ପ୍ରମୁଖ ଖବର

ୟୁପିଆଇ ପେମେଣ୍ଟରେ ଲାଗିପାରେ ଚାର୍ଜ, ସଂସଦରେ ସଂଶୋଧନ ବିଲ୍
ବିକଶିତ ଓଡ଼ିଶା ଲକ୍ଷ୍ୟରେ ସଚିବସ୍ତରୀୟ ବୈଠକ, ଗଜପତି ବିକାଶ ରୋଡମ୍ୟାପ୍‌କୁ ମିଳିଲା ଗୁରୁତ୍ୱ
ପୋଲିସ ଅଫିସ୍‌ରେ ଆଉ ଚାର୍ଜ ହେବନି ଇଭି, ବିଦ୍ୟୁତ ଅପବ୍ୟବହାର ରୋକିବାକୁ କଡ଼ା ନିର୍ଦ୍ଦେଶ
ତ୍ରିଷାଙ୍କୁ ନେଇ ବିବାଦୀୟ ମନ୍ତବ୍ୟ: ଉଦୟନିଧି ଷ୍ଟାଲିନ ଗିରଫ
ଯୌନ ନିର୍ଯାତନା ମାମଲା: ଫେରାର ପୂର୍ବତନ ଆଇଆଇସି ସୁଜିତ ଦାସଙ୍କ ଆତ୍ମସମର୍ପଣ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କ ପାଇଁ ମାସିକ ଭତ୍ତା ଘୋଷଣା, ଜାଣନ୍ତୁ କିଏ ପାଇବେ ଓ କିଏ ପାଇବେନି
ବରିଷ୍ଠ ଓଏଏସ୍‌ ଅଧିକାରୀସ୍ତରରେ ଅଦଳବଦଳ, ଜାରି ହେଲା ନୂଆ ନିଯୁକ୍ତି ତାଲିକା
‘ପ୍ରେସିଡେଣ୍ଟ ସ୍ପେଶାଲ’ ଟ୍ରେନରେ ବ୍ରହ୍ମପୁର ପହଞ୍ଚିଲେ ରାଷ୍ଟ୍ରପତି, ଭବ୍ୟ ସ୍ୱାଗତ
ଓୟୁଏଟି ପିଜି ଓ ପିଏଚ୍‌ଡି ଛାତ୍ରଙ୍କୁ ମାସିକ ଭତ୍ତା, ପିଜିଙ୍କୁ ୧୦ ହଜାର ଓ ପିଏଚ୍‌ଡି ଗବେଷକଙ୍କୁ ୧୫ ହଜାର ଟଙ୍କା
ସୁପ୍ରିମକୋର୍ଟରେ ବଢ଼ିବ ବିଚାରପତି ସଂଖ୍ୟା, ଲୋକସଭାରେ ବିଲ୍‌ ଗୃହୀତ
ପେଟ୍ରୋଲ-ଡିଜେଲ ରପ୍ତାନି ଉପରେ ବଢ଼ିଲା ୱିଣ୍ଡଫଲ ଟ୍ୟାକ୍ସ
ବିହାରରେ ପ୍ରଶାନ୍ତ କିଶୋରଙ୍କ ବଡ଼ ବିଜୟ, ବାଙ୍କିପୁରରେ ଭାଙ୍ଗିଲା ବିଜେପିର ୩୧ ବର୍ଷର ଦୁର୍ଗ
ୟୁନେସ୍କୋ ଅମୂର୍ତ୍ତ ଐତିହ୍ୟ ତାଲିକାରେ ରଥଯାତ୍ରା ସାମିଲ ପାଇଁ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ବିଦାୟୀ ଡିଜିପି ଅଭୟ ନାର୍କୋଟିକ୍ସ ଓ ଡ଼୍ରଗ୍ସ ଟାସ୍କଫୋର୍ସ ଅଧ୍ୟକ୍ଷ ନିଯୁକ୍ତ

