ୍ଥିର କରିଛନ୍ତି। ନିଷ୍ପତ୍ତି ହୋଇଛି ଯେ ଆସନ୍ତା ତିନି ସପ୍ତାହ ମଧ୍ୟରେ ପ୍ରଥମ ଓ ଦ୍ବିତୀୟ ଡୋଜ ନେଇ ନଥିବା ସମସ୍ତ ବ୍ୟକ୍ତିଙ୍କୁ ଟୀକା ଦିଆଯିବ। ଏହି ଅବସରରେ ସ୍ବାସ୍ଥ୍ୟ ବିଭାଗ କହିଛି ଯେ କୋଭିଡ ହସ୍‌ପିଟାଲ ଗୁଡିକରେ ୬୬୮୪ଟି ବେଡ ରହିଛି ଏବଂ ପିଲାଙ୍କ ପାଇଁ ୧୧୯୪ଟି ବେଡ୍‌ ପ୍ରସ୍ତୁତ ହୋଇ ରହିଛି।

Leave A Reply

Your email address will not be published.