ପ୍ରମୁଖ ଖବର

ଭାରତୀୟ ଷ୍ଟକବଜାରରେ ଉତ୍ସାହ ଫେରିଲା, ସେନସେକ୍ସ ୬୦୦ ପଏଣ୍ଟ ବୃଦ୍ଧି
ହୀରାକୁଦ ଜଳଭଣ୍ଡାରରେ ଅଘଟଣ: ଡଙ୍ଗା ବୁଡ଼ି ୧୦ରୁ ଅଧିକ ନିଖୋଜ
ଲଖନପୁର ଡଙ୍ଗାବୁଡି ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ, ମୃତକଙ୍କ ଆତ୍ମୀୟଙ୍କୁ ମିଳିବ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି
ଭୋଟିଂ ସମୟରେ ବସ୍ତରରେ ବିସ୍ଫୋରଣ, ମଣିପୁରରେ ଗୁଳିମାଡ, ସିଆରପିଏଫ୍ ଯବାନ ଆହତ
ଜ୍ୟରେ ଅଂଶୁଘାତରେ ଜଣଙ୍କର ମୃତ୍ୟୁ ଘଟିଛି,ମୃତ ବ୍ୟକ୍ତି ଜଣଙ୍କ ବାଲେଶ୍ଵରର, ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ଆଜି ଏହି ସୂଚନା ଦେଇଛନ୍ତି
ଗାନ୍ଧୀନଗର ଲୋକସଭା ଆସନରୁ ମନୋନୟନ ପତ୍ର ଦାଖଲ କଲେ ଅମିତ ଶାହା
ଗେଷ୍ଟହାଉସରୁ ମିଳିଲା ଶିଳ୍ପପତିଙ୍କ ଶବ, କର୍ପୋରେଟ୍‌ ମିଟିଂ ପାଇଁ ଭୁବନେଶ୍ବର ଆସିଥିଲେ
ମୃତକ ହେଲେ ତପନ ପ୍ରସାଦ ଆଚାର୍ଯ୍ୟ, ଶୁଭମ ବାୟୋ ସିଏନଜି ପ୍ରାଇଭେଟ ଲିମିଟେଡର ମାଲିକ ଥିବା ଜଣାପଡିଛି

ବସ୍ତିବାସିନ୍ଦାଙ୍କୁ କେନ୍ଦ୍ର ଚାହିଁଲାନି; ନବୀନ ସାମ୍ନାକୁ ଆସିଲେ

0

୫ମହାନଗର ନିଗମର ୯୩୯ବସ୍ତିରେ ଜାଗା ମିସନରେ ଦିଆଯିବ ଜମି

କେନ୍ଦ୍ର ସରକାର ଘର ପ୍ରଦାନ ନେଇ ଟାଳଟୁଳ ନୀତି ଅବଲମ୍ବନ କରୁଥିଲେ

୧.୯୦ଲକ୍ଷ ପରିବାର ଉପକୃତ ହେବେ, ୬ମାସ ଟାର୍ଗେଟ ଦିଆଗଲା

ଜମି ବଣ୍ଟନ ପରେ ଘର ଦେବାକୁ ବି ସରକାର ଦେଇଛନ୍ତି ପ୍ରତିଶ୍ରୁତି

ନିର୍ବାଚନ ପୂର୍ବରୁ ବଡ ନିଷ୍ପତ୍ତି ନେଇଗଲେ ରାଜ୍ୟ ସରକାରଟ

ନୂଆବର୍ଷ ଅବସରରେ ବସ୍ତିବାସିନ୍ଦାଙ୍କୁ ଖୁସି କରିଦେଲାଭଳି ନିଷ୍ପତ୍ତି

ଭୁବନେଶ୍ବର: ପୌର ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ବସ୍ତିବାସିନ୍ଦାଙ୍କୁ ନୂଆବର୍ଷ ଭେଟି ଦେଇଛନ୍ତି।ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ୍ ବୈଠକ ବସିଥିଲା। ଏଥିରେ ଜାଗା ମିସନ ଉପରେ ରାଜ୍ୟ କ୍ୟାବିନେଟରେ ଗୋଟିଏ ବଡ ନିଷ୍ପତ୍ତି ହୋଇଛି। କେନ୍ଦ୍ର ସରକାର ୨ଲକ୍ଷ ବସ୍ତିବାସିନ୍ଦାଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପ୍ରଦାନ ନେଇ ଟାଳଟୁଳ ନୀତି ଅବଲମ୍ବନ କରିବା ପରେ ରାଜ୍ୟ ସରକାର ୫ଟି ମହାନଗର ନିଗମକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ହୋଇଛି। ବସ୍ତିବାସିନ୍ଦାଙ୍କୁ ସରକାର ଜମି ପଟ୍ଟା ପ୍ରଦାନ କରିବାକୁ ସ୍ଥିର କରିଛନ୍ତି। ୫ଟି ମହାନଗର ନିଗମର ୯୩୯ଟି ବସ୍ତି ଏହାଦ୍ବାରା ଉପକୃତ ହେବେ। ୧ ଲକ୍ଷ ୯୦ ହଜାର ପରିବାର  ଅନ୍ତର୍ଗତ ୮ ଲକ୍ଷ ୫୮ ହଜାର ବସ୍ତିବାସିନ୍ଦା ଉପକୃତ ହେବେ। ଏହି କାର୍ଯ୍ୟ ୬ ମାସ ସମୟ ସୀମା ମଧ୍ୟରେ ସଂପୂର୍ଣ୍ଣ କରାଯିବ। ଏ ସଂକ୍ରାନ୍ତରେ ଏକ ଅଧ୍ୟାଦେଶକୁ କ୍ୟାବିନେଟ୍ ଅନୁମୋଦନ ମିଳିଛି। ରାଜ୍ୟପାଳଙ୍କ ମୋହର ପରେ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ପରବର୍ତ୍ତୀ ସମୟରେ ସେମାନଙ୍କୁ ସରକାର ଘର ଯୋଗାଇଦେବେ।