0

ନିଯୁକ୍ତି ଦେଲେ ମୁଖ୍ୟମନ୍ତ୍ରୀ, ମିଳିବ ମୁଖ୍ୟ ଶାସନ ସଚିବ ପାହ୍ୟା

ଭୁବନେଶ୍ୱର : ସରକାରୀ ଚାକିରିରୁ ଅବସର ଗ୍ରହଣ କରିଥିବା ପୁଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାର୍କୋଟିକ୍‍ ଓ ଡ୍ରଗ୍ସ ସମ୍ପର୍କିତ ଟାସ୍କଫୋର୍ସ ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ୧୯୮୬ ବ୍ୟାଚ୍‍ର ଆଇପିଏସ୍‍ ଅଧିକାରୀ ଶ୍ରୀ ଅଭୟ ସିବିଆଇ, ସିଆର୍‍ପିଏଫ୍‍ ଓ ବ୍ୟୁରୋ ଅଫ୍‍ ପୁଲିସ ରିସର୍ଚ୍ଚ ଏଣ୍ଡ ଡ଼େଭଲପ୍‍ମେଣ୍ଟର ବିଭିନ୍ନ ଉଚ୍ଚ ପଦରେ କାର୍ଯ୍ୟ କରିଛନ୍ତି। ଏହାବ୍ୟତୀତ ସେ ନାର୍କେଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନ୍‍ସିବି)ର ନିର୍ଦେଶକ ଦାୟିତ୍ୱ ମଧ୍ୟ ତୁଲାଇଛନ୍ତି। ସେହିପରି ଭାରତ ପକ୍ଷରୁ ଜାତିସଂଘର ଡ଼୍ରଗ୍ସ ସଂକ୍ରାନ୍ତ ସମ୍ମେଳନରେ ମିଆଁମାର, ଆଫଗାନିସ୍ଥାନ, ଶ୍ରୀଲଙ୍କା, ରୁଷିଆ, ଇଣ୍ଡୋନେସିଆ ଆଦି ଦେଶର ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସହ ଭାଗ ନେଇ ଆନ୍ତର୍ଜାତିକ ନିଶା କାରବାର ନିୟନ୍ତ୍ରଣ କ୍ଷେତ୍ରରେ ଯଥେଷ୍ଟ ଅଭିଜ୍ଞତା ହାସଲ କରିଛନ୍ତି।

ଦିଲ୍ଲୀ, ହରିଆଣା, ପଞ୍ଜାବ, ମହାରାଷ୍ଟ୍ର, କର୍ଣ୍ଣାଟକ, ଉତ୍ତରପ୍ରଦେଶ ଆଦି ରାଜ୍ୟରେ ନିଶା କାରବାର ବୃଦ୍ଧି ପରେ ଏହାର ପ୍ରଭାବ ଓଡ଼ିଶାରେ ପଡ଼ିବାର ଆଶଙ୍କା ସୃ୍‍ଷ୍ଟି ହୋଇଛି। ତେଣୁ ପ୍ରତିଷେଧାତ୍ମକ ବ୍ୟବସ୍ଥା ସ୍ୱରୂପ ରାଜ୍ୟରେ ନାର୍କୋଟିକ୍ସ ଓ ଡ଼୍ରଗ୍ସ କାରବାର ଉପରେ ଅଙ୍କୁଶ ଲଗାଇବା ନିମନ୍ତେ ଶ୍ରୀ ଅଭୟଙ୍କୁ ଟାସ୍କ ଫୋର୍ସ ଅଧ୍ୟକ୍ଷ ଭାବରେ ଅବସ୍ଥାପିତ କରାଯାଇଛି। ଡିଜିପି ଭାବରେ ଶ୍ରୀ ଅଭୟଙ୍କ କାର୍ଯ୍ୟକାଳ ମଧ୍ୟରେ ରାଜ୍ୟରେ ରେକର୍ଡ଼ ପରିମାଣର ଡ଼୍ରଗ୍ସ ଜବତ କରାଯାଇଛି ଓ ବହୁ ଡ଼୍ରଗ୍‍ ମାଫିଆ ଗିରଫ ହୋଇଛନ୍ତି। ଅନୁରୂପ ଭାବରେ ଗଞ୍ଜେଇ ଚାଷ ନିୟନ୍ତ୍ରଣ ଓ ଗଞ୍ଜେଇ ଗଛ ନଷ୍ଟ କ୍ଷେତ୍ରରେ ପୁଲିସ ବିଭାଗକୁ ବେଶ୍‍ ସଫଳତା ମିଳିଛି। ନିଶା ମାଫିଆଙ୍କୁ ସାବାଡ଼ କରିବା କ୍ଷେତ୍ରରେ ବିଶେଷ ଅଭିଜ୍ଞତା ଥିବାରୁ ଅଭୟଙ୍କୁ ଏହି ପଦବୀରେ ଅବସ୍ଥାପିତ କରାଯାଇଥିବା କୁହାଯାଉଛି। ଅଭୟ ନୂଆ ପଦବୀ ପାଇବା ପରେ ଆଗାମୀ ଦିନରେ ଡ୍ରଗ୍ସ କାରବାର ଉପରେ ଅଙ୍କୁଶ ଲାଗିପାରିବ ବୋଲି ଆଶା କରାଯାଉଛି। ତାଙ୍କୁ ମୁଖ୍ୟ ଶାସନ ସଚିବ ପାହ୍ୟାର ସୁବିଧା ସୁଯୋଗ ମିଳିବ ବୋଲି ସୂଚନା ମିଳିଛି।

Leave A Reply

Your email address will not be published.