କ୍ୟାବିନେଟ୍ ନିଷ୍ପତ୍ତି ସଂପର୍କରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

() ଓଡିଶା ବସ୍ତିବାସିନ୍ଦାଙ୍କ ପାଇଁ ଭୂମିଅଧିକାର ଅଧିନିୟମ, ୨୦୧୭ ” ମାଧ୍ୟମରେ ଯୋଗ୍ୟ ବିବେଚିତ ହୋଇଥିବା ବସ୍ତିବାସିନ୍ଦା ମାନଙ୍କୁ ଭୂମି ଭୋଗଦଖଲର ସୁରକ୍ଷା ପ୍ରଦାନ କରିବା ତଥା ବସ୍ତିବାସିନ୍ଦାଙ୍କୁ ବାସୋପଯୋଗୀ ବସତିରେ ପରିଣତ କରିବାର ଦ୍ଵୈତ ଉଦ୍ଦେଶ୍ୟ ନେଇ ପ୍ରଣୟନ କରଯାଇଥିଲା ।  ରାଜ୍ୟର ସମସ୍ତ ପୌରପାଳିକା ତଥା ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ  ଏହି ଆଇନ୍ ର ପରିସରଭୁକ୍ତ ହୋଇଥିଲେ।

() ନଗର ନିଗମମାନଙ୍କରେ ବସବାସ କରୁଥିବା ବସ୍ତିବାସିନ୍ଦା ମାନଙ୍କ ପାଇଁ  ମଧ୍ୟ ୨୦୧୭ ମସିହାରେ “ ଓଡିଶା ମହାନଗର ନିଗମ ଅଧିନିୟମ -୨୦୦୩ ”ରେ  ଆବଶ୍ୟକୀୟ ସଂଶୋଧନ କରି ସମ୍ପତ୍ତିଗତ ଅଧିକାର ସୁରକ୍ଷିତ କରିବାପାଇଁ ଅନୁରୂପ ବ୍ୟବସ୍ଥା ପ୍ରଣୟନ କରଯାଇଥିଲା।

() କିନ୍ତୁ ଉପରୋକ୍ତ ସଂଶୋଧନ ପରେ ୪ବର୍ଷ ବିତିଯାଇଥିଲେ ସୁଦ୍ଧା ବସ୍ତିବାସିନ୍ଦା ମାନଙ୍କୁ ସମ୍ପତ୍ତିଗତ ଅଧିକାର ପ୍ରଦାନ କରିବାରେ ବିଭିନ୍ନ କାରଣରୁ ବିଶେଷ ଅଗ୍ରଗତି ହୋଇପାରି ନାହିଁ । ଏଥିଯୋଗୁଁ ନଗରନିଗମ ଗୁଡିକରେ ବାସକରୁଥିବା ୨ ଲକ୍ଷରୁ ଉର୍ଦ୍ଧ୍ଵବସ୍ତିବାସିନ୍ଦା ମାନେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ମାଧ୍ୟମରେ ଗୃହ ନିର୍ମାଣ ସହାୟତା ପାଇବାରୁ ବଞ୍ଚିତ ହୋଇଛନ୍ତି।

() ସମ୍ପତ୍ତିଗତ ଅଧିକାର ଆଇନକୁ କାର୍ଯ୍ୟକାରୀ କରିବା ପାଇଁ ଉପୁଜିଥିବା ସମସ୍ୟାଗୁଡିକୁ  ଉପଲବ୍ଧିକରି ମହାନଗର ନିଗମ ମାନଙ୍କରେ ବାସକରୁଥିବା ବସ୍ତିବାସିନ୍ଦା ମାନଙ୍କ ପାଇଁ ମଧ୍ୟ ପୌରପାଳିକା ତଥା  ବିଜ୍ଞାପିତ ଅଞ୍ଚଳ ପରିଷଦରେ ବସବାସ କରୁଥିବା ବସ୍ତିବାସିନ୍ଦା ମାନଙ୍କ ଉପରେ ନ୍ୟସ୍ତ କରାଯାଇଥିବା ଭୂମି ଅଧିକାର ଆଇନ ଭଳି ଅନୁରୂପ ବ୍ୟବସ୍ଥା ଆଗତ କରିବା ନିମନ୍ତେ ଓଡିଶା ମହାନଗର ନିଗମ ଅଧିନିୟମ – ୨୦୦୩ କୁ ସଂଶୋଧନ କରିବାପାଇଁ ପ୍ରସ୍ତାବ ରଖାଯାଇଅଛି।

() ଏହି ପ୍ରସ୍ତାବ ମୁତାବକ ଯେଉଁଠି ସମ୍ଭବ ହେବ ସେହି ସ୍ଥାନରେ ସମ୍ପତ୍ତିଗତ ଅଧିକାର ତଥା ଯେଉଁଠି ସମ୍ପତ୍ତିଗତ ଅଧିକାର ଦେବାରେ କୌଣସି ଅସୁବିଧା ହେବ, ସେହି ସ୍ଥାନରେ ବସ୍ତିବାସିନ୍ଦା ମାନଙ୍କୁ ୪୫ ବର୍ଗ ମିଟର ପର‌୍ୟ୍ୟନ୍ତ ଭୂମି ଉପରେ ଭୂମି ଅଧିକାର ପ୍ରଦାନ କରାଯାଇପାରିବ।

() ଯଦି ବସ୍ତିବାସିନ୍ଦା ଆର୍ଥିକ ଦୁର୍ବଳ ଶ୍ରେଣୀ ଅନ୍ତର୍ଭୁକ୍ତ ହୋଇଥିବେ , ତେବେ ୩୦ ବର୍ଗ ମିଟର ପର୍ଯ୍ୟନ୍ତ ଭୂମି ଉପରେ ମାଗଣା ଭୂମି ଅଧିକାର ପ୍ରଦାନ କରାଯିବ।

() ଏତଦ ବ୍ୟତୀତ କୌଣସି ଅର୍ଥନୈତିକ  ଦୁର୍ବଳ ଶ୍ରେଣୀର ପରିବାର ଯଦି ୩୦ ବର୍ଗମିଟରରୁ କମ୍ ଭୂମି ଦଖଲ କରୁଥିବେ ଏବଂ ତାଙ୍କ ବାସଗୃହକୁ ଲାଗି ସରକାରୀ ଖୋଲା ଜାଗା ଥିବ, ତେବେ ତାଙ୍କୁ ଯଥା ସମ୍ଭବ ୩୦ ବର୍ଗମିଟର  ପର୍ଯ୍ୟନ୍ତ ଭୂମି ଯୋଗାଇଦେବା ପାଇଁ ଅଧ୍ୟାଦେଶରେ ବ୍ୟବସ୍ଥା କରିବା ପାଇଁ ପ୍ରସ୍ତାବ ରଖାଯାଇଛି।

() ମହାନଗର ନିଗମ ମାନଙ୍କରେ  ବାସକରୁଥିବା ବସ୍ତିବାସିନ୍ଦାମାନଙ୍କ ପାଇଁ କେବଳ ଯେ ଭୂମିଅଧିକାର ସୁରକ୍ଷିତ କରାଇପାରିବ ତା ନୁହେଁ, ବରଂ ସେମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ  ଯୋଜନା ମାଧ୍ୟମରେ  ଗୃହ ନିର୍ମାଣ ସହାୟତା ମଧ୍ୟ ଯୋଗାଇ ଦିଆଯାଇପାରିବ ।  
 ଏତଦ ଦ୍ଵାରା ୫ ଟି ମହାନଗର ନିଗମ ଅଧିନରେ ୯୩୮ ଗୋଟି ବସ୍ତିରେ ବସବାସ କରୁଥିବା ପ୍ରାୟ  
 ଉପରୋକ୍ତ ଅଧ୍ୟାଦେଶଟି ବସ୍ତିବାସିନ୍ଦା ମାନଙ୍କୁ ସେମାନେ ବସବାସ କରୁଥିବା ସହର ଉପରେ  ସେମାନଙ୍କର ସମ୍ପୂର୍ଣ  ଅଧିକାର ଅଛିବୋଲି ଭରସା ଯୋଗାଇବ  ଏବଂ ଲୋକମାନଙ୍କର ମୂଲ୍ୟ , ଭୂମିର ମୂଲ୍ୟ ଠାରୁ ଅଧିକ ବୋଲି ସରକାରଙ୍କର ବିଶ୍ଵାସକୁ ପ୍ରତିପାଦିତ କରିବ ।

Leave A Reply

Your email address will not be published.